bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Proverbs 13
Proverbs 13
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 14 →
1
ଜ୍ଞାନବାନ ପୁତ୍ର ଆପଣା ପିତାର ଉପଦେଶ ଶୁଣେ; ମାତ୍ର ନିନ୍ଦକ ଅନୁଯୋଗ ଶୁଣେ ନାହିଁ ।
2
ମନୁଷ୍ୟ ଆପଣା ମୁଖର ଫଳ ଦ୍ଵାରା ମଙ୍ଗଳ ଭୋଗ କରେ; ମାତ୍ର ବିଶ୍ଵାସଘାତକର ପ୍ରାଣ ଦୌରାତ୍ମ୍ୟ ଭୋଗ କରେ ।
3
ଯେଉଁ ଲୋକ ଆପଣା ମୁଖରେ ପ୍ରହରୀ ରଖେ, ସେ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଯେକେହି ଆପଣା ଓଷ୍ଠାଧର ବଡ଼ କରି ଫିଟାଏ, ତାହାର ବିନାଶ ହେବ ।
4
ଅଳସୁଆ ମନରେ ବାଞ୍ଛା କଲେ ହେଁ କିଛି ପାଏ ନାହିଁ, ମାତ୍ର କର୍ମଶୀଳ ପ୍ରାଣ ହୃଷ୍ଟପୁଷ୍ଟ ହେବ ।
5
ଧାର୍ମିକ ଲୋକ ମିଥ୍ୟାକୁ ଘୃଣା କରେ; ମାତ୍ର ଦୁଷ୍ଟ ଲୋକ ଦୁର୍ଗନ୍ଧ ସ୍ଵରୂପ, ଆଉ ସେ ଲଜ୍ଜା ଭୋଗ କରେ ।
6
ଧାର୍ମିକତା ସରଳ-ପଥଗାମୀକି ରକ୍ଷା କରେ; ମାତ୍ର ଦୁଷ୍ଟତା ପାପୀକି ଓଲ୍ଟାଇ ପକାଏ ।
7
କେହି ଆପଣାକୁ ଧନୀ ଦେଖାଏ, କିନ୍ତୁ ତାହାର କିଛି ହିଁ ନାହିଁ; କେହି ବା ଆପଣାକୁ ଦରିଦ୍ର ଦେଖାଏ, କିନ୍ତୁ ତାହାର ମହାଧନ ଅଛି ।
8
ମନୁଷ୍ୟର ଧନ ତାହାର ପ୍ରାଣର ପ୍ରାୟଶ୍ଚିତ୍ତ ସ୍ଵରୂପ; ମାତ୍ର ଦରିଦ୍ର ଲୋକ ଧମକ ଶୁଣେ ନାହିଁ ।
9
ଧାର୍ମିକର ଦୀପ୍ତି ଆନନ୍ଦ କରେ; ମାତ୍ର ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯିବ ।
10
ଅହଙ୍କାରରୁ କେବଳ କଳି ଉତ୍ପନ୍ନ ହୁଏ; ମାତ୍ର ସୁପରାମର୍ଶ-ଗ୍ରାହକଠାରେ ଜ୍ଞାନ ଅଛି ।
11
ମିଥ୍ୟାରେ ପ୍ରାପ୍ତ ଧନ କ୍ଷୟ ପାଇବ, ମାତ୍ର ହସ୍ତରେ ଅର୍ଜିତ ଧନ ବଢ଼ିଯିବ ।
12
ଆଶାସିଦ୍ଧିର ବିଳମ୍ଵ ମନର ପୀଡ଼ାଜନକ; ମାତ୍ର ବାଞ୍ଛାର ସିଦ୍ଧି ଜୀବନ-ବୃକ୍ଷ ସ୍ଵରୂପ ।
13
ଯେଉଁ ଲୋକ (ପରମେଶ୍ଵରଙ୍କ) ବାକ୍ୟ ତୁଚ୍ଛ କରେ, ସେ ଆପଣା ଉପରକୁ ବିନାଶ ଆଣେନ୍ତ ମାତ୍ର ଯେ ଆଜ୍ଞାକୁ ଭୟ କରେ, ସେ ପୁରସ୍କାର ପ୍ରାପ୍ତ ହେବ ।
14
ମୃତ୍ୟୁର ଫାନ୍ଦରୁ ଫେରାଇବା ପାଇଁ ଜ୍ଞାନବାନର ବ୍ୟବସ୍ଥା ଜୀବନ-ଝର ସ୍ଵରୂପ ଅଟେ।
15
ସୁବୁଦ୍ଧିର ଫଳ ଅନୁଗ୍ରହ, ମାତ୍ର ବିଶ୍ଵାସଘାତକର ପଥ ରଗଡ଼ା ।
16
ପ୍ରତ୍ୟେକ ଚତୁର ଲୋକ ବୁଦ୍ଧିରେ କର୍ମ କରେ; ମାତ୍ର ମୂର୍ଖ ଅଜ୍ଞାନତା ବିସ୍ତାର କରେ ।
17
ଦୁଷ୍ଟ ବାର୍ତ୍ତାବାହକ ଆପଦରେ ପଡ଼େ; ମାତ୍ର ବିଶ୍ଵସ୍ତ ଦୂତ ସ୍ଵାସ୍ଥ୍ୟଜନକ ।
18
ଯେଉଁ ଜନ ଶାସନ ଅଗ୍ରାହ୍ୟ କରେ, ସେ ଦରିଦ୍ରତା ଓ ଲଜ୍ଜା ପାଏ; ମାତ୍ର ଯେ ଅନୁଯୋଗ ଘେନେ, ସେ ମର୍ଯ୍ୟାଦା ପାଇବ ।
19
ବାଞ୍ଛାସିଦ୍ଧି ପ୍ରାଣକୁ ମିଷ୍ଟ ଲାଗେ; ପୁଣି, ମନ୍ଦ ତ୍ୟାଗ କରିବାର ମୂର୍ଖ ଲୋକର ଘୃଣା ବିଷୟ ।
20
ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ; ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ ।
21
ପାପୀମାନଙ୍କ ପଛେ ମନ୍ଦ ଗୋଡ଼ାଏ; ମାତ୍ର ଧାର୍ମିକମାନଙ୍କୁ ମଙ୍ଗଳରୂପ ପୁରସ୍କାର ଦତ୍ତ ହେବ ।
22
ଉତ୍ତମ ଲୋକ ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିଯାଏ; ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ ।
23
ଦରିଦ୍ରର ଚାଷ ଦ୍ଵାରା ଖାଦ୍ୟର ବାହୁଲ୍ୟ ହୁଏନ୍ତ ମାତ୍ର ଅନ୍ୟାୟ ସକାଶୁ କାହାର କାହାର ବିନାଶ ହୁଏ ।
24
ଯେ ବାଡ଼ି ବ୍ୟବହାର କରିବାକୁ ତ୍ରୁଟି କରେ, ସେ ଆପଣା ପୁତ୍ରକୁ ଘୃଣା କରେ; ପୁଣି ଯେ ତାହାକୁ ପ୍ରେମ କରେ, ସେ ଯଥାକାଳରେ ଶାସ୍ତି ଦିଏ ।
25
ଧାର୍ମିକ ଆପଣା ପ୍ରାଣର ତୃପ୍ତି ପର୍ଯ୍ୟନ୍ତ ଖାଏ, ମାତ୍ର ପାପୀର ଉଦର ଅତୃପ୍ତ ଥାଏ ।
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 14 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31