bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Revelation 13
Revelation 13
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 14 →
1
ତତ୍ପରେ ମୁଁ ସମୁଦ୍ର ମଧ୍ୟରୁ ଗୋଟିଏ ପଶୁକୁ ଉଠି ଆସିବାର ଦେଖିଲି, ତାହାର ଦଶ ଶୃଙ୍ଗ ଓ ସପ୍ତ ମସ୍ତକ, ତାହାର ଶୃଙ୍ଗଗୁଡ଼ାକରେ ଦଶଟା ମୁକୁଟ ଓ ମସ୍ତକଗୁଡ଼ାକ ଉପରେ ଈଶ୍ଵରନିନ୍ଦାସୂଚକ ବିଭିନ୍ନ ନାମ ।
2
ଏହି ଯେଉଁ ପଶୁକୁ ଦେଖିଲି, ତାହା ଚିତାବାଘ ପରି, ତାହାର ପାଦ ଭାଲୁର ପାଦ ପରି ଓ ପାଟି ସିଂହର ପାଟି ପରି । ସେହି ସର୍ପ ତାହାକୁ ଆପଣା ପରାକ୍ରମ, ସିଂହାସନ ଓ ମହାକ୍ଷମତା ସମର୍ପଣ କଲା ।
3
ତାହାର ମସ୍ତକଗୁଡ଼ାକ ମଧ୍ୟରୁ ଗୋଟାଏ ଯେପରି ସାଂଘାତିକ ଆଘାତ ପ୍ରାପ୍ତ ହୋଇଥିଲା, ଆଉ ତାହାର ସେହି ମୃତ୍ୟୁଜନକ କ୍ଷତ ସୁସ୍ଥ ହେଲା, ପୁଣି ସମସ୍ତ ପୃଥିବୀ ସେହି ପଶୁ ବିଷୟରେ ଆଶ୍ଚର୍ଯ୍ୟାନ୍ଵିତ ହୋଇ ତାହାର ଅନୁଗମନ କଲେ,
4
ପୁଣି, ସର୍ପ ସେହି ପଶୁକୁ ଆପଣା କ୍ଷମତା ସମର୍ପଣ କରିବାରୁ ସେମାନେ ସର୍ପକୁ ପ୍ରଣାମ କଲେ; ସେମାନେ ପଶୁକୁ ମଧ୍ୟ ପ୍ରଣାମ କରି କହିଲେ, ଏହି ପଶୁ ପରି କିଏ? ଆଉ କିଏ ତାହା ସହିତ ଯୁଦ୍ଧ କରି ପାରେ?
5
ତାହାକୁ ଅହଂକାର ଓ ଈଶ୍ଵରନିନ୍ଦାର କଥା କହିବାକୁ ମୁଖ ଦିଆଗଲା, ଆଉ ବୟାଳିଶ ମାସ ପର୍ଯ୍ୟନ୍ତ କାର୍ଯ୍ୟ ସାଧନ କରିବାକୁ କ୍ଷମତା ଦିଆଗଲା ।
6
ସେଥିରେ ସେ ମୁଖ ଫିଟାଇ ଈଶ୍ଵରନିନ୍ଦାର କଥା କହି ତାହାଙ୍କ ନାମ ଓ ତାହାଙ୍କ ତମ୍ଵୁ ପୁଣି ସ୍ଵର୍ଗନିବାସୀମାନଙ୍କର ନିନ୍ଦା କଲା ।
7
ସମସ୍ତ ସାଧୁଙ୍କ ସହିତ ଯୁଦ୍ଧ କରିବାକୁ ଓ ସେମାନଙ୍କ ଉପରେ ଜୟଲାଭ କରିବାକୁ ତାହାକୁ କ୍ଷମତା ଦତ୍ତ ହେଲା, ଆଉ ସମସ୍ତ ଗୋଷ୍ଠୀ, ବଂଶ, ଭାଷାବାଦୀ ଓ ଜାତିହ ଉପରେ ତାହାକୁ କ୍ଷମତା ଦିଆଗଲା ।
8
ଯେଉଁମାନଙ୍କ ନାମ ଜଗତର ପତ୍ତନାବଧି ବଳିକୃତ ମେଷଶାବକଙ୍କ ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ପୃଥିବୀ ନିବାସୀ ସେହି ସମସ୍ତ ଲୋକ ତାହାକୁ ପ୍ରଣାମ କରିବେ ।
9
ଯାହାର କର୍ଣ୍ଣ ଅଛି, ସେ ଶୁଣୁ ।
10
କେହି ଯଦି ବନ୍ଦୀ କରିନିଏ, ତାହାହେଲେ ସେ ବନ୍ଦୀ ହୋଇଯିବ; କେହି ଯଦି ଖଡ଼୍ଗ ଦ୍ଵାରା ବଧ କରେ, ତାହାହେଲେ ସେ ନିଶ୍ଚୟ ଖଡ଼୍ଗ ଦ୍ଵାରା ବଧ କରାଯିବ । ଏହି ସ୍ଥଳରେ ସାଧୁମାନଙ୍କର ଧୈର୍ଯ୍ୟ ଓ ବିଶ୍ଵାସ ଆବଶ୍ୟକ ।
11
ତତ୍ପରେ ମୁଁ ଆଉ ଗୋଟିଏ ପଶୁକୁ ଭୂମି ମଧ୍ୟରୁ ଉଠି ଆସିବାର ଦେଖିଲି; ମେଷଶାବକ ପରି ତାହାର ଦୁଇଟା ଶୃଙ୍ଗ, ଆଉ ସେ ସର୍ପ ପରି କଥା କହୁଥିଲା ।
12
ସେ ପ୍ରଥମ ପଶୁର ସମସ୍ତ କ୍ଷମତା ତାହା ସାକ୍ଷାତରେ ପରିଚାଳନା କରେ, ଆଉ ସେହି ଯେଉଁ ପ୍ରଥମ ପଶୁର ମୃତ୍ୟୁଜନକ କ୍ଷତ ସୁସ୍ଥ ହୋଇଥିଲା, ତାହାକୁ ପ୍ରଣାମ କରିବାକୁ ପୃଥିବୀ ଓ ତନ୍ନିବାସୀମାନଙ୍କୁ ବାଧ୍ୟ କରେ ।
13
ସେ ମହା ମହା ଆଶ୍ଚର୍ଯ୍ୟ କର୍ମ କରେ, ଏପରିକି ମନୁଷ୍ୟମାନଙ୍କ ସାକ୍ଷାତରେ ଆକାଶରୁ ପୃଥିବୀ ଉପରେ ଅଗ୍ନିବୃଷ୍ଟି କରାଏ ।
14
ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଣ୍ଗର୍ଯ୍ୟ କର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ଦ୍ଵାରା ସେ ପୃଥିବୀ ନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ଼୍ଗ ଦ୍ଵାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ ।
15
ପଶୁର ପ୍ରତିମା ଯେପରି କଥା କହି ପାରେ ଓ ଯେତେ ଲୋକ ପଶୁର ସେହି ପ୍ରତିମାକୁ ପ୍ରଣାମ ନ କରନ୍ତି, ସେମାନେ ଯେପରି ବଧ କରାଯିବେ, ଏଥିପାଇଁ ତାହାକୁ ସେହି ପଶୁର ପ୍ରତିମାକୁ ଜୀବନ ଦାନ କରିବାକୁ କ୍ଷମତା ଦିଆଗଲା ।
16
ଆଉ ସେ ସାନ ଓ ବଡ଼, ଧନୀ ଓ ଦରିଦ୍ର, ସ୍ଵାଧୀନ ଓ ପରାଧୀନ ସମସ୍ତଙ୍କୁ ସେମାନଙ୍କ ଦକ୍ଷିଣ ହସ୍ତରେ କିଅବା କପାଳରେ ଗୋଟିଏ ଚିହ୍ନ ଧାରଣ କରିବାକୁ ବାଧ୍ୟ କରାଏ,
17
ପୁଣି ସେହି ଚିହ୍ନ, ଅର୍ଥାତ୍, ପଶୁର ନାମ କିମ୍ଵା ତାହା ନାମର ସଂଖ୍ୟା ଧାରଣ କରି ନ ଥିବା ଲୋକକୁ କ୍ରୟବିକ୍ରୟ କରିବାକୁ ନିଷେଧ କରେ ।
18
ଏଠାରେ ଜ୍ଞାନ ଆବଶ୍ୟକ । ଯାହାର ବୁଦ୍ଧି ଅଛି, ସେ ପଶୁର ସଂଖ୍ୟା ଗଣନା କରୁ, କାରଣ ତାହା ଜଣେ ମନୁଷ୍ୟର ସଂଖ୍ୟା, ଆଉ ତାହାର ସଂଖ୍ୟା, ହେଉଛି ଛଅ ଶହ ଛଷଠି ।
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 14 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22