bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Revelation 16
Revelation 16
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 17 →
1
ତତ୍ପରେ ମୁଁ ମନ୍ଦିର ମଧ୍ୟରୁ ଗୋଟିଏ ଉଚ୍ଚ ସ୍ଵର ଶୁଣିଲି, ତାହା ସପ୍ତ ଦୂତଙ୍କୁ କହିଲା, ଯାଅ, ଈଶ୍ଵରଙ୍କ କ୍ରୋଧର ସପ୍ତ ପାତ୍ର ପୃଥିବୀ ଉପରେ ଢାଳ ।
2
ସେଥିରେ ପ୍ରଥମ ଦୂତ ଯାଇ ପୃଥିବୀ ଉପରେ ଆପଣା ପାତ୍ର ଢାଳିଲେ; ତହୁଁ ଯେଉଁମାନେ ପଶୁର ଚିହ୍ନ ଗ୍ରହଣ କରିଥିଲେ ଓ ତାହାର ପ୍ରତିମାକୁ ପ୍ରଣାମ କରିଥିଲେ, ସେମାନଙ୍କ ଶରୀରରେ ଅତି କଷ୍ଟଦାୟକ ବିସ୍ପୋଟକ ହେଲା ।
3
ଦ୍ଵିତୀୟ ଦୂତ ଆପଣା ପାତ୍ର ସମୁଦ୍ର ଉପରେ ଢାଳିଲେ; ତହୁଁ ତାହା ମୃତ ଲୋକର ରକ୍ତ ପରି ହେଲା, ଆଉ ସମୁଦ୍ରରେ ଥିବା ସମସ୍ତ ଜୀବ ମଲେ ।
4
ତୃତୀୟ ଦୂତ ଆପଣା ପାତ୍ର ନଦୀ ଓ ନିର୍ଝରିଣୀଗୁଡ଼ିକ ଉପରେ ଢାଳିଲେ; ତହୁଁ ସେହିସବୁ ରକ୍ତ ହୋଇଗଲା ।
5
ସେତେବେଳେ ମୁଁ ଜଳାଧିପତି ଦୂତଙ୍କୁ ଏହା କହିବାର ଶୁଣିଲି, ହେ ବର୍ତ୍ତମାନ ଓ ଭୂତ, ପୁଣି ପବିତ୍ର ଯେ ତୁମ୍ଭେ, ତୁମ୍ଭେ ନ୍ୟାୟକର୍ତ୍ତା ବୋଲି ଏହିପରି ବିଚାର କରିଅଛ;
6
ଯେଣୁ ସେମାନେ ସାଧୁମାନଙ୍କର ଓ ଭାବବାଦୀ-ମାନଙ୍କର ରକ୍ତପାତ କରିଥିଲେ, ଆଉ ତୁମ୍ଭେ ସେମାନଙ୍କୁ ପାନ କରିବା ନିମନ୍ତେ ରକ୍ତ ଦେଇଅଛ, ସେମାନେ ସେଥିର ଯୋଗ୍ୟ ।
7
ସେତେବେଳେ ମୁଁ ବେଦି ଏହା କହିବାର ଶୁଣିଲି, ହଁ, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ଵର, ତୁମ୍ଭର ସମସ୍ତ ବିଚାର ସତ୍ୟ ଓ ଯଥାର୍ଥ ।
8
ଚତୁର୍ଥ ଦୂତ ଆପଣା ପାତ୍ର ସୂର୍ଯ୍ୟ ଉପରେ ଢାଳିଲେ; ତହୁଁ ତାହାକୁ ମନୁଷ୍ୟମାନଙ୍କୁ ଅଗ୍ନିରେ ଦଗ୍ଧ କରିବାକୁ ଶକ୍ତି ଦିଆଗଲା ।
9
ସେତେବେଳେ ମନୁଷ୍ୟମାନେ ମହା ତାପରେ ଦଗ୍ଧ ହେଲେ, ଆଉ ଯେଉଁ ଈଶ୍ଵରଙ୍କର ଏହିସମସ୍ତ କ୍ଳେଶ ଉପରେ ଅଧିକାର ଅଛି, ତାହାଙ୍କ ନାମର ନିନ୍ଦା କଲେ, ତାହାଙ୍କୁ ଗୌରବ ଦେବା ନିମନ୍ତେ ମନ ପରିବର୍ତ୍ତନ କଲେ ନାହିଁ ।
10
ପଞ୍ଚମ ଦୂତ ଆପଣା ପାତ୍ର ସେହି ପଶୁର ସିଂହାସନ ଉପରେ ଢାଳିଲେ; ତହୁଁ ତାହାର ରାଜ୍ୟ ଅନ୍ଧକାରମୟ ହେଲା, ଆଉ ଲୋକମାନେ ବେଦନା ହେତୁ ଆପଣା ଆପଣା ଜିଭ କାମୁଡ଼ିବାକୁ ଲାଗିଲେ;
11
ପୁଣି, ସେମାନେ ଆପଣା ଆପଣା ବେଦନା ଓ ବିସ୍ଫୋଟକ ସକାଶେ ସ୍ଵର୍ଗସ୍ଥ ଈଶ୍ଵରଙ୍କର ନିନ୍ଦା କଲେ, ଆଉ ଆପଣା ଆପଣା କର୍ମରୁ ମନ ପରିବର୍ତ୍ତନ କଲେ ନାହିଁ ।
12
ଷଷ୍ଠ ଦୂତ ଆପଣା ପାତ୍ର ଫରାତ୍ ମହାନଦୀ ଉପରେ ଢାଳିଲେ; ତହୁଁ ପୂର୍ବଦିଗରୁ ଆଗମନକାରୀ ରାଜାମାନଙ୍କ ନିମନ୍ତେ ପଥ ପ୍ରସ୍ତୁତ ହେବା ପାଇଁ ତାହାର ଜଳ ଶୁଷ୍କ ହୋଇଗଲା ।
13
ତତ୍ପରେ ମୁଁ ଦେଖିଲି, ସର୍ପର ମୁଖରୁ, ପଶୁର ମୁଖରୁ ଓ ଭଣ୍ତ ଭାବବାଦୀରବ ମୁଖରୁ ବେଙ୍ଗ ପରି ତିନୋଟି ଅପବିତ୍ର ଆତ୍ମା ବାହାରିଲେ;
14
ଏମାନେ ଆଶ୍ଚର୍ଯ୍ୟକର୍ମକାରୀ ଭୂତାତ୍ମା ହୋଇ ସର୍ବଶକ୍ତିମାନ ଈଶ୍ଵରଙ୍କ ମହାଦିନର ଯୁଦ୍ଧ ନିମନ୍ତେ ସମସ୍ତ ଜଗତର ରାଜାମାନଙ୍କୁ ଏକତ୍ର କରିବା ପାଇଁ ସେମାନଙ୍କ ନିକଟକୁ ବାହାରି ଯାଆନ୍ତି ।
15
ଦେଖ, ଆମ୍ଭେ ଚୋର ପରି ଆସୁଅଛୁ; ଯେ ଜାଗ୍ରତ ଥାଇ ଆପଣା ବସ୍ତ୍ର ରକ୍ଷା କରେ, ସେ ଧନ୍ୟ, କାରଣ ତାହା କଲେ ସେ ଉଲଙ୍ଗ ହୋଇ ବୁଲିବ ନାହିଁ ଓ ଲୋକେ ତାହାର ଲଜ୍ଜା ଦେଖିବେ ନାହିଁ ।
16
ସେହି ଅପବିତ୍ର ଆତ୍ମାମାନେ ରାଜାମାନଙ୍କୁ ଏବ୍ରୀ ଭାଷାରେ ହର୍ମିଗିଦ୍ଦୋନ୍ ନାମକ ସ୍ଥାନରେ ଏକତ୍ର କଲେ ।
17
ସପ୍ତମ ଦୂତ ଆପଣା ପାତ୍ର ଆକାଶରେ ଢାଳିଲେ; ତହୁଁ ମନ୍ଦିର ମଧ୍ୟରୁ ସିଂହାସନଠାରୁ ଏହି ଉଚ୍ଚ ସ୍ଵର ହେଲା, ସମାପ୍ତ ହେଲା ।
18
ସେତେବେଳେ ବିଦ୍ୟୁତ୍, ବିଭିନ୍ନ ସ୍ଵର ଓ ବଜ୍ରଧ୍ଵନି ହେଲା, ପୁଣି ମହା ଭୂମିକମ୍ପ ହେଲା; ପୃଥିବୀରେ ମନୁଷ୍ୟ ସୃଷ୍ଟ ହେବା ସମୟଠାରୁ ଏପରି ମହା ଭୟଙ୍କର ଭୂମିକମ୍ପ ଆଉ କେବେ ହୋଇ ନ ଥିଲା ।
19
ସେଥିରେ ସେହି ମହାନଗରୀ ତିନି ଭାଗରେ ବିଭକ୍ତ ହେଲା ଓ ବିଜାତିମାନଙ୍କର ନଗରସମୂହ ଭୂମିସାତ୍ ହେଲା; ଆଉ ମହାନଗରୀ ବାବିଲକୁ ଈଶ୍ଵର ଆପଣା ପ୍ରଚଣ୍ତ କ୍ରୋଧ-ରୂପ ମଦିରାପାତ୍ରରୁ ପାନ କରାଇବା ନିମନ୍ତେ ସ୍ମରଣରେ ଆଣିଲେ ।
20
ପୁଣି ପ୍ରତ୍ୟେକ ଦ୍ଵୀପ ଦୂରୀଭୂତ ହେଲା ଓ ପର୍ବତଗଣ ଆଉ ଦେଖାଗଲେ ନାହିଁ ।
21
ଆକାଶରୁ ମନୁଷ୍ୟମାନଙ୍କ ଉପରେ ମହା ଶିଳାବୃଷ୍ଟି ହେଲା, ଶିଳାଗୁଡ଼ିକ ପ୍ରାୟ ଏକ ଏକ ମହଣ ଓଜନର, ଆଉ ଶିଳାବୃଷ୍ଟିର କ୍ଳେଶ ସକାଶୁ ମନୁଷ୍ୟମାନେ ଈଶ୍ଵରଙ୍କର ନିନ୍ଦା କଲେ, କାରଣ ସେହି କ୍ଳେଶ ଅତି ଭୟଙ୍କର ।
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 17 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22