bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Revelation 21
Revelation 21
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 20
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 22 →
1
ପରେ ମୁଁ ଏକ ନୂତନ ଆକାଶମଣ୍ତଳ ଓ ନୂତନ ପୃଥିବୀ ଦେଖିଲି, କାରଣ ପ୍ରଥମ ଆକାଶ- ମଣ୍ତଳ ଓ ପ୍ରଥମ ପୃଥିବୀ ଲୋପ ପାଇଥିଲା, ପୁଣି ସମୁଦ୍ର ଆଉ ନ ଥିଲା ।
2
ପୁଣି ମୁଁ ପବିତ୍ର ନଗରୀ, ଅର୍ଥାତ୍, ନୂତନ ଯିରୂଶାଲମକୁ ବର ନିମନ୍ତେ ସଜ୍ଜିତା କନ୍ୟାର ସଦୃଶ ପ୍ରସ୍ତୁତା ହୋଇ ସ୍ଵର୍ଗରୁ ଈଶ୍ଵରଙ୍କ ନିକଟରୁ ଅବତରଣ କରିବାର ଦେଖିଲି ।
3
ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଈଶ୍ଵରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ,
4
ପୁଣି ଈଶ୍ଵର ସ୍ଵୟଂ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ସମସ୍ତ ଅଶ୍ରୁଜଳ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି ।
5
ପରେ ସିଂହାସନୋପବିଷ୍ଟ ବ୍ୟକ୍ତି କହିଲେ, ଦେଖ, ଆମ୍ଭେ ସମସ୍ତ ବିଷୟ ନୂତନ କରୁଅଛୁ । ଆଉ ସେ କହିଲେ, ଲେଖ, କାରଣ ଏହି ସମସ୍ତ ବାକ୍ୟ ବିଶ୍ଵସନୀୟ ଓ ସତ୍ୟ। ।
6
ସେ ମୋତେ ଆହୁରି କହିଲେ, ସମସ୍ତ ସମାପ୍ତ ହୋଇଅଛି । ଆମ୍ଭେ କ ଓ କ୍ଷ, ଆଦି ଓ ଅ; । ଯେ ତୃଷାର୍ତ୍ତ, ତାହାକୁ ଆମ୍ଭେ ଜୀବନରୂପ ନିର୍ଝରରୁ ବିନାମୂଲ୍ୟରେ ପାନ କରିବାକୁ ଦେବୁ। ।
7
ଯେ ଜୟ କରେ, ସେ ଏହି ସମସ୍ତର ଅଧିକାରୀ ହେବ; ଆମ୍ଭେ ତାହାର ଈଶ୍ଵର ହେବୁ, ପୁଣି ସେ ଆମ୍ଭର ପୁତ୍ର ହେବ ।
8
କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ଵାସୀ, ଘୃଣ୍ୟ-କଳଙ୍କିତ, ନରଘାତକ, ବ୍ୟଭିଚାରୀ, ମାୟାବୀ ଓ ପ୍ରତିମା-ପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ ଅଗ୍ନି ଓ ଗନ୍ଧକ ପ୍ରଜ୍ଵଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ଵିତୀୟ ମୃତ୍ୟୁ ।
9
ତତ୍ପରେ ଯେଉଁ ସପ୍ତ ଦୂତ ଶେଷ ସପ୍ତ କ୍ଳେଶରେ ପରିପୂର୍ଣ୍ଣ ସପ୍ତ ପାତ୍ର ଧରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ମୁଁ ତୁମ୍ଭକୁ ସେହି କନ୍ୟା, ଅର୍ଥାତ୍, ମେଷଶାବକଙ୍କ ଭାର୍ଯ୍ୟାକୁ ଦେଖାଇବି ।
10
ସେଥିରେ ସେ ମୋତେ ଆତ୍ମାରେ ଗୋଟିଏ ବୃହତ ଓ ଉଚ୍ଚ ପର୍ବତକୁ ଘେନିଯାଇ ପବିତ୍ର ନଗରୀ ଯିରୂଶାଲମକୁ ଦେଖାଇଲେ, ତାହା ସ୍ଵର୍ଗରୁ ଈଶ୍ଵରଙ୍କ ନିକଟରୁଣଯିହି. ୪୦:୨
11
ଅବତରଣ କରୁଥିଲା ଏବଂ ଈଶ୍ଵରଙ୍କ ଗୌରବବିଶିଷ୍ଟ ଥିଲା; ତାହାର ଜ୍ୟୋତିଃ ଅତି ବହୁମୂଲ୍ୟ ମଣି ସଦୃଶ, ସ୍ଵଚ୍ଛ ସୂର୍ଯ୍ୟକା; ପରି ।
12
ତାହାର ଗୋଟିଏ ବୃହତ ଓ ଉଚ୍ଚ ପ୍ରାଚୀର ଅଛି, ସେଥିର ଦ୍ଵାଦଶ ଦ୍ଵାର, ସେହି ଦ୍ଵାରରେ ଦ୍ଵାଦଶ ଦୂତ ଓ ଦ୍ଵାରସମୂହର ଉପରେ ଇସ୍ରାଏଲ ସନ୍ତାନମାନଙ୍କ ଦ୍ଵାଦଶ ବଂଶର ନାମ ଲିଖିତ ଅଛି ।
13
ପୂର୍ବରେ ତିନି ଦ୍ଵାର, ଉତ୍ତରରେ ତିନି ଦ୍ଵାର, ଦକ୍ଷିଣରେ ତିନି ଦ୍ଵାର ଓ ପଶ୍ଚିମରେ ତିନି ଦ୍ଵାର ।
14
ସେହି ନଗରୀର ପ୍ରାଚୀରର ଦ୍ଵାଦଶ ଭିତ୍ତିମୂଳ, ସେହିସବୁ ଉପରେ ମେଷଶାବକଙ୍କ ଦ୍ଵାଦଶ ପ୍ରେରିତଙ୍କ ଦ୍ଵାଦଶ ନାମ ଲିଖିତ ଅଛି ।
15
ଯେ ମୋʼ ସହିତ କଥା କହୁଥିଲେ, ତାହାଙ୍କ ହସ୍ତରେ ନଗରୀ, ତାହାର ଦ୍ଵାରସମୂହ ଓ ପ୍ରାଚୀର ମାପ କରିବା ନିମନ୍ତେ ଗୋଟିଏ ସୁବର୍ଣ୍ଣ ପରିମାପକ ନଳ ଥିଲା ।
16
ନଗରୀଟି ଚତୁଷ୍କୋଣ, ତାହାର ଦୈର୍ଘ୍ୟ ଓ ପ୍ରସ୍ଥ ସମାନ; ସେ ସେହି ନଳରେ ନଗରୀକୁ ମାପନ୍ତେ ଦ୍ଵାଦଶ ସହସ୍ର ତୀର ହେଲା; ସେଥିର ଦୈର୍ଘ୍ୟ, ପ୍ରସ୍ଥ ଓ ଉଚ୍ଚତା ସମାନ ।
17
ପରେ ସେ ସେଥିର ପ୍ରାଚୀର ମାପନ୍ତେ ତାହା ମନୁଷ୍ୟର ପରିମାଣନୁସାରେ ଏକଶହ ଚୌରାଳିଶ ହାତ ହେଲା, ଦୂତ ହିଁ ଏହି ପରିମାଣାନୁସାରେ ମାପୁଥିଲେ ।
18
ସେହି ପ୍ରାଚୀର ସୂର୍ଯ୍ୟକାନ୍ତମଣି ନିର୍ମିତ, ପୁଣି ନଗରୀଟି ନିର୍ମଳ କାଚ ପରି ଶୁଦ୍ଧ ସୁବର୍ଣ୍ଣ ନିର୍ମିତ ।
19
ନଗରୀର ପ୍ରାଚୀରର ଭିତ୍ତିମୂଳ ସମସ୍ତ ପ୍ରକାର ବହୁମୂଲ୍ୟ ମଣିରେ ଭୂଷିତ । ପ୍ରଥମ ଭିତ୍ତିମୂଳ ହୀରକର, ଦ୍ଵିତୀୟ ନୀଳକାନ୍ତମଣିର, ତୃତୀୟ ବୈଦୂର୍ଯ୍ୟମଣିର, ଚତୁର୍ଥ ମରକତମଣିର,
20
ପଞ୍ଚମ ପୁଲକମଣିର, ଷଷ୍ଠ ମାଣିକ୍ୟମଣିର, ସପ୍ତମ ପୁଷ୍ପରାଗମଣିର, ଅଷ୍ଟମ ଫିରୋଜ୍ମଣିର, ନବମ ଗୋମେଦକମଣିର, ଦଶମ ଲଶୁନୀୟମଣିର, ଏକାଦଶ ଇନ୍ଦ୍ରନୀଳମଣିର ଓ ଦ୍ଵାଦଶ ସୁଗନ୍ଧମଣିର ।
21
ଦ୍ଵାଦଶ ଦ୍ଵାର ଦ୍ଵାଦଶ ମୁକ୍ତା, ପ୍ରତ୍ୟେକ ଦ୍ଵାର ଗୋଟିଏ ଗୋଟିଏ ମୁକ୍ତାରେ ନିର୍ମିତ; ଆଉ ନଗରୀର ପଥ ସ୍ଵଚ୍ଛ କାଚ ସଦୃଶ ଶୁଦ୍ଧ ସୁବର୍ଣ୍ଣ ନିର୍ମିତ ।
22
ମୁଁ ସେହି ନଗରୀରେ କୌଣସି ମନ୍ଦିର ଦେଖିଲି ନାହିଁ, କାରଣ ପ୍ରଭୁ, ସର୍ବଶକ୍ତିମାନ ଈଶ୍ଵର ଓ ମେଷଶାବକ ସେଥିର ମନ୍ଦିର ସ୍ଵରୂପ ଅଟନ୍ତି ।
23
ଆଲୋକ ନିମନ୍ତେ ସେହି ନଗରୀର ସୂର୍ଯ୍ୟ କି ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଈଶ୍ଵରଙ୍କ ଗୌରବ ତାହାକୁ ଆଲୋକିତ କରେ ଓ ମେଷଶାବକ ସେଥିର ପ୍ରଦୀପ ସ୍ଵରୂପ ।
24
ସେଥିର ଆଲୋକରେ ଜାତିସମୂହ ଗମନାଗମନ କରିବେ, ପୁଣି ପୃଥିବୀର ରାଜାମାନେ ଆପଣା ଆପଣା ଐଶ୍ଵର୍ଯ୍ୟ ତାହା ମଧ୍ୟକୁ ଆଣିବେ ।
25
ସେଥିର ଦ୍ଵାରସମୂହ ଦିନବେଳେ କଦାପି ରୁଦ୍ଧ ହେବ ନାହିଁ, କାରଣ ସେ ସ୍ଥାନରେ ରାତ୍ରି ହେବ ନାହିଁ ।
26
ଲୋକେ ଜାତିସମୂହର ଐଶ୍ଵର୍ଯ୍ୟ ଓ ମହିମା ତାହା ମଧ୍ୟକୁ ଆଣିବେ ।
27
କୌଣସି ଅଶୁଚି ବିଷୟ କିଅବା ଘୃଣ୍ୟକର୍ମକାରୀ ଓ ମିଥ୍ୟାଚାରୀ କେହି ସେଥିରେ କଦାପି ପ୍ରବେଶ କରିବ ନାହିଁ; କେବଳ ଯେଉଁମାନଙ୍କ ନାମ ମେଷଶାବକଙ୍କ ଜୀବନ ପୁସ୍ତକରେ ଲିଖିତ ଅଛି, ସେମାନେ ପ୍ରବେଶ କରିବେ, ।
← Chapter 20
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 22 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22