bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Revelation 1
Revelation 1
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 2 →
1
ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ବାକ୍ୟ; ଅବିଳମ୍ଵରେ ଯାହା ଯାହା ଅବଶ୍ୟ ଘଟିବ, ସେହିସବୁ ସେ ଯେପରି ଆପଣା ଦାସମାନଙ୍କୁ ଜଣାନ୍ତି, ଏଥିପାଇଁ ଈଶ୍ଵର ଏହା ତାହାଙ୍କ ନିକଟରେ ସମର୍ପଣ କଲେ, ଆଉ ସେ ଆପଣା ଦୂତ ପ୍ରେରଣ କରି ନିଜ ଦାସ ଯୋହନକୁ ଏହା ଜ୍ଞାତ କରାଇଲେ।
2
ସେହି ଯୋହନ ଈଶ୍ଵରଙ୍କ ବାକ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ସାକ୍ଷ୍ୟ ସମ୍ଵନ୍ଧରେ, ଅର୍ଥାତ୍, ସେ ଯାହାସବୁ ଦର୍ଶନ କଲା, ସେହି ବିଷୟରେ ସାକ୍ଷ୍ୟ ଦେଉଅଛି ।
3
ଯେ ପାଠ କରେ ଓ ଯେଉଁମାନେ ଏହି ଭାବବାଣୀ ଶ୍ରବଣ କରନ୍ତି, ପୁଣି ସେଥିରେ ଲିଖିତ ବିଷୟସବୁ ପାଳନ କରନ୍ତି, ସେମାନେ ଧନ୍ୟ; କାରଣ ସମୟ ସନ୍ନିକଟ ।
4
ଯୋହନ ଆସିଆସ୍ଥ ସପ୍ତ ମଣ୍ତଳୀ ନିକଟକୁ ଲେଖୁଅଛି, ଯେ ବର୍ତ୍ତମାନ, ଭୂତ ଓ ଭବିଷ୍ୟତ, ତାହାଙ୍କଠାରୁ ଓ ତାହାଙ୍କ ସିଂହାସନ ସମ୍ମୁଖସ୍ଥ ସପ୍ତ ଆତ୍ମାଙ୍କଠାରୁ
5
ପୁଣି ବିଶ୍ଵସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ । ଯେ ଆମ୍ଭମାନଙ୍କୁ ପ୍ରେମ କରିଜ ଆପଣା ରକ୍ତ ଦ୍ଵାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,
6
ପୁଣି ଆମ୍ଭମାନଙ୍କୁ ଗୋଟିଏ ରାଜକୁଳ କରି ଆପଣା ଈଶ୍ଵର ଓ ପିତାଙ୍କ ନିକଟରେ ଯାଜକ ସ୍ଵରୂପେ ନିଯୁକ୍ତ କରିଅଛନ୍ତି, ତାହାଙ୍କ ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ । ଆମେନ୍ ।
7
ଦେଖ, ସେ ମେଘମାଳାରେ ଆଗମନ କରୁଅଛନ୍ତି, ପ୍ରତ୍ୟେକ ଚକ୍ଷୁ ତାହାଙ୍କୁ ଦର୍ଶନ କରିବ, ଯେଉଁମାନେ ତାହାଙ୍କୁ ବିନ୍ଧିଥିଲେ, ସେମାନେ ମଧ୍ୟ ଦର୍ଶନ କରିବେ, ଆଉ ପୃଥିବୀର ସମସ୍ତ ଗୋଷ୍ଠୀ ତାହାଙ୍କ ଆଗମନ ସକାଶେ ବିଳାପ କରିବେ । ହଁ, ଆମେନ୍ ।
8
ଯେ ବର୍ତ୍ତମାନ, ଭୂତ ଓ ଭବିଷ୍ୟତ, ଯେ ସର୍ବଶକ୍ତିମାନ, ସେହି ପ୍ରଭୁ ଈଶ୍ଵର କହନ୍ତି, ଆମ୍ଭେ କ ଓ କ୍ଷ ।
9
ତୁମ୍ଭମାନଙ୍କ ଭ୍ରାତା ଓ ଯୀଶୁଙ୍କ ସମ୍ଵନ୍ଧୀୟ କ୍ଳେଶ, ରାଜ୍ୟ ଓ ଧୈର୍ଯ୍ୟର ସହଭାଗୀ ଯେ ମୁଁ ଯୋହନ, ମୁଁ ଈଶ୍ଵରଙ୍କ ବାକ୍ୟ ଓ ଯୀଶୁଙ୍କ ସାକ୍ଷ୍ୟ ହେତୁ ପାତ୍ମ ନାମକ ଦ୍ଵୀପରେ ଥିଲି ।
10
ମୁଁ ପ୍ରଭୁଙ୍କ ଦିନରେ ଆତ୍ମାରେ ଆବିଷ୍ଟ ହୋଇ ମୋହର ପଶ୍ଚାତରେ ତୂରୀଶଦ୍ଦ ପରି ଗୋଟିଏ ମହାସ୍ଵର ଏହା କହୁଥିବା ଶୁଣିଲି,
11
ତୁମ୍ଭେ ଯାହା ଦର୍ଶନ କରୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ମଣ୍ତଳୀ, ଅର୍ଥାତ୍, ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟତୀରା ସାର୍ଦ୍ଦୀ, ଫିଲାଦେଲ୍ଫିଆ ଓ ଲାଅଦିକୀଆ ନିକଟକୁ ପ୍ରେରଣ କର ।
12
କିଏ ମୋʼ ସହିତ କଥା କହୁଅଛନ୍ତି, ଏହା ଦେଖିବା ନିମନ୍ତେ ମୁଁ ବୁଲି ପଡ଼ିଲି । ଆଉ ବୁଲି ପଡ଼ନ୍ତେ ମୁଁ ଦେଖିଲି, ସପ୍ତ ସୁବର୍ଣ୍ଣ ପ୍ରଦୀପ,
13
ପୁଣି, ସେହି ପ୍ରଦୀପଗୁଡ଼ିକର ମଧ୍ୟସ୍ଥଳରେ ମନୁଷ୍ୟପୁତ୍ରଙ୍କର ସଦୃଶ ଜଣେ ବ୍ୟକ୍ତି; ସେ ପାଦ ପର୍ଯ୍ୟନ୍ତ ବସ୍ତ୍ରରେ ଆଚ୍ଛାଦିତ ଓ ବକ୍ଷସ୍ଥଳରେ ସୁବର୍ଣ୍ଣ ପଟୁକା ଦ୍ଵାରା ବେଷ୍ଟିତ;
14
ତାହାଙ୍କ ମସ୍ତକ ଓ କେଶ ହିମତୁଲ୍ୟ ଶୁଭ୍ର ଲୋମ ପରି ଶୁକ୍ଳବର୍ଣ୍ଣ, ଆଉ ତାହାଙ୍କ ଚକ୍ଷୁ ପ୍ରଜ୍ଵଳିତ ଅଗ୍ନିଶିଖା ସଦୃଶ;
15
ତାହାଙ୍କ ପାଦ ଭାଟୀରେ ପରିଷ୍କୃତ ଉଜ୍ଜ୍ଵଳ ପିତ୍ତଳ ତୁଲ୍ୟ ଓ ତାହାଙ୍କ ସ୍ଵର ମହା ଜଳକଲ୍ଲୋଳର ସଦୃଶ ।
16
ସେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରିଥିଲେ, ତାହାଙ୍କ ମୁଖରୁ ତୀକ୍ଷ୍ମ ଦ୍ଵିଧାର ଖଡ଼୍ଗ ନିର୍ଗତ ହେଉଥିଲା, ଆଉ ତାହାଙ୍କ ମୁଖ ମଧ୍ୟାହ୍ନକାଳୀନ ସୂର୍ଯ୍ୟ ପରି ତେଜୋମୟ ଥିଲା ।
17
ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି । ସେଥିରେ ସେ ମୋʼ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ,
18
ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି ସ୍ଵୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର କଞ୍ଚି, ଅଛି ।
19
ଅତଏବ, ଯାହା ଯାହା ଦର୍ଶନ କଲ, ଯାହା ଯାହା ବର୍ତ୍ତମାନ ଘଟୁଅଛି ଓ ଏହା ପରେ ଘଟିବ, ସେହିସବୁ ଲିପିବଦ୍ଧ କର ।
20
ଆମ୍ଭର ଦକ୍ଷିଣ ହସ୍ତରେ ଯେଉଁ ସପ୍ତ ନକ୍ଷତ୍ର ଦେଖିଲ, ସେଥିର ଓ ସପ୍ତ ସୁବର୍ଣ୍ଣ ପ୍ରଦୀପର ନିଗୂଢ଼ତତ୍ତ୍ଵ ଏହି, ସେହି ସପ୍ତ ନକ୍ଷତ୍ର ସପ୍ତ ମଣ୍ତଳୀର ଦୂତଗଣ ଓ ସପ୍ତ ପ୍ରଦୀପ ସପ୍ତ ମଣ୍ତଳୀ ଅଟନ୍ତି ।
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 2 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22