bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Romans 11
Romans 11
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 10
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 12 →
1
ତେବେ ମୁଁ କହେ, ଈଶ୍ଵର କି ଆପଣା ଲୋକମାନଙ୍କୁ ପରିତ୍ୟାଗ କରିଅଛନ୍ତି? ତାହା କେବେ ହେଁ ନ ହେଉ, କାରଣ ମୁଁ ମଧ୍ୟ ଅବ୍ରହାମଙ୍କ ବଂଶଜାତ ବିନ୍ୟାମୀନଙ୍କ ଗୋଷ୍ଠୀର ଜଣେ ଇସ୍ରାଏଲୀୟ ଲୋକମ।
2
ଈଶ୍ଵର ଆପଣାର ଯେଉଁ ଲୋକମାନଙ୍କୁ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ପରିତ୍ୟାଗ କରି ନାହାନ୍ତି । ଏଲୀୟଙ୍କ ବିବରଣରେ ଶାସ୍ତ୍ର କଅଣ କହେ, ତାହା କି ତୁମ୍ଭେମାନେ ଜାଣ ନାହିଁ? ସେ କିପରି ଇସ୍ରାଏଲ ବିରୁଦ୍ଧରେ ଈଶ୍ଵରଙ୍କଠାରେ ନିବେଦନ କରନ୍ତି,
3
“ପ୍ରଭୋ, ସେମାନେ ତୁମ୍ଭର ଭାବବାଦୀମାନଙ୍କୁ ବଧ କରିଅଛନ୍ତି, ତୁମ୍ଭର ଯଜ୍ଞବେଦିଗୁଡ଼ିକ ଖୋଳି ପକାଇଅଛନ୍ତି, ଆଉ ମୁଁ ଏକାକୀ ଅବଶିଷ୍ଟ ରହିଅଛି, ପୁଣି ସେମାନେ ମୋହର ପ୍ରାଣ ନେବାକୁ ଖୋଜୁଅଛନ୍ତି ।”
4
କିନ୍ତୁ ତାଙ୍କୁ ଈଶ୍ଵର କଅଣ ଉତ୍ତର ଦିଅନ୍ତି? “ଯେଉଁମାନେ ବାଆଲ୍ ସମ୍ମୁଖରେ ଆଣ୍ଠୁ ପକାଇ ନାହାନ୍ତି, ଏପରି ସାତ ହଜାର ଲୋକ ଆମ୍ଭେ ଆପଣା ନିମନ୍ତେ ଅବଶିଷ୍ଟ ରଖିଅଛୁ ।”
5
ସେହିପରି ଏହି ବର୍ତ୍ତମାନ ସମୟରେ ମଧ୍ୟ ଅନୁଗ୍ରହର ନିର୍ବାଚନ ଅନୁସାରେ ଗୋଟିଏ ଅବଶିଷ୍ଟ ଅଂଶ ରହିଅଛି ।
6
କିନ୍ତୁ ଯଦି ତାହା ଅନୁଗ୍ରହରେ ହୁଏ, ତେବେ ତାହା ଆଉ କ୍ରିୟାକର୍ମ ହେତୁ ହୁଏ ନାହିଁ; ନୋହିଲେ ଅନୁଗ୍ରହ ଆଉ ଅନୁଗ୍ରହ ନୁହେଁ ।
7
ତେବେ କଅଣ? ଇସ୍ରାଏଲ ଯାହା ଖୋଜୁଅଛି, ତାହା ପାଇ ନାହିଁ; କିନ୍ତୁ ନିର୍ବାଚିତମାନେ ତାହା ପାଇଅଛନ୍ତି, ଆଉ ଅବଶିଷ୍ଟମାନେ ଜଡ଼ କରାଗଲେ;
8
ଯେପରି ଲେଖାଅଛି, “ଈଶ୍ଵର ଆଜି ପର୍ଯ୍ୟନ୍ତ ସେମାନଙ୍କୁ ଜଡ଼ତାର ଆତ୍ମା ଦେଇଅଛନ୍ତି, ଏପରି ଚକ୍ଷୁ ଦେଇଅଛନ୍ତି, ଯେପରି ସେମାନେ ଦେଖିବେ ନାହିଁ, ଆଉ ଏପରି କର୍ଣ୍ଣ ଦେଇଅଛନ୍ତି, ଯେପରି ସେମାନେ ଶୁଣିବେ ନାହିଁ ।
9
ପୁଣି ଦାଉଦ କହନ୍ତି, “ସେମାନଙ୍କର ଭୋଜନ ଫାନ୍ଦ ଓ ଫାଶ ପରି ହେଉ, ପୁଣି, ସେମାନଙ୍କ ପ୍ରତି ତାହା ବିଘ୍ନ ଓ ପ୍ରତିଶୋଧ ସ୍ଵରୂପ ହେଉ ।”
10
ଯେପରି ସେମାନେ ଦେଖି ନ ପାରନ୍ତି, ଏଥିପାଇଁ ସେମାନଙ୍କ ଚକ୍ଷୁ ଅନ୍ଧ ହେଉ, ଆଉ, ତୁମ୍ଭେ ସେମାନଙ୍କ ପୃଷ୍ଠ ସର୍ବଦା କୁବ୍ଜ କରି ରଖ ।
11
ତେବେ ମୁଁ କହେ, ସେମାନେ କଅଣ ବିନଷ୍ଟ ହେବା ନିମନ୍ତେ ଝୁଣ୍ଟିଲେ? ତାହା କେବେ ହେଁ ନ ହେଉ, ବରଂ ସେମାନଙ୍କୁ ଉଦ୍ଯୋଗୀ କରିବା ନିମନ୍ତେ ସେମାନଙ୍କ ପତନ ଦ୍ଵାରା ବିଜାତିମାନଙ୍କ ନିକଟରେ ପରିତ୍ରାଣ ଉପସ୍ଥିତ ହୋଇଅଛି ।
12
ଯଦି ସେମାନଙ୍କର ପତନ ଜଗତର ଧନ ସ୍ଵରୂପ, ଆଉ ସେମାନଙ୍କର ହ୍ରାସ ବିଜାତିମାନଙ୍କ ଧନ ସ୍ଵରୂପ ହୋଇଅଛି, ତାହାହେଲେ ସେମାନଙ୍କ ପୂର୍ଣ୍ଣତା ଆହୁରି କେତେ ଅଧିକ ଧନ ସ୍ଵରୂପ ନ ହେବ!
13
କିନ୍ତୁ ବିଜାତି ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି । ମୁଁ ବିଜାତିମାନଙ୍କ ନିମନ୍ତେ ପ୍ରେରିତ ହେବାରୁ ମୋʼ ସେବକପଦର ଗୌରବ କରୁଅଛି,
14
ଯେପରି କୌଣସି ପ୍ରକାରେ ମୋହର ସ୍ଵଜାତିମାନଙ୍କୁ ଉଦ୍ଯୋଗୀ କରାଇ ସେମାନଙ୍କ ମଧ୍ୟରୁ କେତେକଙ୍କୁ ପରିତ୍ରାଣ କରିପାରେ ।
15
କାରଣ ଯଦି ସେମାନଙ୍କର ଦୂରୀକରଣ ଦ୍ଵାରା ଜଗତର ମିଳନ ଘଟିଲା, ତେବେ ସେମାନଙ୍କ ଗ୍ରହଣ ଦ୍ଵାରା କଅଣ ନିଶ୍ଚୟ ମୃତମାନଙ୍କ ମଧ୍ୟରୁ ଜୀବନ ଲାଭ ନ ହେବ?
16
ଆଉ ଯଦି ପ୍ରଥମ ଉତ୍ସର୍ଗୀକୃତ ଅଂଶ ପବିତ୍ର, ତାହାହେଲେ ସମସ୍ତ ପିଠୋଉ ମଧ୍ୟ ପବିତ୍ର; ପୁଣି, ଯଦି ମୂଳ ପବିତ୍ର, ତେବେ ଶାଖାସବୁ ମଧ୍ୟ ପବିତ୍ର ।
17
କିନ୍ତୁ ଯଦି କେତେକ ଶାଖା ଉଚ୍ଛିନ୍ନ ହେଲା ଓ ତୁମ୍ଭେ ବନ୍ୟ ଜୀତ ବୃକ୍ଷର ଶାଖା ହେଲେ ହେଁ ସେହିସବୁ ମଧ୍ୟରେ କଲମ କରାଗଲ, ପୁଣି ସେମାନଙ୍କ ସହିତ ଜୀତ ବୃକ୍ଷମୂଳର ରସର ଅଂଶୀ ହେଲ,
18
ତେବେ ସେହି ଡାଳଗୁଡ଼ିକ ବିରୁଦ୍ଧରେ ଗର୍ବ କର ନାହିଁ; କିନ୍ତୁ ଯଦି ଗର୍ବ କର, ତୁମ୍ଭେ ଯେ ମୂଳକୁ ଧରି ନାହଁ, ମାତ୍ର ମୂଳ ତୁମ୍ଭକୁ ଧରିଅଛି, ଏହା ଜାଣିଥାଅ ।
19
ତେବେ ତୁମ୍ଭେ କହିବ, ମୁଁ ଯେପରି କଲମ ହୋଇ ପାରେ, ଏଥିନିମନ୍ତେ ଡାଳଗୁଡ଼ିକ ଉଚ୍ଛିନ୍ନ ହୋଇଅଛି ।
20
ଭଲ କଥା, ସେମାନଙ୍କର ଅବିଶ୍ଵାସ ହେତୁ ସେମାନେ ଉଚ୍ଛିନ୍ନ ହେଲେ, ଆଉ ବିଶ୍ଵାସ ହେତୁ ତୁମ୍ଭେ ସ୍ଥାନ ପ୍ରାପ୍ତ ହୋଇଅଛ । ଗର୍ବିତମନା ହୁଅ ନାହିଁ, କିନ୍ତୁ ଭୟ କର;
21
କାରଣ ଯଦି ଈଶ୍ଵର ସ୍ଵାଭାବିକ ଶାଖାଗୁଡ଼ିକୁ ଛାଡ଼ିଦେଲେ ନାହିଁ, ତେବେ ତୁମ୍ଭକୁ ମଧ୍ୟ ଛାଡ଼ିବେ ନାହିଁ ।
22
ଅତଏବ, ଈଶ୍ଵରଙ୍କ ଦୟା ଓ କଠୋରତା ବୁଝ; ଯେଉଁମାନେ ପତିତ ହେଲେ, ସେମାନଙ୍କ ପ୍ରତି କଠୋରତା, କିନ୍ତୁ ତୁମ୍ଭେ ଯଦି ଈଶ୍ଵରଙ୍କ ଦୟାର ଶରଣାପନ୍ନ ହୋଇ ରହିଥାଅ, ତାହାହେଲେ ତୁମ୍ଭ ପ୍ରତି ତାହାଙ୍କ ଦୟା; ନୋହିଲେ ତୁମ୍ଭେ ମଧ୍ୟ କଟାଯିବ ।
23
ଆଉ, ସେମାନେ ଯଦି ଅବିଶ୍ଵାସରେ ନ ରୁହନ୍ତି, ତେବେ ସେମାନେ ମଧ୍ୟ କଲମ କରାଯିବେ, କାରଣ ସେମାନଙ୍କୁ ଆଉ ଥରେ କଲମ କରିବା ନିମନ୍ତେ ଈଶ୍ଵର ସମର୍ଥ ଅଟନ୍ତି ।
24
କାରଣ ଯାହା ସ୍ଵଭାବତଃ ବନ୍ୟ ଜୀତ ବୃକ୍ଷ, ଯଦି ସେଥିରୁ ତୁମ୍ଭେ କଟାଯାଇ ଅସ୍ଵାଭାବିକଭାବେ ଉତ୍ତମ ଜୀତ ବୃକ୍ଷରେ କଲମ କରାଗଲ, ତେବେ ସ୍ଵାଭାବିକ ଶାଖା ଯେ ଏମାନେ, ଏମାନେ କେତେ ଅଧିକ ଭାବରେ ନିଜ ଜୀତ ବୃକ୍ଷରେ କଲମ କରାଯିବେଣ!
25
କାରଣ, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆପଣା ଆପଣାକୁ ବୁଦ୍ଧିମାନ ବୋଲି ମନେ ନ କର ଏଥିନିମନ୍ତେ ତୁମ୍ଭେମାନେ ଯେ ଏହି ନିଗୂଢ଼ ତତ୍ତ୍ଵ ସମ୍ଵନ୍ଧରେ ଅଜ୍ଞ ରୁହ, ଏହା ମୋହର ଇଚ୍ଛା ନୁହେଁ, ଅର୍ଥାତ୍, ଯେପର୍ଯ୍ୟନ୍ତ ବିଜାତିମାନେ ପୂର୍ଣ୍ଣ ସଂଖ୍ୟାରେ ପ୍ରବେଶ କରି ନାହାନ୍ତି, ସେପର୍ଯ୍ୟନ୍ତ ଇସ୍ରାଏଲ ଅଂଶକ୍ରମେ କଠିନ ହୋଇଅଛ୍ରି;
26
ଆଉ, ଏହିପ୍ରକାରେ ସମସ୍ତ ଇସ୍ରାଏଲ ପରିତ୍ରାଣ ପାଇବେ, ଯେପରି ଲେଖାଅଛି, “ସିୟୋନରୁ ଉଦ୍ଧାରକର୍ତ୍ତା ଆଗମନ କରିବେ, ସେ ଯାକୁବଠାରୁ ଅଧର୍ମ ଦୂର କରିବେ ।”
27
ଆଉ, ଯେତେବେଳେ ଆମ୍ଭେ ସେମାନଙ୍କର ପାପସବୁ ହରଣ କରିବା, ସେତେବେଳେ ଏହା ସେମାନଙ୍କ ସହିତ ଆମ୍ଭର ନିୟମ ହେବ ।
28
ସୁସମାଚାର ବିଷୟ ବିଚାର କଲେ ସେମାନେ ତୁମ୍ଭମାନଙ୍କ ସକାଶେ ବିରୋଧର ପାତ୍ର, କିନ୍ତୁ ନିର୍ବାଚନ ବିଷୟ ବିଚାର କଲେ ପିତୃପୁରୁଷଙ୍କ ସକାଶେ ପ୍ରିୟପାତ୍ର ।
29
କାରଣ, ଈଶ୍ଵରଙ୍କ ଦାନସମୂହ ଓ ଆହ୍ଵାନ ଅନ୍ୟଥା ହୁଏ ନାହିଁ ।
30
ଯେଣୁ ତୁମ୍ଭେମାନେ ଯେପରି ପୂର୍ବେ ଈଶ୍ଵରଙ୍କ ଅନାଜ୍ଞାବହ ଥିଲ, କିନ୍ତୁ ଏବେ ସେମାନଙ୍କ ଅନାଜ୍ଞାବହତା ଦ୍ଵାରା ଦୟା ପ୍ରାପ୍ତ ହୋଇଅଛ,
31
ସେହିପରି ଏମାନେ ମଧ୍ୟ ଏବେ ଅନାଜ୍ଞାବହ ହୋଇଅଛନ୍ତି, ଯେପରି ତୁମ୍ଭମାନଙ୍କ ପ୍ରତି ପ୍ରକାଶିତ ଦୟା ଦ୍ଵାରା ଏମାନେ ସୁଦ୍ଧା ଏବେ ଦୟାପ୍ରାପ୍ତ ହୁଅନ୍ତି ।
32
କାରଣ ସମସ୍ତଙ୍କୁ ଦୟା କରିବା ନିମନ୍ତେ ଈଶ୍ଵର ସମସ୍ତଙ୍କୁ ଅନାଜ୍ଞାବହତାରେ ସମର୍ପଣ କରିଅଛନ୍ତି ।
33
ଆହା! ଈଶ୍ଵରଙ୍କ ବୁଦ୍ଧି ଓ ଜ୍ଞାନରୂପ ନିଧି କେଡ଼େ ଗଭୀରଣ! ତାହାଙ୍କର ବିଚାରସବୁ କିପରି ବୋଧର ଅଗମ୍ୟ ଓ ତାହାଙ୍କ ପଥସବୁ କିପରି ଅନନୁସନ୍ଧେୟ!
34
କାରଣ, ପ୍ରଭୁଙ୍କର ମନ କିଏ ଜାଣିଅଛି? କିମ୍ଵା ତାହାଙ୍କର ମନ୍ତ୍ରୀ କିଏ ହୋଇଅଛି?
35
ଅବା କିଏ ତାହାଙ୍କୁ ପ୍ରଥମରେ ଦାନ କରିଅଛି, ଆଉ ତାକୁ ପ୍ରତିଦାନ କରାଯିବ?
36
ଯେଣୁ ସମସ୍ତ ବିଷୟ ତାହାଙ୍କଠାରୁ, ତାହାଙ୍କ ଦ୍ଵାରା ଓ ତାହାଙ୍କ ନିମନ୍ତେ; ଯୁଗେ ଯୁଗେ ଗୌରବ ତାହାଙ୍କର । ଆମେନ୍ ।
← Chapter 10
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 12 →
All chapters:
1
2
3
4
5
6
7
8
9
10
11
12
13
14
15
16