bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Revelation 10
Revelation 10
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 11 →
1
ତତ୍ପରେ ମୁଁ ଆଉ ଜଣେ ପରାକ୍ରମୀ ଦୂତଙ୍କୁ ସ୍ଵର୍ଗରୁ ଅବତରଣ କରିବାର ଦେଖିଲି; ସେ ମେଘବେଷ୍ଟିତ, ତାହାଙ୍କ ମସ୍ତକ ଉପରେ ମେଘଧନୁ, ତାହାଙ୍କ ମୁଖ ସୂର୍ଯ୍ୟ ସଦୃଶ ଓ ପାଦ ଅଗ୍ନିସ୍ତମ୍ଭ ତୁଲ୍ୟ;
2
ତାହାଙ୍କ ହସ୍ତରେ ଗୋଟିଏ ମୁକ୍ତ କ୍ଷୁଦ୍ର ପୁସ୍ତକ । ସେ ଆପଣା ଦକ୍ଷିଣ ପାଦ ସମୁଦ୍ର ଉପରେ ଓ ବାମ ପାଦ ପୃଥିବୀ ଉପରେ ସ୍ଥାପନ କରି
3
ସିଂହଗର୍ଜ୍ଜନ ତୁଲ୍ୟ ହୁଙ୍କାର ଶଦ୍ଦରେ ଡାକ ପକାଇଲେ; ସେ ଡାକ ପକାନ୍ତେ ସପ୍ତ ମେଘଗର୍ଜ୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କଲେ ।
4
ସେହି ସପ୍ତ ମେଘଗର୍ଜ୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କରନ୍ତେ ମୁଁ ଲେଖିବାକୁ ଉଦ୍ୟତ ହେଲି; ସେତେବେଳେ ମୁଁ ମୋʼ ପ୍ରତି ଆକାଶରୁ ଉକ୍ତ ଏହି ବାଣୀ ଶୁଣିଲି, ସେହି ସପ୍ତ ମେଘଗର୍ଜ୍ଜନ ଯାହାସବୁ ବ୍ୟକ୍ତ କଲେ, ସେହିସବୁ ଗୋପନ କରି ରଖ, ଲେଖ ନାହିଁ ।
5
ତତ୍ପରେ ଯେଉଁ ଦୂତଙ୍କୁ ମୁଁ ସମୁଦ୍ର ଓ ପୃଥିବୀ ଉପରେ ଠିଆ ହେବାର ଦେଖିଥିଲି, ସେ ଆପଣା ଦକ୍ଷିଣ ହସ୍ତ ସ୍ଵର୍ଗ ଆଡ଼େ ଉଠାଇ,
6
ଯେ ସ୍ଵର୍ଗ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟ ସୃଷ୍ଟି କରିଅଛନ୍ତି, ସେହି ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଆଉ ବିଳମ୍ଵ ନାହିଁ;
7
ମାତ୍ର ଈଶ୍ଵରଙ୍କ ଦ୍ଵାରା ଆପଣା ଦାସ ଭାବବାଦୀ-ମାନଙ୍କ ପ୍ରତି ପ୍ରକାଶିତ ଶୁଭସମ୍ଵାଦ ଅନୁସାରେ ସପ୍ତମ ଦୂତ ବାକ୍ୟ ଘୋଷଣା କରିବା ସମୟରେ, ଅର୍ଥାତ୍, ଯେତେବେଳେ ସେ ତୂରୀଧ୍ଵନୀ କରିବାକୁ ଉଦ୍ୟତ ହେବେ, ସେତେବେଳେ ଈଶ୍ଵରଙ୍କ ନିଗୂଢ଼ ସଂକଳ୍ପ ମଧ୍ୟ ସଫଳ ହେବ ।
8
ପୁଣି ମୁଁ ଆକାଶରୁ ଯେଉଁ ବାଣୀ ଶୁଣିଥିଲି, ତାହା ପୁନର୍ବାର ମୋʼ ପ୍ରତି ବାକ୍ୟ ଉଚ୍ଚାରଣ କରି କହିଲା, ଯାଅ, ସମୁଦ୍ର ଓ ପୃଥିବୀ ଉପରେ ଦଣ୍ତାୟମାନ ଦୂତଙ୍କ ହସ୍ତରେ ଯେଉଁ ପୁସ୍ତକଟି ମୁକ୍ତ ହୋଇ ରହିଅଛି, ତାହା ଗ୍ରହଣ କର ।
9
ସେଥିରେ ମୁଁ ସେହି ଦୂତଙ୍କ ନିକଟକୁ ଯାଇ କ୍ଷୁଦ୍ର ପୁସ୍ତକଟି ମୋତେ ଦେବାକୁ ତାହାଙ୍କୁ କହିଲି । ସେ ମୋତେ କହିଲେ, ଏହା ନେଇ ଭକ୍ଷଣ କର; ଏହା ତୁମ୍ଭ ଉଦରକୁ ତିକ୍ତ କରିଦେବ, କିନ୍ତୁ ତୁମ୍ଭ ମୁଖକୁ ଏହା ମଧୁ ପରି ମିଷ୍ଟ ଲାଗିବ ।
10
ସେଥିରେ ମୁଁ ଦୂତଙ୍କ ହସ୍ତରୁ ସେହି କ୍ଷୁଦ୍ର ପୁସ୍ତକଟି ନେଇ ତାହା ଭକ୍ଷଣ କଲି; ତାହା ମୋʼ ମୁଖକୁ ମଧୁ ପରି ମିଷ୍ଟ ଲାଗିଲା, କିନ୍ତୁ ତାହା ଭକ୍ଷଣ କଲା ପରେ ମୋହର ଉଦର ତିକ୍ତ ହୋଇଗଲା ।
11
ତତ୍ପରେ ମୋତେ କୁହାଗଲା, ଅନେକ ବଂଶ, ଜାତି, ଭାଷାବାଦୀ ଓ ରାଜାଙ୍କ ବିରୁଦ୍ଧରେ ତୁମ୍ଭକୁ ପୁନର୍ବାର ଭାବବାଣୀ କହିବାକୁ ହେବ ।
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 11 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22