bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Proverbs 14
Proverbs 14
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 15 →
1
ଜ୍ଞାନବତୀ ସ୍ତ୍ରୀ ଆପଣା ଗୃହ ଗୁନ୍ଥେ; ମାତ୍ର ଅଜ୍ଞାନ ସ୍ଵହସ୍ତରେ ତାହା ଭାଙ୍ଗି ପକାଏ ।
2
ଯେ ଆପଣା ସରଳତାରେ ଆଚରଣ କରେ, ସେ ସଦାପ୍ରଭୁଙ୍କୁ ଭୟ କରେ; ମାତ୍ର ବିପଥଗାମୀ ତାହାଙ୍କୁ ତୁଚ୍ଛ କରେ ।
3
ଅଜ୍ଞାନର ମୁଖରେ ଅହଙ୍କାରର ଠେଙ୍ଗା ଥାଏ; ମାତ୍ର ଜ୍ଞାନବାନ ଲୋକଙ୍କ ଓଷ୍ଠାଧର ସେମାନଙ୍କୁ ରକ୍ଷା କରେ ।
4
ଗୋରୁ ନ ଥିଲେ, କୁଣ୍ତ ନିର୍ମଳ ଥାଏ; ପୁଣି, ଗୋରୁର ବଳରେ ବହୁ ସମ୍ପତ୍ତି ଉତ୍ପନ୍ନ ହୁଏ ।
5
ବିଶ୍ଵସ୍ତ ସାକ୍ଷୀ ମିଥ୍ୟା କହେ ନାହିଁ; କିନ୍ତୁ ଅସତ୍ୟ ସାକ୍ଷୀ ମିଥ୍ୟା ଉଚ୍ଚାରଣ କରେ ।
6
ନିନ୍ଦକ ଜ୍ଞାନ ଖୋଜିଲେ ପାଏ ନାହିଁ; ମାତ୍ର ବୁଦ୍ଧିମାନ ପାଇଁ ବିଦ୍ୟା ସହଜ ।
7
ମୂର୍ଖ ନିକଟକୁ ଗଲେ, ତୁମ୍ଭେ ତାହାର ଜ୍ଞାନଯୁକ୍ତ ଓଷ୍ଠାଧର ଦେଖିବ ନାହିଁ ।
8
ଆପଣା ପଥ ବିବେଚନା କରିବା ଚତୁର ଲୋକର ଜ୍ଞାନ; ମାତ୍ର ପ୍ରବଞ୍ଚନା ମୂର୍ଖମାନଙ୍କର ଅଜ୍ଞାନତାମାତ୍ର ।
9
ଅଜ୍ଞାନମାନେ ଦୋଷକୁ କୌତୁକ ମଣନ୍ତି; ମାତ୍ର ସରଳ ଲୋକମାନଙ୍କ ମଧ୍ୟରେ ଅନୁଗ୍ରହ ଥାଏ ।
10
ଅନ୍ତଃକରଣ ଆପଣାର ତିକ୍ତତା ଜାଣେ; ପୁଣି, ଅପରିଚିତ ଲୋକ ତାହାର ଆନନ୍ଦରେ ଭାଗୀ ହୁଏ ନାହିଁ ।
11
ଦୁଷ୍ଟମାନଙ୍କ ଗୃହ ନିପାତ ହେବ; ମାତ୍ର ସରଳ ଲୋକମାନଙ୍କ ତମ୍ଵୁ ଉନ୍ନତ ହେବ ।
12
ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦେଖାଯାଏ; ମାତ୍ର ତାହାର ଶେଷରେ ମୃତ୍ୟୁର ପଥ ଥାଏ ।
13
ହାସ୍ୟକାଳରେ ମଧ୍ୟ ମନୋଦୁଃଖ ହୁଏ; ପୁଣି, ଆନନ୍ଦର ଶେଷ ଶୋକ ।
14
ଅନ୍ତଃକରଣରେ ବିପଥଗାମୀ ଆପଣା ଆଚରଣର (ଫଳରେ) ପରିପୂର୍ଣ୍ଣ ହେବ; ପୁଣି, ଉତ୍ତମ ଲୋକ ଆପଣାରୁ ପରିତୃପ୍ତ ହେବ ।
15
ନିର୍ବୋଧ ଲୋକ ସବୁ କଥା ପ୍ରତ୍ୟୟ କରେ; ମାତ୍ର ଚତୁର ଲୋକ ଆପଣାର ସବୁ ଗତି ଭଲ କରି ବୁଝେ ।
16
ଜ୍ଞାନୀ ଲୋକ ଭୟ କରେ ଓ ମନ୍ଦକୁ ଛାଡ଼ି ଦିଏ; ମାତ୍ର ମୂର୍ଖ ଲୋକ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ ।
17
ଯେ ହଠାତ୍ କ୍ରୋଧୀ, ସେ ଅଜ୍ଞାନର କର୍ମ କରେ; ପୁଣି, କୁକଳ୍ପନାକାରୀ ନିର୍ବୋଧ ମନୁଷ୍ୟ ଘୃଣାର ପାତ୍ର ।
18
ଅସତର୍କ ଲୋକମାନେ ଅଜ୍ଞାନତାରୂପ ଅଧିକାର ପାʼନ୍ତି; ମାତ୍ର ଚତୁର ଲୋକେ ଜ୍ଞାନରୂପ ମୁକୁଟରେ ବିଭୂଷିତ ହୁଅନ୍ତି ।
19
ମନ୍ଦ ଲୋକେ ଉତ୍ତମ ଲୋକମାନଙ୍କ ଛାମୁରେ ଓ ଦୁଷ୍ଟମାନେ ଧାର୍ମିକଗଣର ଦ୍ଵାରରେ ଦଣ୍ତବତ କରନ୍ତି ।
20
ଦରିଦ୍ର ଆପଣା ପ୍ରତିବାସୀର ହିଁ ଘୃଣିତ ହୁଏ; ମାତ୍ର ଧନବାନର ଅନେକ ବନ୍ଧୁ ଥାʼନ୍ତି ।
21
ଯେଉଁ ଲୋକ ପ୍ରତିବାସୀକୁ ତୁଚ୍ଛ ବୋଧ କରେ, ସେ ପାପ କରେ; ମାତ୍ର ଯେଉଁ ଜନ ଦରିଦ୍ରକୁ ଦୟା କରେ, ସେ ଧନ୍ୟ ।
22
ଅନିଷ୍ଟଚିନ୍ତାକାରୀଗଣ କʼଣ ଭ୍ରାନ୍ତ ହୁଅନ୍ତି ନାହିଁ? ମାତ୍ର ମଙ୍ଗଳଚିନ୍ତାକାରୀଗଣ ପ୍ରତି ଦୟା ଓ ସତ୍ୟତା ବର୍ତ୍ତେ ।
23
ସବୁ ପ୍ରକାର ପରିଶ୍ରମରେ ଫଳ ଅଛି; ପୁଣି, ଓଷ୍ଠାଧରର କଥାମାତ୍ର କେବଳ ଦରିଦ୍ରତାରେ ପ୍ରବର୍ତ୍ତାଏ ।
24
ଜ୍ଞାନୀମାନଙ୍କ ମୁକୁଟ ସେମାନଙ୍କର ଧନ; ପୁଣି, ମୂର୍ଖମାନଙ୍କର ଅଜ୍ଞାନତା କେବଳ ଅଜ୍ଞାନତା ।
25
ସତ୍ୟ ସାକ୍ଷୀ ପର ପ୍ରାଣ ରକ୍ଷା କରେ; ମାତ୍ର ମିଥ୍ୟାବାଦୀ ପ୍ରବଞ୍ଚନାଜନକ ।
26
ସଦାପ୍ରଭୁ ବିଷୟକ ଭୟ ଦୃଢ଼ ବିଶ୍ଵାସଭୂମି; ଆଉ, ତାହାଙ୍କ ସନ୍ତାନମାନେ ଆଶ୍ରୟସ୍ଥାନ ପାଇବେ ।
27
ମୃତ୍ୟୁର ଫାନ୍ଦରୁ ଫେରାଇବା ପାଇଁ ସଦାପ୍ରଭୁ ବିଷୟକ ଭୟ ଜୀବନର ଝର ସ୍ଵରୂପ ।
28
ପ୍ରଜା ବାହୁଲ୍ୟରେ ରାଜାର ସମ୍ଭ୍ରମ; ପୁଣି, ପ୍ରଜା ଅଭାବରେ ଭୂପତିର ବିନାଶ ।
29
ଯେ କ୍ରୋଧ କରିବାରେ ଧୀର, ସେ ବଡ଼ ବୁଦ୍ଧିମାନ; ପୁଣି, ହଠାତ୍ କ୍ରୋଧୀ ଅଜ୍ଞାନତାରୂପ (ଧ୍ଵଜା) ଟେକେ ।
30
ଶା; ଅନ୍ତଃକରଣ ଦେହର ଜୀବନ ସ୍ଵରୂପ; ପୁଣି, ଈର୍ଷା ହାଡ଼ର କ୍ଷୟ ସ୍ଵରୂପ ।
31
ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ଯେ ଦରିଦ୍ରକୁ ଦୟା କରେ, ସେ ତାହାଙ୍କୁ ଆଦର କରେ ।
32
ଦୁଷ୍ଟ ଲୋକ ଆପଣା ମନ୍ଦକର୍ମରେ ତଡ଼ି ଦିଆଯାଏ, ମାତ୍ର ମରଣକାଳରେ ଧାର୍ମିକର ଆଶ୍ରୟ ଥାଏ ।
33
ଜ୍ଞାନ ବୁଦ୍ଧିମାନର ହୃଦୟରେ ଥାଏ; ପୁଣି, ମୂର୍ଖର ଆନ୍ତରିକ ଭାବ ଜଣାଯିବ ।
34
ଧାର୍ମିକତା ରାଜ୍ୟର ଉନ୍ନତି ଜନ୍ମାଏ; ମାତ୍ର ପାପ ନରଗଣର ଅପମାନ ।
35
ବୁଦ୍ଧିମାନ ଦାସ ରାଜାଙ୍କର ଅନୁଗ୍ରହପାତ୍ର; ପୁଣି, ଯେ ଲଜ୍ଜା ଜନ୍ମାଏ, ତାହା ପ୍ରତି ସେ କ୍ରୋଧ କରନ୍ତି ।
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 15 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31