bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Proverbs 12
Proverbs 12
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 13 →
1
ଯେଉଁ ଲୋକ ଶାସନ ଭଲ ପାଏ, ସେ ଜ୍ଞାନ ଭଲ ପାଏ; ମାତ୍ର ଯେ ଅନୁଯୋଗ ଘୃଣା କରେ, ସେ ପଶୁ ତୁଲ୍ୟ ।
2
ସତ୍-ଲୋକ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଇବ, ମାତ୍ର କୁକଳ୍ପନାକାରୀକୁ ସେ ଦୋଷୀ କରିବେ ।
3
ଦୁଷ୍ଟତା ଦ୍ଵାରା କୌଣସି ମନୁଷ୍ୟ ସୁସ୍ଥିର ହେବ ନାହିଁ, କିନ୍ତୁ ଧାର୍ମିକର ମୂଳ କେବେ ଘୁଞ୍ଚା ଯିବ ନାହିଁ ।
4
ଗୁଣବତୀ ସ୍ତ୍ରୀ ଆପଣା ସ୍ଵାମୀର ମୁକୁଟ ସ୍ଵରୂପ; ମାତ୍ର ଲଜ୍ଜାଦାୟିନୀ ସ୍ତ୍ରୀ ତାହାର ହାଡ଼ସବୁର କ୍ଷୟ ସ୍ଵରୂପ ।
5
ଧାର୍ମିକମାନଙ୍କର ସଙ୍କଳ୍ପ ଯଥାର୍ଥ; ମାତ୍ର ଦୁଷ୍ଟମାନଙ୍କର ପରାମର୍ଶ ପ୍ରବଞ୍ଚନାଯୁକ୍ତ ।
6
ଦୁଷ୍ଟମାନେ ରକ୍ତପାତ କରିବା ପାଇଁ ଛକି ବସିବାର କଥା କହନ୍ତି, ମାତ୍ର ସରଳ ଲୋକମାନଙ୍କର ମୁଖ ସେମାନଙ୍କୁ ରକ୍ଷା କରେ।
7
ଦୁଷ୍ଟମାନେ ଉତ୍ପାଟିତ ହୋଇ ଆଉ ନ ଥାଆନ୍ତି, ମାତ୍ର ଧାର୍ମିକମାନଙ୍କର ଗୃହ ସ୍ଥାୟୀ ହେବ ।
8
ମନୁଷ୍ୟ ଆପଣା ସୁବୁଦ୍ଧି ଅନୁସାରେ ପ୍ରଶଂସା ପାଇବ, ମାତ୍ର ଯାହାର କୁଟିଳ ଅନ୍ତଃକରଣ, ସେ ତୁଚ୍ଛୀକୃତ ହେବ ।
9
ଯେଉଁ ଲୋକ ତୁଚ୍ଛୀକୃତ, ଆଉ ଯାହାର ଦାସ ଅଛି, ସେ ଖାଦ୍ୟହୀନ ଆତ୍ମପ୍ରଶଂସୀଠାରୁ ଶ୍ରେଷ୍ଠ ।
10
ଧାର୍ମିକ ମନୁଷ୍ୟ ଆପଣା ପଶୁର ପ୍ରାଣକୁ ଆଦର କରେ, ମାତ୍ର ଦୁଷ୍ଟମାନଙ୍କର କରୁଣା ନିଷ୍ଠୁର ।
11
ଯେ ଆପଣା ଭୂମି ଚଷେ, ସେ ଯଥେଷ୍ଟ ଆହାର ପାଇବ; ମାତ୍ର ଯେ ଅସାର ବିଷୟରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ ।
12
ଦୁଷ୍ଟ ଲୋକ କୁକର୍ମକାରୀମାନଙ୍କ ଜାଲକୁ ଲୋଭ କରେ; ମାତ୍ର ଧାର୍ମିକର ମୂଳ ଫଳଦାୟକ ।
13
ଓଷ୍ଠର ଅଧର୍ମରେ ଦୁଷ୍ଟର ଫାନ୍ଦ ଥାଏ, ମାତ୍ର ଧାର୍ମିକ ଦୁଃଖରୁ ଉଦ୍ଧାର ପାଇବ ।
14
ମନୁଷ୍ୟ ଆପଣା ମୁଖର ଫଳ ଦ୍ଵାରା ମଙ୍ଗଳରେ ପରିତୃପ୍ତ ହେବ, ପୁଣି ମନୁଷ୍ୟର ହସ୍ତକୃତ କର୍ମଫଳ ତାହାକୁ ଦିଆଯିବ।
15
ଅଜ୍ଞାନର ପଥ ତାହାର ନିଜ ଦୃଷ୍ଟିରେ ଯଥାର୍ଥନ୍ତ ମାତ୍ର ଯେ ଜ୍ଞାନବାନ, ସେ ପରାମର୍ଶ ଶୁଣେ ।
16
ଅଜ୍ଞାନର ବିରକ୍ତି ହଠାତ୍ ପ୍ରକାଶ ପାଏ; ମାତ୍ର ଚତୁର ଲୋକ ଲଜ୍ଜା ଢାଙ୍କେ ।
17
ସତ୍ୟବାଦୀ ଧାର୍ମିକତା ପ୍ରକାଶ କରେ; ମାତ୍ର ମିଥ୍ୟାସାକ୍ଷୀ ପ୍ରବଞ୍ଚନା ପ୍ରକାଶ କରେ ।
18
କାହାର କାହାର ବାଚାଳତା ଖଡ଼୍ଗାଘାତ ପରି; ମାତ୍ର ଜ୍ଞାନୀର ଜିହ୍ଵା ସ୍ଵାସ୍ଥ୍ୟଜନକ ।
19
ସତ୍ୟବାଦୀ ଓଷ୍ଠ ନିତ୍ୟସ୍ଥାୟୀ ହେବ; ମାତ୍ର ମିଥ୍ୟାବାଦୀ ଜିହ୍ଵା ପଲକମାତ୍ର ।
20
ଅନିଷ୍ଟଚିନ୍ତାକାରୀର ହୃଦୟରେ ପ୍ରବଞ୍ଚନା ଥାଏ; ମାତ୍ର ଶାନ୍ତି-ପରାମର୍ଶଦାତାମାନଙ୍କର ଆନନ୍ଦ ହୁଏ ।
21
ଧାର୍ମିକ ପ୍ରତି କୌଣସି ବିପଦ ଘଟିବ ନାହିଁ; ମାତ୍ର ଦୁଷ୍ଟ ଲୋକ ଅନିଷ୍ଟରେ ପରିପୂର୍ଣ୍ଣ ହେବ ।
22
ମିଥ୍ୟାବାଦୀ ଓଷ୍ଠ ସଦାପ୍ରଭୁଙ୍କ ଘୃଣା ବିଷୟ; ମାତ୍ର ଯେଉଁମାନେ ସତ୍ୟ ବ୍ୟବହାର କରନ୍ତି, ସେମାନେ ତାହାଙ୍କର ତୁଷ୍ଟିକର ।
23
ଚତୁର ଲୋକ ଜ୍ଞାନ ଆଚ୍ଛାଦନ କରେ; ମାତ୍ର ମୂର୍ଖମାନଙ୍କର ମନ ଅଜ୍ଞାନତା ପ୍ରକାଶ କରେ ।
24
କର୍ମଶୀଳର ହସ୍ତ କର୍ତ୍ତୃତ୍ଵ କରିବ; ମାତ୍ର ଅଳସୁଆ ଲୋକ ବେଠି କରିବ ।
25
ମନୁଷ୍ୟର ମନୋବ୍ୟଥା ମନକୁ ନତ କରେ; ମାତ୍ର ମଙ୍ଗଳର ବାକ୍ୟ ତାହାର ହରଷ ଜନ୍ମାଏ ।
26
ଧାର୍ମିକ ଲୋକ ଆପଣା ପ୍ରତିବାସୀର ପଥଦର୍ଶକ; ମାତ୍ର ଦୁଷ୍ଟମାନଙ୍କ ପଥ ସେମାନଙ୍କୁ ଭୁଲାଏ ।
27
ଅଳସୁଆ ମୃଗୟାରେ ଧରିଲା ପଶୁକୁ ପାକ କରେ ନାହିଁ; ମାତ୍ର ମନୁଷ୍ୟମାନଙ୍କର ବହୁମୂଲ୍ୟ ସମ୍ପତ୍ତି ପରିଶ୍ରମୀର ପକ୍ଷରେ ।
28
ଧାର୍ମିକତାରୂପ ପଥରେ ଜୀବନ ଥାଏ; ପୁଣି, ତହିଁର ଗମନ-ମାର୍ଗରେ ମୃତ୍ୟୁ ନ ଥାଏ ।
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 13 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31