bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Proverbs 16
Proverbs 16
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 17 →
1
ଅନ୍ତଃକରଣର କଳ୍ପନା ମନୁଷ୍ୟର ଅଟେ; ମାତ୍ର ଜିହ୍ଵାର ଉତ୍ତର ସଦାପ୍ରଭୁଙ୍କଠାରୁ ହୁଏ ।
2
ମନୁଷ୍ୟର ସମସ୍ତ ଗତି ଆପଣା ଦୃଷ୍ଟିରେ ନିର୍ମଳ; ମାତ୍ର ସଦାପ୍ରଭୁ ଆତ୍ମାମାନଙ୍କୁ ତୌଲନ୍ତି ।
3
ସଦାପ୍ରଭୁଙ୍କୁ ତୁମ୍ଭର କାର୍ଯ୍ୟ ସମର୍ପଣ କର, ତହିଁରେ ତୁମ୍ଭର ସଙ୍କଳ୍ପ ସ୍ଥିରୀକୃତ ହେବ ।
4
ସଦାପ୍ରଭୁ ପ୍ରତ୍ୟେକ ବିଷୟକୁ ତହିଁର ନିଜ ଉଦ୍ଦେଶ୍ୟ ସାଧନ ନିମନ୍ତେ କରିଅଛନ୍ତି; ଦୁଷ୍ଟକୁ ହିଁ ଦୁର୍ଦ୍ଦିନ ନିମନ୍ତେ।
5
ମନରେ ଗର୍ବୀ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କଠାରେ ଘୃଣିତ, ହାତ ଧରାଧରି ହେଲେ ହେଁ ସେ ଅଦଣ୍ତିତ ନୋହିବ ।
6
ଦୟା ଓ ସତ୍ୟତାରେ ପାପର ପ୍ରାୟଶ୍ଚିତ୍ତ ହୁଏ, ପୁଣି ସଦାପ୍ରଭୁ ବିଷୟକ ଭୟ ଦ୍ଵାରା ମନୁଷ୍ୟମାନେ କୁକ୍ରିୟା ତ୍ୟାଗ କରନ୍ତି ।
7
ମନୁଷ୍ୟର ଗତି ସଦାପ୍ରଭୁଙ୍କର ତୁଷ୍ଟିକର ହେଲେ, ସେ ତାହାର ଶତ୍ରୁମାନଙ୍କୁ ହିଁ ତାହା ସହିତ ଶାନ୍ତିରେ ବାସ କରାନ୍ତି ।
8
ଅନ୍ୟାୟ ସହିତ ପ୍ରଚୁର ଆୟରୁ ଧାର୍ମିକତା ସହିତ ଅଳ୍ପ ଭଲ ।
9
ମନୁଷ୍ୟର ମନ ଆପଣା ପଥ ବିଷୟ କଳ୍ପନା କରେ; ମାତ୍ର ସଦାପ୍ରଭୁ ତାହାର ଗତି ନିରୂପଣ କରନ୍ତି ।
10
ରାଜାର ଓଷ୍ଠରେ ଦିବ୍ୟ-ବାକ୍ୟ ଥାଏ, ତାହାର ମୁଖ ବିଚାରରେ ସତ୍ୟ ଲଙ୍ଘନ କରିବ ନାହିଁ ।
11
ଯଥାର୍ଥ ବିଶା ଓ ଦଣ୍ତି ସଦାପ୍ରଭୁଙ୍କର ଓ ଥଳୀରେ ଥିବା ବଟଖରାସବୁ ତାହାଙ୍କର କର୍ମ ।
12
କୁକର୍ମ କରିବାର ରାଜାମାନଙ୍କର ଘୃଣା ବିଷୟ; ଯେହେତୁ ଧାର୍ମିକତାରେ ସିଂହାସନ ସ୍ଥିରୀକୃତ ହୁଏ ।
13
ଧର୍ମଯୁକ୍ତ ଓଷ୍ଠ ରାଜାମାନଙ୍କର ତୁଷ୍ଟିକର, ପୁଣି ଯଥାର୍ଥବାଦୀକି ସେମାନେ ପ୍ରେମ କରନ୍ତି ।
14
ରାଜାର କ୍ରୋଧ ମୃତ୍ୟୁର ଦୂତ ପରି; ମାତ୍ର ଜ୍ଞାନୀ ଲୋକ ତାହା ଶା; କରେ ।
15
ରାଜାର ପ୍ରସନ୍ନ ବଦନରେ ଜୀବନ ଥାଏ, ପୁଣି ତାହାର ଅନୁଗ୍ରହ ଶେଷ ବର୍ଷାର ମେଘ ସ୍ଵରୂପ ।
16
ସୁନା ଅପେକ୍ଷା ଜ୍ଞାନ ଲାଭ କରିବା, ପୁଣି ରୂପା ଅପେକ୍ଷା ବରଞ୍ଚ ସୁବିବେଚନା ଲାଭ ମନୋନୀତ କରିବାର କିପରି ଉତ୍ତମ!
17
ମନ୍ଦତା ତ୍ୟାଗ କରିବାର ସରଳ ଲୋକମାନଙ୍କର ରାଜଦାଣ୍ତ, ଯେଉଁ ଲୋକ ଆପଣା ପଥ ଜଗି ଚାଲେ, ସେ ଆପଣା ପ୍ରାଣ ରକ୍ଷା କରେ ।
18
ଅହଙ୍କାର ସର୍ବନାଶର ସମ୍ମୁଖରେ ଥାଏ, ପୁଣି ଦାମ୍ଭିକ ମନ ପତନର ସମ୍ମୁଖରେ ଥାଏ ।
19
ଅହଙ୍କାରୀମାନଙ୍କ ସହିତ ଲୁଟିତ ଦ୍ରବ୍ୟ ଭାଗ କରିବା ଅପେକ୍ଷା ଦୀନାତ୍ମା ସହିତ ନମ୍ର ହେବାର ଭଲ ।
20
ଯେଉଁ ଲୋକ (ପରମେଶ୍ଵରଙ୍କ) ବାକ୍ୟରେ ମନୋଯୋଗ କରେ, ସେ ମଙ୍ଗଳ ପାଏ, ପୁଣି ସଦାପ୍ରଭୁଙ୍କ-ଠାରେ ଯେ ନିର୍ଭର କରେ, ସେ ଧନ୍ୟ ।
21
ମନରେ ଜ୍ଞାନୀ ଲୋକ ବୁଦ୍ଧିମାନ ବିଖ୍ୟାତ ହୁଏ, ପୁଣି ଓଷ୍ଠାଧରର ମିଷ୍ଟତା ପାଣ୍ତିତ୍ୟ ବଢ଼ାଏ ।
22
ସଦ୍ବୁଦ୍ଧି, ତାହା ପାଇଥିବା ଲୋକ ପ୍ରତି ଜୀବନର ଝର ସ୍ଵରୂପ ଅଟେ; ମାତ୍ର ଅଜ୍ଞାନତା ଅଜ୍ଞାନମାନଙ୍କର ଶାସ୍ତି ।
23
ଜ୍ଞାନବାନର ହୃଦୟ ଆପଣା ମୁଖକୁ ଶିକ୍ଷା ଦିଏ, ପୁଣି ତାହାର ଓଷ୍ଠାଧର ପାଣ୍ତିତ୍ୟ ବଢ଼ାଏ ।
24
ମନୋହର ଭାଷା ମଧୁଚାକ ସଦୃଶ, ତାହା ମନକୁ ସୁମିଷ୍ଟ, ଅସ୍ଥିକି ସ୍ଵାସ୍ଥ୍ୟ ।
25
ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦିଶେ, ମାତ୍ର ତହିଁର ଶେଷରେ ମୃତ୍ୟୁର ପଥ ଥାଏ ।
26
ପରିଶ୍ରମକାରୀର କ୍ଷୁଧା ତାହା ନିମନ୍ତେ ପରିଶ୍ରମ କରେ, ଯେହେତୁ ତାହାର ମୁଖ ତହିଁ ପାଇଁ ତାହାକୁ ତମ୍ଵି କରେ ।
27
ପାପାଧମ ଲୋକ ଅନିଷ୍ଟ କଳ୍ପନା କରେ, ପୁଣି ତାହାର ଓଷ୍ଠରେ ଜ୍ଵଳନ୍ତା ଅଗ୍ନି ପରି ଥାଏ ।
28
କୁଟିଳ ମନୁଷ୍ୟ କଳି ବୁଣେ, ପୁଣି କର୍ଣ୍ଣେଜପ ବିଶେଷ ମିତ୍ରଗଣକୁ ବିଭିନ୍ନ କରେ ।
29
ଅତ୍ୟାଚାରୀ ଆପଣା ପ୍ରତିବାସୀକି ଭୁଲାଏ, ପୁଣି ତାହାକୁ କୁପଥରେ କଢ଼ାଇ ନିଏ ।
30
ଯେଉଁ ଲୋକ ଆପଣା ଚକ୍ଷୁ ମୁଦେ, ସେ କୁଟିଳ ବିଷୟ କଳ୍ପନା କରିବାକୁ ତାହା କରେ; ଯେ ଆପଣା ଓଷ୍ଠାଧରକୁ ଚିପେ, ସେ ମନ୍ଦକର୍ମ ସିଦ୍ଧ କରେ ।
31
ପକ୍ଵକେଶ ଶୋଭାଜନକ ମୁକୁଟ, ତାହା ଧର୍ମ-ପଥରେ ପ୍ରାପ୍ତ ହୁଏ ।
32
ଯେ କ୍ରୋଧରେ ଧୀର, ସେ ବୀର ଅପେକ୍ଷା ଶ୍ରେଷ୍ଠ; ପୁଣି, ଯେ ନିଜ ଆତ୍ମା ଉପରେ କର୍ତ୍ତୃତ୍ଵ କରେ, ସେ ନଗର ଜୟକାରୀ ଅପେକ୍ଷା ଭଲ ।
33
ଗୁଲିବାଣ୍ଟ କୋଳରେ ପକାଯାଏ, ମାତ୍ର ତହିଁର ନିଷ୍ପତ୍ତି ସଦାପ୍ରଭୁଙ୍କଠାରୁ ହୁଏ ।
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 17 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31