bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Revelation 20
Revelation 20
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 19
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 21 →
1
ପରେ ମୁଁ ଜଣେ ଦୂତଙ୍କୁ ସ୍ଵର୍ଗରୁ ଓହ୍ଲାଇ ଆସିବାର ଦେଖିଲି । ତାହାଙ୍କ ହସ୍ତରେ ପାତାଳ- କୁଣ୍ତର ଚାବି ଓ ଗୋଟିଏ ବୃହତ୍ ଶୃଙ୍ଖଳ ଥିଲା ।
2
ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍, ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧି ପକାଇଲେ,
3
ପୁଣି ତାହାକୁ ପାତାଳକୁଣ୍ତରେ ନିକ୍ଷେପ କରି ସେଥିର ମୁଖ ବନ୍ଦ କଲେ ଓ ତାହା ଉପରେ ମୁଦ୍ରାଙ୍କ ଦେଲେ, ଯେପରି ସେହି ଏକ ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ସେ ଜାତିସମୂହକୁ ଆଉ ଭ୍ରାନ୍ତ କରି ପାରିବ ନାହିଁସ; ଏହା ପରେ ଅଳ୍ପ କାଳ ନିମନ୍ତେ ତାହାକୁ ମୁକ୍ତ ହେବାକୁ ହେବ ।
4
ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା । ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ଵରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକଚ୍ଛେଦନ ହୋଇଥିଲା, ପୁଣି ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ। ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କର ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ଵ କଲେ ।
5
ଅବଶିଷ୍ଟ ମୃତ ଲୋକମାନେ ସେହି ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ଜୀବିତ ହେଲେ ନାହିଁ । ଏହା ହିଁ ପ୍ରଥମ ପୁନରୁତ୍ଥାନ ।
6
ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ଵିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଞ୍ଚ ସେମାନେ ଈଶ୍ଵରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ଵ କରିବେ ।
7
ସେହି ସହସ୍ର ବର୍ଷ ଶେଷ ହୁଅନ୍ତେ ଶୟତାନ କାରାଗାରରୁ ମୁକ୍ତ ହେବ;
8
ସେଥିରେ ସେ ପୃଥିବୀର ଚାରି କୋଣରେ ଥିବା ଜାତିସମୂହକୁ, ଅର୍ଥାତ୍, ସମୁଦ୍ରର ବାଲୁକା ସଦୃଶ ଅସଂଖ୍ୟ ଯେ ଗୋଗ୍ ଓ ମାଗୋଗ୍ ସେମାନଙ୍କୁ ଭ୍ରାନ୍ତ କରି ଯୁଦ୍ଧ ନିମନ୍ତେ ଏକତ୍ର କରିବାକୁ ବାହାରିଯିବ ।
9
ସେମାନେ ପୃଥିବୀର ପ୍ରସ୍ଥରେ ବିସ୍ତାରିତ ହୋଇ ସାଧୁମାନଙ୍କ ଶିବିର ଓ ପ୍ରିୟତମା ନଗରୀକୁ ବେଷ୍ଟନ କଲେ । ସେତେବେଳେ ସ୍ଵର୍ଗରୁ ଅଗ୍ନି ପଡ଼ି ସେମାନଙ୍କୁ ଗ୍ରାସ କଲା ।
10
ଯେଉଁ ଦିଆବଳ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ତ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ ।
11
ତତ୍ପରେ ମୁଁ ଗୋଟିଏ ବୃହତ୍ ଶ୍ଵେତବର୍ଣ୍ଣ ସିଂହାସନ ଓ ତଦୁପବିଷ୍ଟ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ତଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ, ।
12
ପୁଣି ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ ।
13
ସମୁଦ୍ର ଆପଣାର ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲା, ଆଉ ମୃତ୍ୟୁ ଓ ପାତାଳ ସେମାନଙ୍କ ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲେ; ପୁଣି ସେମାନେ ପ୍ରତ୍ୟେକେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ ।
14
ତତ୍ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦରେ ପକାଗଲା । ଏହି ମୃତ୍ୟୁ, ଅର୍ଥାତ୍, ଅଗ୍ନିମୟ ହ୍ରଦ, ଦ୍ଵିତୀୟ ମୃତ୍ୟୁ ।
15
ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା ।
← Chapter 19
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 21 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22