bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Revelation 12
Revelation 12
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 13 →
1
ପରେ ଆକାଶରେ ଗୋଟିଏ ମହାଲକ୍ଷଣ ଦେଖାଗଲା; ସୂର୍ଯ୍ୟପରିହିତା ଜଣେଣସ୍ତ୍ରୀଲୋକ, ତାହାଙ୍କ ପାଦ ତଳେ ଚନ୍ଦ୍ର ଓ ମସ୍ତକରେ ଦ୍ଵାଦଶ ନକ୍ଷତ୍ର ଖଚିତ ଗୋଟିଏ ମୁକୁଟ ।
2
ସେ ଗର୍ଭବତୀ ହୋଇ ପ୍ରସବବେଦନାରେ ଆର୍ତ୍ତସ୍ଵର କରି ପ୍ରସବ କରିବା ନିମନ୍ତେ କଷ୍ଟ ପାଉଥିଲେ ।
3
ଆକାଶରେ ଆଉ ଗୋଟିଏ ଲକ୍ଷଣ ଦେଖାଗଲା; ଦେଖ, ଗୋଟିଏ ଲୋହିତବର୍ଣ୍ଣ ପ୍ରକାଣ୍ତ ସର୍ପ, ତାହାର ସପ୍ତ ମସ୍ତକ ଓ ଦଶ ଶୃଙ୍ଗ, ପୁଣି ମସ୍ତକଗୁଡ଼ିକ ଉପରେ ସପ୍ତ ମୁକୁଟ ।
4
ତାହାର ଲାଙ୍ଗୁଳ ଆକାଶର ତୃତୀୟାଂଶ ନକ୍ଷତ୍ରକୁ ଆକର୍ଷଣ କରି ପୃଥିବୀରେ ନିକ୍ଷେପ କଲା । ଆଉ ସେହି ସର୍ପ ପ୍ରସବ କରିବାକୁ ଉଦ୍ୟତ ସ୍ତ୍ରୀଲୋକ ପ୍ରସବ କରିବାମାତ୍ର ତାହାଙ୍କ ସନ୍ତାନକୁ ଗ୍ରାସ କରିବା ନିମନ୍ତେ ତାହାଙ୍କ ସମ୍ମୁଖରେ ଠିଆ ହେଲା ।
5
ଯେ ସମସ୍ତ ଜାତିଙ୍କୁ ଲୌହଦଣ୍ତରେ ଶାସନ କରିବେ, ଏପରି ଏକ ପୁତ୍ରସନ୍ତାନଙ୍କୁ ସେହି ସ୍ତ୍ରୀଲୋକ ପ୍ରସବ କଲେ, ଆଉ ତାହାଙ୍କ ସନ୍ତାନ ଈଶ୍ଵର ଓ ତାହାଙ୍କ ସିଂହାସନ ନିକଟକୁ ଉଠାଇ ନିଆଗଲେ ।
6
ପୁଣି, ସେହି ସ୍ତ୍ରୀଲୋକ ପ୍ରାନ୍ତରକୁ ପଳାୟନ କଲେ, ସେଠାରେ ଏକ ସହସ୍ର ଦୁଇ ଶତ ଷାଠିଏ ଦିନ ପର୍ଯ୍ୟନ୍ତ ପ୍ରତିପାଳିତ ହେବା ପାଇଁ ତାହାଙ୍କ ନିମନ୍ତେ ଈଶ୍ଵରଙ୍କ କର୍ତ୍ତୃକ ପ୍ରସ୍ତୁତ ଗୋଟିଏ ସ୍ଥାନ ଥିଲା ।
7
ତତ୍ପରେ ସ୍ଵର୍ଗରେ ଯୁଦ୍ଧ ହେଲା, ମୀଖାୟେଲ ଓ ତାହାଙ୍କ ଦୂତମାନେ ସେହି ସର୍ପ ସହିତ ଯୁଦ୍ଧ କଲେ । ସେଥିରେ ସେହି ସର୍ପ ଓ ତାହାର ଦୂତମାନେ ମଧ୍ୟ ଯୁଦ୍ଧ କଲେ,
8
କିନ୍ତୁ ସେମାନେ ଜୟ କରି ପାରିଲେ ନାହିଁ, ପୁଣି ସ୍ଵର୍ଗରେ ସେମାନେ ଆଉ ସ୍ଥାନ ପାଇଲେ ନାହିଁ ।
9
ସେଥିରେ ସର୍ବ ଜଗତର ପ୍ରବଞ୍ଚକ, ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ତ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା ।
10
ସେତେବେଳେ ମୁଁ ସ୍ଵର୍ଗରେ ଏହି ଉଚ୍ଚ ସ୍ଵର ଶୁଣିଲି, ବର୍ତ୍ତମାନ ଆମ୍ଭମାନଙ୍କ ଈଶ୍ଵରଙ୍କ ପରିତ୍ରାଣ, ପରାକ୍ରମ ଓ ରାଜ୍ୟ ପୁଣି ତାହାଙ୍କ ଖ୍ରୀଷ୍ଟଙ୍କର କର୍ତ୍ତାପଣ ଉପସ୍ଥିତ ହୋଇଅଛି, କାରଣ ଆମ୍ଭମାନଙ୍କ ଭ୍ରାତୃଗଣଙ୍କ ଅପବାଦକ, ଯେ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ଈଶ୍ଵରଙ୍କ ଛାମୁରେ ଅଭିଯୋଗ କରୁଥିଲା, ସେ ତଳେ ନିକ୍ଷିପ୍ତ ହୋଇଅଛି ।
11
ଆଉ ସେମାନେ ମେଷଶାବକଙ୍କ ରକ୍ତ ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ଵାରା ତାହାକୁ ଜୟ କରିଅଛନ୍ତି, ପୁଣି ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ ।
12
ଅତଏବ, ହେ ସ୍ଵର୍ଗ ଓ ତନ୍ନିବାସୀମାନେ, ଆନନ୍ଦ କର; ମାତ୍ର ହାୟ, ପୃଥିବୀ ଓ ସମୁଦ୍ର, ତୁମ୍ଭେମାନେ ସନ୍ତାପର ପାତ୍ର, କାରଣ ସମୟ ଅତି ଅଳ୍ପ ବୋଲି ଜାଣି ଦିଆବଳ ଆପଣା ମହାକ୍ରୋଧରେ ତୁମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଯାଇଅଛି ।
13
ସର୍ପ ଆପଣାକୁ ପୃଥିବୀରେ ନିକ୍ଷିପ୍ତ ହେବାର ଦେଖି ସେହି ପୁତ୍ରସନ୍ତାନ ପ୍ରସବକାରିଣୀ ସ୍ତ୍ରୀଲୋକଙ୍କୁ ତାଡ଼ନା କଲା ।
14
ସେଥିରେ ସେହି ସ୍ତ୍ରୀଲୋକ ଯେପରି ସର୍ପର ମୁଖରୁ ରକ୍ଷା ପାଇ ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ପ୍ରତିପାଳିତ ହୁଅନ୍ତି, ଏଥିନିମନ୍ତେ ପ୍ରାନ୍ତରସ୍ଥ ଆପଣା ସ୍ଥାନକୁ ଉଡ଼ିଯିବା ପାଇଁ ତାହାଙ୍କୁ ବୃହତ୍ ଉତ୍କ୍ରୋଶପକ୍ଷୀର ଦୁଇଟି ପକ୍ଷ ଦତ୍ତ ହେଲା ।
15
ସେହି ସ୍ତ୍ରୀଲୋକଙ୍କୁ ଜଳସ୍ରୋତରେ ଭସାଇଦେବା ନିମନ୍ତେ ସର୍ପ ତାହାଙ୍କ ପଛରେ ଆପଣା ମୁଖରୁ ନଦୀ ପରି ଜଳ ଉଦ୍ଗାର କଲା ।
16
କିନ୍ତୁ ପୃଥିବୀ ଆପଣା ମୁଖ ଫିଟାଇ ସର୍ପର ମୁଖରୁ ଉଦ୍ଗାରିତ ନଦୀକୁ ଗ୍ରାସ କରି ସ୍ତ୍ରୀଲୋକଙ୍କର ସାହାଯ୍ୟ କଲା ।
17
ସେଥିରେ ସର୍ପ ସ୍ତ୍ରୀଲୋକଙ୍କ ଉପରେ ମହାକ୍ରୁଦ୍ଧ ହୋଇ, ତାହାଙ୍କ ବଂଶର ଯେଉଁ ଅବଶିଷ୍ଟ ଲୋକମାନେ ଈଶ୍ଵରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦାନ କରନ୍ତି, ସେମାନଙ୍କ ସହିତ ଯୁଦ୍ଧ କରିବାକୁ ଚାଲିଗଲା ।
18
ଆଉ ସେ ସମୁଦ୍ରର ବାଲୁକା ଉପରେ ଠିଆ ହେଲା ।
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 13 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22