bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Proverbs 26
Proverbs 26
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 25
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 27 →
1
ଯେପରି ଗ୍ରୀଷ୍ମକାଳରେ ହିମ ଓ ଫସଲ ସମୟରେ ବୃଷ୍ଟି, ସେପରି ମୂର୍ଖକୁ ସମ୍ମାନ ଅନୁପଯୁକ୍ତ ।
2
ଯେପରି ଘରଚଟିଆ ଭ୍ରମଣ କରୁଥିବା ବେଳେ ଓ ତାଳଚୋଞ୍ଚ ଉଡ଼ୁଥିବା ବେଳେ, ସେପରି ଅକାରଣରେ ଦତ୍ତ ଶାପ ନିକଟକୁ ଆସେ ନାହିଁ ।
3
ଅଶ୍ଵ ପାଇଁ କୋରଡ଼ା; ଗର୍ଦ୍ଦଭ ପାଇଁ ଲଗାମ, ପୁଣି ମୂର୍ଖର ପିଠି ପାଇଁ ବାଡ଼ି ।
4
ମୂର୍ଖକୁ ତାହାର ଅଜ୍ଞାନତାନୁସାରେ ଉତ୍ତର ଦିଅ ନାହିଁ, ଦେଲେ ତୁମ୍ଭେ ମଧ୍ୟ ତାହାର ସମାନ ହେବ ।
5
ମୂର୍ଖକୁ ତାହାର ଅଜ୍ଞାନତାନୁସାରେ ଉତ୍ତର ଦିଅ, ନୋହିଲେ ସେ ଆପଣା ଦୃଷ୍ଟିରେ ଆପଣାକୁ ଜ୍ଞାନୀ ବୋଧ କରିବ ।
6
ମୂର୍ଖ ହାତରେ ଯେ ସମାଚାର ପଠାଏ, ସେ ଆପଣା ପାଦ ଆପେ କାଟି କ୍ଷତି ଭୋଗ କରେ ।
7
ନେଙ୍ଗଡ଼ାର ଚରଣ ଯେପରି ନଡ଼ନଡ଼, ଅଜ୍ଞାନର ମୁଖରେ ସେପରି ହିତୋପଦେଶ-ବାକ୍ୟ ।
8
ଯେପରି ପ୍ରସ୍ତରରାଶିରେ ମଣିର ଥଳୀ, ସେପରି ସେ, ଯେ ମୂର୍ଖକୁ ସମ୍ମାନ ଦିଏ ।
9
ମତ୍ତ ଲୋକର ହସ୍ତରେ ଉଠାଯିବା କଣ୍ଟକ ଯେପରି, ମୂର୍ଖମାନଙ୍କ ମୁଖରେ ହିତୋପଦେଶ ବାକ୍ୟ ସେପରି ।
10
ବାଣୁଆ ଯେପରି ସମସ୍ତଙ୍କୁ କ୍ଷତବିକ୍ଷତ କରେ, ସେପରି ସେହି ଲୋକ, ଯେ ମୂର୍ଖକୁ ବେତନ ଦିଏ ଓ ଯେ ପଥିକକୁ ବେତନ ଦିଏ ।
11
ଆପଣା ବାନ୍ତି ପ୍ରତି ଫେରିବା କୁକ୍କୁର ଯେପରି, ପୁନଃ ପୁନଃ ଆପଣା ଅଜ୍ଞାନତାର କର୍ମ କରିବା ମୁର୍ଖ ସେପରି ।
12
ଯେ ଆପଣା ଦୃଷ୍ଟିରେ ଜ୍ଞାନୀ, ଏପରି ଲୋକକୁ ଦେଖୁଅଛ କି? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି ।
13
ଅଳସୁଆ କହେ, ବାଟରେ ସିଂହ ଅଛି, ସଡ଼କରେ ସିଂହ ଅଛି ।
14
ଯେପରି କବ୍ଜାରେ କବାଟ ବୁଲେ, ସେପରି ଅଳସୁଆ ଆପଣା ଶଯ୍ୟାରେ ଥାଇ କରେ ।
15
ଅଳସୁଆ ଥାଳୀରେ ହାତ ବୁଡ଼ାଇ ଆଉ ଥରେ ତାହା ମୁଖକୁ ନେବାକୁ ଥକିଯାଏ ।
16
ସାତ ଜଣ ସୁବିଚାରସିଦ୍ଧ ଉତ୍ତରକାରୀ ଅପେକ୍ଷା ଅଳସୁଆ ଆପଣା ଦୃଷ୍ଟିରେ ଜ୍ଞାନବାନ ।
17
ଯେଉଁ ଲୋକ ପଥରେ ଯାଉ ଯାଉ ଆପଣାର ଅସମ୍ପର୍କୀୟ ବିବାଦରେ ରାଗାନ୍ଵିତ ହୁଏ, ସେ କୁକ୍କୁର କାନ ଧରିବା ଲୋକ ତୁଲ୍ୟ ।
18
ଅଗ୍ନିବାଣ, ତୀର ଓ ମୃତ୍ୟୁ ନିକ୍ଷେପକାରୀ ବାତୁଳ ଯେପରି;
19
ଆପଣା ପ୍ରତିବାସୀକି ଯେଉଁ ଲୋକ ଭୁଲାଇ କହେ, ମୁଁ କʼଣ କୌତୁକ କରୁ ନାହିଁ? ସେ ସେପରି ।
20
କାଷ୍ଠ ଶେଷ ହେଲେ ଅଗ୍ନି ନିଭି ଯାଏ, କର୍ଣ୍ଣେଜପ ନ ଥିଲେ କଳି ନିବୃତ୍ତ ହୁଏ ।
21
ଯେପରି ଜ୍ଵଳନ୍ତା ଅଙ୍ଗାରକୁ ଅଙ୍ଗାର ଓ ଅଗ୍ନିକି କାଷ୍ଠ, ସେପରି ବିବାଦ ବଢ଼ାଇବାକୁ କଳିହୁଡ଼ା ଲୋକ ।
22
କର୍ଣ୍ଣେଜପର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ ।
23
ଅନୁରାଗୀ ଓଷ୍ଠ ଓ ମନ୍ଦ ହୃଦୟ ରୂପା ଖାଦରେ ମଣ୍ତିତ ମୃତ୍ତିକାପାତ୍ର ତୁଲ୍ୟ ।
24
ଘୃଣାକାରୀ ଆପଣା ଓଷ୍ଠରେ କପଟ କରେ, ମାତ୍ର ମନରେ ପ୍ରବଞ୍ଚନା ରଖେ ।
25
ସେ ମିଷ୍ଟସ୍ଵରରେ କହିଲେ, ତାହାକୁ ବିଶ୍ଵାସ କର ନାହିଁ, ଯେହେତୁ ତାହାର ହୃଦୟରେ ସାତଟା ଘୃଣ୍ୟ ବିଷୟ ଥାଏ ।
26
ତାହାର ଘୃଣା କପଟରେ ଆପଣାକୁ ଆବୃତ କଲେ ହେଁ ତାହାର ମନ୍ଦତା ସଭାରେ ପ୍ରକାଶ ପାଇବ ।
27
ଯେ ଖାତ ଖୋଳେ, ସେ ଆପେ ତହିଁ ଭିତରେ ପଡ଼ିବ; ପୁଣି, ଯେ ପଥର ଗଡ଼ାଏ, ତାହା ତାହାର ଉପରକୁ ନେଉଟିବ ।
28
ମିଥ୍ୟାବାଦୀ-ଜିହ୍ଵା ଯାହାକୁ ଚୂର୍ଣ୍ଣ କରେ, ତାହାକୁ ହିଁ ଘୃଣା କରେ; ପୁଣି, ଚାଟୁବାଦୀ ମୁଖ ସର୍ବନାଶ ଜନ୍ମାଏ ।
← Chapter 25
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 27 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31