bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Proverbs 31
Proverbs 31
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 30
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
1
ଲମୂୟେଲ ରାଜାର କଥା; ଅର୍ଥାତ୍, ତାହାର ମାତା ତାହାକୁ ଯାହା ଶିଖାଇଥିଲା, ସେହି ଭାରୋକ୍ତି ।
2
ହେ ମୋହର ପୁତ୍ର, ହେ ମୋʼ ଗର୍ଭର ପୁତ୍ର, ହେ ମୋʼ ମାନତର ପୁତ୍ର, କଅଣ କହିବି?
3
ତୁମ୍ଭେ ସ୍ତ୍ରୀଲୋକଙ୍କୁ ଆପଣା ବଳ ଦିଅ ନାହିଁ, ଅବା ରାଜାମାନେ ଯହିଁରେ ବିନଷ୍ଟ ହୁଅନ୍ତି, ତହିଁରେ ଗତି କର ନାହିଁ ।
4
ହେ ଲମୂୟେଲ, ରାଜାମାନଙ୍କର ଦ୍ରାକ୍ଷାରସ ପାନ କରିବା ଉଚିତ ନୁହେଁ, ରାଜାମାନଙ୍କର ଉଚିତ ନୁହେଁ; କିଅବା ମଦ୍ୟ କାହିଁ ବୋଲି କହିବା ଭୂପତିମାନଙ୍କର ଉଚିତ ନୁହେଁ ।
5
ସେମାନେ ପାନ କଲେ, ବ୍ୟବସ୍ଥା ପାସୋରି ଦୁଃଖୀସନ୍ତାନ ସମସ୍ତଙ୍କର ବିଚାର ବିପରୀତ କରିବେ।
6
ମୃତକଳ୍ପ ଲୋକକୁ ମଦ୍ୟ ଦିଅ ଓ ତିକ୍ତମନା ଲୋକକୁ ଦ୍ରାକ୍ଷାରସ ଦିଅ ।
7
ସେ ଲୋକ ପାନ କରି ଆପଣା ଦରିଦ୍ରତା ପାସୋରୁ ଓ ଆପଣା କ୍ଳେଶ ଆଉ ମନରେ ନ କରୁ ।
8
ଘୁଙ୍ଗା ଲୋକଙ୍କ ପକ୍ଷରେ, ସମସ୍ତ ଅନାଥଙ୍କ ପକ୍ଷରେ, ଆପଣା ମୁଖ ଫିଟାଅ ।
9
ମୁଖ ଫିଟାଇ ଯଥାର୍ଥ ବିଚାର କର, ପୁଣି ଦୁଃଖୀ ଓ ଦରିଦ୍ରମାନଙ୍କର ସୁବିଚାର କର।
10
ଗୁଣବତୀ ସ୍ତ୍ରୀ କିଏ ପାଇପାରେ? ମୁକ୍ତାଠାରୁ ହିଁ ତାହାର ମୂଲ୍ୟ ଅଧିକ ।
11
ତାହାର ସ୍ଵାମୀର ହୃଦୟ ତାହାଠାରେ ନିର୍ଭର କରେ, ପୁଣି ତାହାର ଲାଭର ଅଭାବ ହୁଏ ନାହିଁ ।
12
ସେ ଜୀବନଯାଏ ସ୍ଵାମୀର କ୍ଷତି ନ କରି ମଙ୍ଗଳ କରେ ।
13
ସେ ମେଷଲୋମ ଓ ମସିନା ଖୋଜି ସନ୍ତୋଷରେ ଆପଣା ହସ୍ତରେ କର୍ମ କରେ ।
14
ସେ ବାଣିଜ୍ୟ-ଜାହାଜ ତୁଲ୍ୟ; ସେ ଦୂରରୁ ଆପଣା ଆହାର ଆଣେ ।
15
ମଧ୍ୟ ସେ ରାତ୍ରି ଥାଉ ଥାଉ ଉଠେ ଓ ଆପଣା ପରିଜନ ସମସ୍ତଙ୍କୁ ଖାଦ୍ୟ ଓ ଦାସୀଗଣଙ୍କୁ ନିରୂପିତ କର୍ମ ଦିଏ ।
16
ସେ କ୍ଷେତ୍ରର ବିଷୟ ବୁଝି ତାହା କିଣେ, ସେ ଆପଣା ହସ୍ତର ଫଳ ଦେଇ ଦ୍ରାକ୍ଷାକ୍ଷେତ୍ର ରୋପଣ କରେ ।
17
ସେ ବଳରେ ଆପଣା ଅଣ୍ଟା ବାନ୍ଧେ ଓ ଆପଣା ବାହୁ ବଳବାନ କରେ ।
18
ଆପଣା ବ୍ୟାପାର ଯେ ଲାଭଜନକ, ଏହା ସେ ବୁଝେ; ପୁଣି, ରାତ୍ରିକାଳରେ ତାହାର ପ୍ରଦୀପ ଲିଭିଯାଏ ନାହିଁ ।
19
ସେ ଚରଖାକୁ ହାତ ବଢ଼ାଏ, ପୁଣି ତାହାର ହସ୍ତ ତାକୁଡ଼ି ଧରେ ।
20
ସେ ଦୁଃଖୀ ଲୋକମାନଙ୍କ ପ୍ରତି ମୁକ୍ତହସ୍ତା ହୁଏ ଓ ଦରିଦ୍ରମାନଙ୍କ ପ୍ରତି ଆପଣା ହାତ ବଢ଼ାଏ ।
21
ସେ ହିମ ଲାଗି ଆପଣା ପରିବାର ବିଷୟରେ ଭୟ କରେ ନାହିଁ; ଯେହେତୁ ତାହାର ସମସ୍ତ ପରିବାର ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧନ୍ତି ।
22
ସେ ଆପଣା ନିମନ୍ତେ ଚିତ୍ରବିଚିତ୍ର ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରେ, ପୁଣି ସେ ଶୁଭ୍ର କ୍ଷୌମବସ୍ତ୍ର ଓ ଧୂମ୍ରବର୍ଣ୍ଣ ବସ୍ତ୍ର ପିନ୍ଧେ ।
23
ତାହାର ସ୍ଵାମୀ ଦେଶୀୟ ପ୍ରାଚୀନମାନଙ୍କ ସଙ୍ଗେ ନଗର-ଦ୍ଵାରରେ ବସିବା ବେଳେ ଚିହ୍ନାଯାଏ ।
24
ସେ ସୂକ୍ଷ୍ମବସ୍ତ୍ର ପ୍ରସ୍ତୁତ କରି ବିକ୍ରୟ କରେ, ପୁଣି ବଣିକମାନଙ୍କ ହସ୍ତରେ କଟିବନ୍ଧନ ସମର୍ପଣ କରେ ।
25
ବଳ ଓ ଶୋଭା ତାହାର ବସ୍ତ୍ର ସ୍ଵରୂପ; ପୁଣି, ଭବିଷ୍ୟତକାଳ ବିଷୟରେ ସେ ହାସ୍ୟ କରେ ।
26
ସେ ଜ୍ଞାନରେ ଆପଣା ମୁଖ ଫିଟାଏ; ତାହାର ଜିହ୍ଵାରେ ଦୟାର ବ୍ୟବସ୍ଥା ଥାଏ ।
27
ସେ ଆପଣା ପରିବାରର ଆଚରଣରେ ମନୋ-ଯୋଗ କରେ, ପୁଣି ଆଳସ୍ୟର ଆହାର ଖାଏ ନାହିଁ ।
28
ତାହାର ସନ୍ତାନମାନେ ଉଠି ତାହାକୁ ଧନ୍ୟ ଧନ୍ୟ କହନ୍ତି ଓ ତାହାର ସ୍ଵାମୀ ହିଁ ତାହାକୁ (ଏରୂପ) ପ୍ରଶଂସା କରେ;
29
ଅନେକ କନ୍ୟା ଗୁଣ ଦେଖାଇ ଅଛନ୍ତି, ମାତ୍ର ତୁମ୍ଭେ ସେସମସ୍ତଙ୍କ ଅପେକ୍ଷା ଶ୍ରେଷ୍ଠ ।
30
ଲାବଣ୍ୟ ପ୍ରବଞ୍ଚନାଜନକ ଓ ସୌନ୍ଦର୍ଯ୍ୟ ଅସାର; ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ ।
31
ତାହାର ହାତର ଫଳ ତାହାକୁ ଦିଅ, ପୁଣି ତାହାର ନିଜ କର୍ମ ନଗର-ଦ୍ଵାରରେ ତାହାର ପ୍ରଶଂସା କରୁ ।
← Chapter 30
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31