bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Revelation 15
Revelation 15
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 16 →
1
ତତ୍ପରେ ମୁଁ ସ୍ଵର୍ଗରେ ଆଉ ଏକ ମହା ଅଦ୍ଭୁତ ଲକ୍ଷଣ ଦେଖିଲି, ସପ୍ତ ଦୂତ, ସେମାନଙ୍କ ହସ୍ତରେ ସପ୍ତ କ୍ଳେଶ, ଏହା ହିଁ ଶେଷ, କାରଣ ଏହି କ୍ଳେଶମାନଙ୍କରେ ଈଶ୍ଵରଙ୍କ କ୍ରୋଧ ସମାପ୍ତ ।
2
ଆଉ, ମୁଁ ଦେଖିଲି, ଯେପରି ଅଗ୍ନିମିଶ୍ରିତ ଗୋଟିଏ କାଚମୟ ସମୁଦ୍ର, ପୁଣି ଯେଉଁମାନେ ପଶୁ, ତାହାର ପ୍ରତିମା, ଓ ତାହା ନାମର ସଂଖ୍ୟା ଉପରେ ବିଜୟୀ ହୋଇଅଛନ୍ତି, ସେମାନେ ଈଶ୍ଵରଙ୍କ ବୀଣା ଧାରଣ କରି ସେହି କାଚମୟ ସମୁଦ୍ର ତୀରରେ ଦଣ୍ତାୟମାନ ହୋଇଅଛନ୍ତି ।
3
ସେମାନେ ଈଶ୍ଵରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ଵର, ତୁମ୍ଭର କର୍ମସମୂହ ମହତ୍ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାଯ୍ୟ ଓ ସତ୍ୟ ।
4
ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ; ତେଣୁ ତୁମ୍ଭର ନ୍ୟାଯ୍ୟ କର୍ମସମୂହ ପ୍ରକାଶିତ ହୋଇଅଛି ।
5
ଏଥିଉତ୍ତାରେ ମୁଁ ଦେଖିଲି, ସ୍ଵର୍ଗସ୍ଥ ସାକ୍ଷ୍ୟତମ୍ଵୁର ମନ୍ଦିରର ଦ୍ଵାର ଉନ୍ମୁକ୍ତ ହେଲା,
6
ଆଉ ମନ୍ଦିରରୁ ସେହି ସପ୍ତକ୍ଳେଶଧାରୀ ସପ୍ତ ଦୂତ ବାହାରି ଆସିଲେ, ସେମାନେ ମଣିଖଚିତ ନିର୍ମଳ ଓ ଉଜ୍ଜ୍ଵଳ ମସୀନା ବସ୍ତ୍ର ପରିହିତ ପୁଣି ସେମାନଙ୍କ ବକ୍ଷସ୍ଥଳରେ ସୁବର୍ଣ୍ଣ ପଟୁକା ବଦ୍ଧ ।
7
ସେଥିରେ ଚାରି ପ୍ରାଣୀଙ୍କ ମଧ୍ୟରୁ ଗୋଟିଏ ପ୍ରାଣୀ ଅନନ୍ତଜୀବୀ ଈଶ୍ଵରଙ୍କ କ୍ରୋଧରେ ପରିପୂର୍ଣ୍ଣ ସପ୍ତ ସୁବର୍ଣ୍ଣ ପାତ୍ର ସେହି ସପ୍ତ ଦୂତଙ୍କୁ ଦେଲେ ।
8
ଆଉ ଈଶ୍ଵରଙ୍କ ଗୌରବ ଓ ଶକ୍ତିର ଧୂମରେ ମନ୍ଦିର ପରିପୂର୍ଣ୍ଣ ହେଲା, ସପ୍ତ ଦୂତଙ୍କ ସପ୍ତ କ୍ଳେଶ ସମାପ୍ତ ନ ହେବା ପର୍ଯ୍ୟନ୍ତ କେହି ମନ୍ଦିରରେ ପ୍ରବେଶ କରି ପାରିଲେ ନାହିଁ ।
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 16 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22