bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Revelation 9
Revelation 9
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 10 →
1
ତତ୍ପରେ ପଞ୍ଚମ ଦୂତ ତୂରୀଧ୍ଵନୀ କରନ୍ତେ ମୁଁ ଆକାଶରୁ ଗୋଟିଏ ନକ୍ଷତ୍ର ପୃଥିବୀରେ ପତିତ ହେବାର ଦେଖିଲି; ତାହାକୁ ପାତାଳକୁଣ୍ତର ଚାବି ଦିଆଗଲା ।
2
ସେ ସେହି ପାତାଳକୁଣ୍ତ ଫିଟାନ୍ତେ ସେଥିରୁ ବୃହତ୍ ଭାଟିର ଧୂମ ପରି ଧୂମ ଉଠିଲା, ଆଉ ସେହି ପାତାଳ-କୁଣ୍ତର ଧୂମ ହେତୁ ସୂର୍ଯ୍ୟ ପୁଣି ଆକାଶ ଅନ୍ଧକାରାଚ୍ଛନ୍ନ ହେଲା ।
3
ଧୂମ ମଧ୍ୟରୁ ପଙ୍ଗପାଳ ବାହାର ହୋଇ ପୃଥିବୀକୁ ଆସିଲେ, ସେମାନଙ୍କୁ ପୃଥିବୀର ବିଛାର ଶକ୍ତି ପରି ଶକ୍ତି ଦିଆଗଲା ।
4
ପୃଥିବୀର ତୃଣ କି ହରିଦ୍ବର୍ଣ୍ଣ ଶାକ କି କୌଣସି ବୃକ୍ଷର ଅନିଷ୍ଟ ନ କରି, ଯେଉଁମାନଙ୍କ କପାଳରେ ଈଶ୍ଵରଙ୍କ ମୁଦ୍ରାଙ୍କ ନାହିଁ, କେବଳ ସେମାନଙ୍କ ଅନିଷ୍ଟ କରିବାକୁ ସେମାନଙ୍କୁ କୁହାଗଲା ।
5
ସେମାନଙ୍କୁ ବଧ ନ କରି ପାଞ୍ଚ ମାସ ପର୍ଯ୍ୟନ୍ତ ସେମାନଙ୍କର ଯନ୍ତ୍ରଣା ଘଟାଇବାକୁ ସେମାନଙ୍କୁ କ୍ଷମତା ଦିଆଗଲା; ବିଛା ମନୁଷ୍ୟକୁ ମାରିଲେ ଯେପରି ଯନ୍ତ୍ରଣା ହୁଏ, ଏହି ଯନ୍ତ୍ରଣା ସେହିପ୍ରକାର ।
6
ସେହି ସମୟରେ ମନୁଷ୍ୟମାନେ ମୃତ୍ୟୁର ଅନ୍ଵେଷଣ କରିବେ, କିନ୍ତୁ କୌଣସି ପ୍ରକାରେ ତାହାର ଉଦ୍ଦେଶ୍ୟ ପାଇବେ ନାହିଁ; ସେମାନେ ମରିବାକୁ ବାଞ୍ଛା କରିବେ, କିନ୍ତୁ ମୃତ୍ୟୁ ସେମାନଙ୍କଠାରୁ ପଳାୟନ କରିବ ।
7
ପଙ୍ଗପାଳମାନଙ୍କର ଆକୃତି ଯୁଦ୍ଧାର୍ଥେ ସଜ୍ଜିତ ଅଶ୍ଵମାନଙ୍କ ସଦୃଶ, ସେମାନଙ୍କ ମସ୍ତକର ଆବରଣ ସୁବର୍ଣ୍ଣ ମୁକୁଟ ତୁଲ୍ୟ, ପୁଣି ସେମାନଙ୍କ ମୁଖ ମନୁଷ୍ୟ-ମାନଙ୍କ ମୁଖ ସଦୃଶ;
8
ସ୍ତ୍ରୀଲୋକମାନଙ୍କ କେଶ ସଦୃଶ ସେମାନଙ୍କ କେଶ, ସିଂହଦ; ତୁଲ୍ୟ ସେମାନଙ୍କ ଦନ୍ତ;
9
ଲୌହ ଉରସ୍ତ୍ରାଣ ପରି ସେମାନଙ୍କର ଉରସ୍ତ୍ରାଣ, ପୁଣି ରଥ ଓ ରଣକ୍ଷେତ୍ରରେ ଧାବମାନ ଅନେକ ଅଶ୍ଵଙ୍କ ଶଦ୍ଦ ପରି ସେମାନଙ୍କ ପକ୍ଷର ଶଦ୍ଦ ।
10
ବିଛାର ଲାଙ୍ଗୁଳ ଓ ନାହୁଡ଼ ପରି ସେମାନଙ୍କର ଲାଙ୍ଗୁଳ ଓ ନାହୁଡ଼; ପାଞ୍ଚ ମାସ ପର୍ଯ୍ୟନ୍ତ ମନୁଷ୍ୟମାନଙ୍କର କ୍ଷତି କରିବାକୁ ସେମାନଙ୍କ ଲାଙ୍ଗୁଳରେ ଶକ୍ତି ଥିଲା ।
11
ପାତାଳକୁଣ୍ତର ଦୂତ ସେମାନଙ୍କର ରାଜା, ତାହାର ନାମ ଏବ୍ରୀ ଭାଷାରେ ଅବଦ୍ଦୋନ୍ ଓ ଗ୍ରୀକ୍ ଭାଷାରେ ଅପଲ୍ଲିୟୋନ୍ ।
12
ପ୍ରଥମ ସନ୍ତାପ ଗତ ହେଲା, ଦେଖ, ଏହା ପରେ ଆଉ ଦୁଇଟି ସନ୍ତାପ ଆସୁଅଛି ।
13
ଷଷ୍ଠ ଦୂତ ତୂରୀଧ୍ଵନୀ କରନ୍ତେ ମୁଁ ଈଶ୍ଵରଙ୍କ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦିର ଶୃଙ୍ଗମାନଙ୍କ ମଧ୍ୟରୁ ଗୋଟିଏ ସ୍ଵର ଶୁଣିଲି,
14
ତାହା ତୂରୀ ଧରିଥିବା ସେହି ଷଷ୍ଠ ଦୂତଙ୍କୁ କହିଲା, ଫରାତ୍ ମହାନଦୀରେ ବନ୍ଦୀ ଥିବା ଚାରି ଦୂତଙ୍କୁ ମୁକ୍ତ କରିଦିଅ ।
15
ସେଥିରେ ମନୁଷ୍ୟମାନଙ୍କର ଏକ ତୃତୀୟାଂଶକୁ ବଧ କରିବା ନିମନ୍ତେ ଏହି ଯେଉଁ ଚାରି ଦୂତ ସେହି ଦଣ୍ତ, ଦିନ, ମାସ ଓ ବର୍ଷ ପାଇଁ ପ୍ରସ୍ତୁତ କରା ହୋଇଥିଲେ, ସେମାନେ ମୁକ୍ତ କରାଗଲେ ।
16
ଅଶ୍ଵାରୋହୀ ସୈନ୍ୟମାନଙ୍କ ସଂଖ୍ୟା କୋଡ଼ିଏ କୋଟି; ମୁଁ ସେମାନଙ୍କ ସଂଖ୍ୟା ଶୁଣିଲି ।
17
ଆଉ ମୁଁ ଦର୍ଶନରେ ଅଶ୍ଵ ଓ ସେମାନଙ୍କ ଆରୋହୀମାନଙ୍କୁ ଏହିପ୍ରକାର ଦେଖିଲି, ସେମାନଙ୍କ ଉରସ୍ତ୍ରାଣ ଅଗ୍ନିବର୍ଣ୍ଣ, ନୀଳବର୍ଣ୍ଣ ଓ ଗନ୍ଧକବର୍ଣ୍ଣ; ଅଶ୍ଵମାନଙ୍କ ମସ୍ତକ ସିଂହମାନଙ୍କ ମସ୍ତକ ସଦୃଶ, ଆଉ ସେମାନଙ୍କ ମୁଖରୁ ଅଗ୍ନି, ଧୂମ ଓ ଗନ୍ଧକ ନିର୍ଗତ ହେଉଥିଲା ।
18
ସେମାନଙ୍କ ମୁଖରୁ ନିର୍ଗତ ଅଗ୍ନି, ଧୂମ ଓ ଗନ୍ଧକରୂପ ଏହି ତିନି କ୍ଳେଶ ଦ୍ଵାରା ମନୁଷ୍ୟମାନଙ୍କର ଏକ ତୃତୀୟାଂଶ ବଧ କରାଗଲେ ।
19
କାରଣ ଅଶ୍ଵମାନଙ୍କ ଶକ୍ତି ସେମାନଙ୍କ ମୁଖ ଓ ଲାଙ୍ଗୁଳରେ ଥିଲା, ଯେଣୁ ସେମାନଙ୍କ ଲାଙ୍ଗୁଳ ସର୍ପ ସଦୃଶ ଓ ମସ୍ତକବିଶିଷ୍ଟ; ତଦ୍ଦ୍ଵାରା ସେମାନେ କ୍ଷତି କରନ୍ତି ।
20
ଯେଉଁ ଅବଶିଷ୍ଟ ମନୁଷ୍ୟମାନେ ଏହିସମସ୍ତ କ୍ଳେଶ ଦ୍ଵାରା ବଧ କରାଯାଇ ନ ଥିଲେ, ସେମାନେ ଆପଣା ଆପଣା ହସ୍ତକୃତ କର୍ମରୁ ମନ ପରିବର୍ତ୍ତନ କଲେ ନାହିଁ, ଅର୍ଥାତ୍, ଭୂତମାନଙ୍କ ପୂଜା, ପୁଣି ଦର୍ଶନ, ଶ୍ରବଣ ଓ ଗମନ କରିବାକୁ ଅସମର୍ଥ ସୁବର୍ଣ୍ଣ, ରୌପ୍ୟ, ପିତ୍ତଳ, ପ୍ରସ୍ତର ଓ କାଷ୍ଠ ନିର୍ମିତ ପ୍ରତିମାର ପୂଜା ପରିତ୍ୟାଗ କଲେ ନାହିଁ,
21
ଆଉ ସେମାନେ ଆପଣାମାନଙ୍କର ନରହତ୍ୟା, କୁହୁକ, ବ୍ୟଭିଚାର ଓ ଚୌର୍ଯ୍ୟକର୍ମରୁ ମନ ପରିବର୍ତ୍ତନ କଲେ ନାହିଁ ।
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 10 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22