bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Romans 15
Romans 15
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 16 →
1
ବିଶ୍ଵାସରେ ବଳବାନ ଯେ ଆମ୍ଭେମାନେ, ଦୁର୍ବଳମାନଙ୍କ ଦୁର୍ବଳତା ସହିବା ଆମ୍ଭମାନଙ୍କର ଉଚିତ, ଆଉ ନିଜ ନିଜର ସୁଖ ଚେଷ୍ଟା କରିବା ଉଚିତ ନୁହେଁ ।
2
ଆସ ଆମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀର ନିଷ୍ଠା ନିମନ୍ତେ ମଙ୍ଗଳ ସାଧନ କରି ତାହାର ସୁଖ ଚେଷ୍ଟା କରୁ ।
3
କାରଣ ଖ୍ରୀଷ୍ଟ ମଧ୍ୟ ଆପଣାର ସୁଖ ଚେଷ୍ଟା କରି ନ ଥିଲେ; କିନ୍ତୁ ଯେପରି ଲେଖା ଅଛି, ତୁମ୍ଭ ନିନ୍ଦକମାନଙ୍କର ନିନ୍ଦା ମୋʼ ଉପରେ ପଡ଼ିଲା ।
4
ପୁଣି, ଆମ୍ଭେମାନେ ଯେପରି ଶାସ୍ତ୍ରଲବ୍ଧ ଧୈର୍ଯ୍ୟ ଓ ସାନ୍ତ୍ଵନା ଦ୍ଵାରା ଭରସା ପ୍ରାପ୍ତ ହେଉ, ଏଥିନିମନ୍ତେ ପୂର୍ବକାଳରେ ଯାହା ଯାହା ଲେଖା ହୋଇଥିଲା, ସେହିସବୁ ଆମ୍ଭମାନଙ୍କର ଶିକ୍ଷା ପାଇଁ ଲେଖା ହୋଇଅଛି ।
5
ଧୈର୍ଯ୍ୟ ଓ ସାନ୍ତ୍ଵନାଦାତା ଈଶ୍ଵର ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ଅନୁରୂପରେ ପରସ୍ପର ଏକମନା ହେବାକୁ ଦିଅନ୍ତୁ,
6
ଯେପରି ଏକ ଚିତ୍ତରେ ଏକ ମୁଖରେ ତୁମ୍ଭେମାନେ ଈଶ୍ଵରଙ୍କ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତାଙ୍କର ଗୌରବ କର ।
7
ଅତଏବ ଈଶ୍ଵରଙ୍କ ଗୌରବ ନିମନ୍ତେ ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ଗ୍ରହଣ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ଗ୍ରହଣ କର ।
8
କାରଣ ମୁଁ କହେ, ଖ୍ରୀଷ୍ଟ ଈଶ୍ଵରଙ୍କ ସତ୍ୟ ନିମନ୍ତେ ସୁନ୍ନତି ଲୋକମାନଙ୍କର ସେବକ କରାଯାଇଅଛନ୍ତି, ଯେପରି ସେ ପିତୃପୁରୁଷମାନଙ୍କୁ ପ୍ରଦତ୍ତ ପ୍ରତିଜ୍ଞାସକଳ ସ୍ଥିର କରନ୍ତି,
9
ପୁଣି, ଯେପରି ବିଜାତିମାନେ ଈଶ୍ଵରଙ୍କ ଦୟା ନିମନ୍ତେ ତାହାଙ୍କର ଗୌରବ କରନ୍ତି; ଯେପରି ଲେଖା ଅଛି, “ଏଥିପାଇଁ ମୁଁ ବିଜାତିମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରିବି, ଆଉ ତୁମ୍ଭ ନାମର କୀର୍ତ୍ତନ କରିବି ।”
10
ପୁନଶ୍ଚ ସେ କହନ୍ତି, ହେ ବିଜାତିମାନେ, ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କ ସହିତ ଆନନ୍ଦ କର ।
11
ପୁନଶ୍ଚ, “ହେ ବିଜାତି ସମସ୍ତେ ପ୍ରଭୁଙ୍କ ପ୍ରଶଂସା କର, ଆଉ, ଲୋକ ସମସ୍ତେ ତାହାଙ୍କର ପ୍ରଶଂସା କରନ୍ତୁ ।”
12
ପୁନର୍ବାର ଯିଶାଇୟ କହନ୍ତି, “ଯିଶୟଙ୍କ ମୂଳ ରହିବ, ଆଉ, ଯେ ବିଜାତିଙ୍କ ଉପରେ ଶାସନ କରିବାକୁ ଉଠିବେ, ବିଜାତିମାନେ ତାହାଙ୍କ ଉପରେ ଭରସା ରଖିବେ ।”
13
ସେହି ଭରସାର ଈଶ୍ଵର ତୁମ୍ଭମାନଙ୍କୁ ବିଶ୍ଵାସ ଦ୍ଵାରା ସମସ୍ତ ଆନନ୍ଦ ଓ ଶାନ୍ତିରେ ପରିପୂର୍ଣ୍ଣ କରନ୍ତୁ, ଯେପରି ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଶକ୍ତିରେ ଭରସାର ପ୍ରଚୁରତା ଅନୁଭବ କର ।
14
ଆଉ ହେ ମୋହର ଭାଇମାନେ, ତୁମ୍ଭେମାନେ ଯେ ଆପେ ଆପେ ମଙ୍ଗଳ ଭାବରେ ଓ ସମସ୍ତ ଜ୍ଞାନରେ ପରିପୂର୍ଣ୍ଣ; ପୁଣି, ପରସ୍ପରକୁ ଚେତନା ଦେବା ନିମନ୍ତେ ମଧ୍ୟ ସକ୍ଷମ, ଏହା ମୁଁ ନିଜେ ସୁଦ୍ଧା ତୁମ୍ଭମାନଙ୍କ ବିଷୟରେ ନିଶ୍ଚୟ ବୋଧ କରୁଅଛି ।
15
ତଥାପି ମୋତେ ଈଶ୍ଵରଙ୍କ କର୍ତ୍ତୃକ ଦତ୍ତ ଅନୁଗ୍ରହ ହେତୁ ମୁଁ ତୁମ୍ଭମାନଙ୍କୁ ପୁନର୍ବାର ସ୍ମରଣ କରାଇବା ନିମନ୍ତେ କେତେକ ପରିମାଣରେ ଅଧିକ ସାହସ ସହିତ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି ।
16
କାରଣ ବିଜାତିମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ଵାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ଵରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଈଶ୍ଵରଙ୍କ ସୁସମାଚାରର ଯାଜକତ୍ଵ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦତ୍ତ ହୋଇଅଛି ।
17
ଏଣୁ ଈଶ୍ଵରଙ୍କ ସେବା ବିଷୟରେ ମୋହର ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରିବାର ଅଛି ।
18
କାରଣ ବିଜାତିମାନଙ୍କୁ ଆଜ୍ଞାବହ କରିବା ନିମନ୍ତେ ଖ୍ରୀଷ୍ଟ ମୋʼ ଦ୍ଵାରା ବାକ୍ୟରେ ଓ କର୍ମରେ, ଅର୍ଥାତ୍ ନାନା ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମରେ, ପବିତ୍ର ଆତ୍ମାଙ୍କ ଶକ୍ତିରେ ଯାହା ଯାହା ସାଧନ କରି ନାହାନ୍ତି, ଏପରି କୌଣସି ବିଷୟ କହିବାକୁ ମୁଁ ସାହସ କରିବି ନାହିଁ ।
19
ଏହିପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି,
20
ହଁ, ଯେପରି ମୁଁ ଅନ୍ୟ ଲୋକର ମୂଳଦୂଆ ଉପରେ ନ ଗଢ଼େ, ଏଥିନିମନ୍ତେ ଯେଉଁ ସ୍ଥାନରେ ଖ୍ରୀଷ୍ଟଙ୍କ ନାମ ଉଚ୍ଚାରିତ ହୋଇ ନାହିଁ, ଏପରି ସ୍ଥାନରେ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ଲକ୍ଷ୍ୟ କରି ଆସିଅଛି;
21
ଯେପରି ଲେଖା ଅଛି, “ଯେଉଁମାନେ ତାହାଙ୍କ ସମ୍ଵାଦ ପାଇ ନାହାନ୍ତି, ସେମାନେ ଦେଖିବେ, ଆଉ ଯେଉଁମାନେ ଶୁଣି ନାହାନ୍ତି, ସେମାନେ ବୁଝିବେ ।”
22
ଏହି କାରଣରୁ ମଧ୍ୟ ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଅନେକ ଥର ବାଧା ପାଇ ଆସୁଅଛି;
23
କିନ୍ତୁ ଏବେ ଏହିସବୁ ଅଞ୍ଚଳରେ କାର୍ଯ୍ୟ କରିବାକୁ ଆଉ ସ୍ଥାନ ନ ଥିବାରୁ ପୁଣି, ଅନେକ ବର୍ଷ ହେଲା ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଆକାଂକ୍ଷା କରି ଆସୁଥିବାରୁ,
24
ମୁଁ ସ୍ପେନକୁ ଯିବା ସମୟରେ ଆସିବି; କାରଣ ବାଟରେ ତୁମ୍ଭମାନଙ୍କୁ ସାକ୍ଷାତ କରି ପ୍ରଥମରେ ତୁମ୍ଭମାନଙ୍କ ସହଭାଗିତାରେ କେତେକ ପରିମାଣରେ ତୃପ୍ତିଲାଭ କଲା ଉତ୍ତାରେ ସେସ୍ଥାନକୁ ଯିବା ନିମନ୍ତେ ତୁମ୍ଭେମାନେ ମୋତେ ବାଟ ବଳାଇଦେବ ବୋଲି ଆଶା କରୁଅଛି ।
25
କିନ୍ତୁ ଏବେ ସାଧୁମାନଙ୍କର ସେବା କରିବା ନିମନ୍ତେ ମୁଁ ଯିରୂଶାଲମକୁ ଯାଉଅଛି ।
26
କାରଣ ଯିରୂଶାଲମସ୍ଥ ସାଧୁମାନଙ୍କ ମଧ୍ୟରେ ଯେଉଁମାନେ ଦରିଦ୍ର, ସେମାନଙ୍କ ନିମନ୍ତେ ମାକିଦନିଆ ଓ ଆଖାୟାର ମଣ୍ତଳୀସମୂହ ସହଭାଗିତା-ସୂଚକ କିଛି ଦାନ ସଂଗ୍ରହ କରିବାକୁ ଭଲ ମଣିଅଛନ୍ତି ।
27
ହଁ, ସେମାନେ ଏହା ଭଲ ମଣିଅଛନ୍ତି ସତ, ହେଲେ ସେମାନେ ସେମାନଙ୍କ ନିକଟରେ ଋଣୀ ମଧ୍ୟ ଅଟନ୍ତି; କାରଣ ଯଦି ବିଜାତିମାନେ ସେମାନଙ୍କ ଆତ୍ମିକ ବିଷୟର ସହଭାଗୀ ହୋଇଅଛନ୍ତି, ତେବେ ସେମାନେ ସାଂସାରିକ ବିଷୟରେ ମଧ୍ୟ ସେମାନଙ୍କର ସେବା କରିବା ନିମନ୍ତେ ଋଣୀ ।
28
ଅତଏବ, ଏହି କର୍ମ ସମ୍ପନ୍ନ କଲା ଉତ୍ତାରେ ଓ ଏହି ସଂଗୃହୀତ ଧନରୂପ ଫଳ ସେମାନଙ୍କ ହସ୍ତରେ ସମର୍ପଣ କଲା ପରେ ତୁମ୍ଭମାନଙ୍କ ନିକଟ ଦେଇ ସ୍ପେନକୁ ଯିବି ।
29
ଆଉ ମୁଁ ଜାଣେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବି, ସେତେବେଳେ ଖ୍ରୀଷ୍ଟଙ୍କ ଆଶୀର୍ବାଦର ପୂର୍ଣ୍ଣତାରେ ଉପସ୍ଥିତ ହେବି ।
30
ହେ ଭାଇମାନେ, ମୁଁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ହେତୁ ଓ ଆତ୍ମାଙ୍କ ପ୍ରେମ ହେତୁ ମୋʼ ନିମନ୍ତେ ଈଶ୍ଵରଙ୍କ ନିକଟରେ ମୋʼ ସହିତ ଯନି ସହକାରେ ପ୍ରାର୍ଥନା କରିବା ପାଇଁ ତୁମ୍ଭମାନଙ୍କୁ ବିନତି କରୁଅଛି,
31
ଯେପରି ମୁଁ ଯିହୁଦା ପ୍ରଦେଶରେ ଅନାଜ୍ଞାବହ ଲୋକମାନଙ୍କଠାରୁ ଉଦ୍ଧାର ପାଏ, ଆଉ ଯିରୂଶାଲମ ନିମନ୍ତେ ମୋହର ଯେଉଁ ସେବା, ତାହା ଯେପରି ସାଧୁମାନଙ୍କ ନିକଟରେ ସୁଗ୍ରାହ୍ୟ ହୁଏ,
32
ପୁଣି, ଈଶ୍ଵରଙ୍କ ଇଚ୍ଛାରେ ମୁଁ ଯେପରି ଆନନ୍ଦରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ତୁମ୍ଭମାନଙ୍କ ସହିତ ଆରାମପ୍ରାପ୍ତ ହୁଏ ।
33
ଶାନ୍ତିଦାତା ଈଶ୍ଵର ତୁମ୍ଭ ସମସ୍ତଙ୍କ ସହିତ ଥାଆନ୍ତୁ । ଆମେନ୍ ।
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 16 →
All chapters:
1
2
3
4
5
6
7
8
9
10
11
12
13
14
15
16