bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Romans 7
Romans 7
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 8 →
1
ହେ ଭାଇମାନେ, ମନୁଷ୍ୟ ଯେପର୍ଯ୍ୟନ୍ତ ଜୀବିତ ଥାଏ, ସେପର୍ଯ୍ୟନ୍ତ ବ୍ୟବସ୍ଥା ଯେ ତାହାର ଉପରେ କର୍ତ୍ତୃତ୍ଵ କରେ, ଏହା ତୁମ୍ଭେମାନେ କଅଣ ଜାଣ ନାହିଁ? ମୁଁ ତ ବ୍ୟବସ୍ଥା ଜାଣିବା ଲୋକମାନଙ୍କୁ କହୁଅଛି ।
2
ସ୍ଵାମୀ ଯେପର୍ଯ୍ୟନ୍ତ ଜୀବିତ ଥାଏ, ସେପର୍ଯ୍ୟନ୍ତ ସ୍ତ୍ରୀ ସ୍ଵାମୀ ସହିତ ବ୍ୟବସ୍ଥା ଦ୍ଵାରା ଆବଦ୍ଧ ଥାଏ, କିନ୍ତୁ ସ୍ଵାମୀ ମରିଗଲେ ସ୍ତ୍ରୀ ସ୍ଵାମୀର ବ୍ୟବସ୍ଥାରୁ ମୁକ୍ତ ହୁଏ ।
3
ଅତଏବ, ସ୍ଵାମୀ ବଞ୍ଚି ଥାଉ ଥାଉ ସ୍ତ୍ରୀ ଯଦି ଅନ୍ୟ ପୁରୁଷ ସହିତ ସଂଯୁକ୍ତ ହୁଏ, ତାହାହେଲେ ତାକୁ ବ୍ୟଭିଚାରିଣୀ ବୋଲି କୁହାଯିବ; କିନ୍ତୁ ଯଦି ସ୍ଵାମୀ ମରିଯାଏ, ତେବେ ସ୍ତ୍ରୀ ବ୍ୟବସ୍ଥାରୁ ମୁକ୍ତ ହୁଏ, ଆଉ ଯଦି ସେ ଅନ୍ୟ ପୁରୁଷ ସହିତ ସଂଯୁକ୍ତ ହୁଏ, ତାହାହେଲେ ସେ ବ୍ୟଭିଚାରିଣୀ ହୁଏ ନାହିଁ ।
4
ଏଣୁ ହେ ମୋହର ଭାଇମାନେ, ଖ୍ରୀଷ୍ଟଙ୍କ ଶରୀର ଦ୍ଵାରା ତୁମ୍ଭେମାନେ ମଧ୍ୟ ବ୍ୟବସ୍ଥା ପ୍ରତି ମୃତ ହୋଇଅଛ, ଯେପରି ତୁମ୍ଭେମାନେ ଅନ୍ୟ ସହିତ ସଂଯୁକ୍ତ ହୁଅ, ଅର୍ଥାତ୍ ଆମ୍ଭେମାନେ ଈଶ୍ଵରଙ୍କ ନିମନ୍ତେ ଫଳ ଉତ୍ପନ୍ନ କରିବା ପାଇଁ ଯେ ମୃତ୍ୟୁରୁ ଉତ୍ଥାପିତ ହୋଇଅଛନ୍ତି, ତାହାଙ୍କ ସହିତ ସଂଯୁକ୍ତ ହୁଅ ।
5
କାରଣ ଯେତେବେଳେ ଆମ୍ଭେମାନେ ଶରୀରର ବଶରେ ଥିଲୁ, ସେତେବେଳେ ବ୍ୟବସ୍ଥା ଦ୍ଵାରା ପାପାଭିଳାଷ-ଗୁଡ଼ାକ ଆମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ମୃତ୍ୟୁ ନିମନ୍ତେ ଫଳ ଉତ୍ପନ୍ନ କରିବାକୁ କାର୍ଯ୍ୟ ସାଧନ କରୁଥିଲା,
6
କିନ୍ତୁ ଯଦ୍ଦ୍ଵାରା ଆମ୍ଭେମାନେ ଆବଦ୍ଧ ଥିଲୁ, ସେଥିପ୍ରତି ମୃତ ହୋଇ ଆମ୍ଭେମାନେ ଏବେ ବ୍ୟବସ୍ଥାରୁ ମୁକ୍ତ ହୋଇଅଛୁ; ଏଣୁ ଆମ୍ଭେମାନେ ଆକ୍ଷରିକ ପୁରାତନ ଭାବରେ ଦାସ୍ୟକର୍ମ ନ କରି ଆତ୍ମାର ନୂତନ ଭାବରେ ଦାସ୍ୟକର୍ମ କରୁଅଛୁ ।
7
ତେବେ, ଆମ୍ଭେମାନେ କଅଣ କହିବା? ବ୍ୟବସ୍ଥା କଅଣ ପାପ? ତାହା କେବେ ହେଁ ନ ହେଉ । ବରଂ ପାପ କଅଣ, ତାହା ବ୍ୟବସ୍ଥା ବିନା ମୁଁ ଜାଣି ନ ଥାଆନ୍ତି; କାରଣ ଲୋଭ କର ନାହିଁ, ବ୍ୟବସ୍ଥା ଏହା କହି ନ ଥିଲେ, ଲୋଭ କଅଣ, ତାହା ମୁଁ ଜାଣି ନ ଥାଆନ୍ତି ।
8
କିନ୍ତୁ ପାପ ସୁଯୋଗ ପାଇ ଆଜ୍ଞା ଦ୍ଵାରା ମୋʼଠାରେ ସବୁ ପ୍ରକାର ଲୋଭ ଜନ୍ମାଇଲା; କାରଣ ବ୍ୟବସ୍ଥା ବିନା ପାପ ମୃତ ।
9
ଆଉ, ମୁଁ ଏକ ସମୟରେ ବ୍ୟବସ୍ଥା ବିନା ଜୀବିତ ଥିଲି, କିନ୍ତୁ ଆଜ୍ଞା ଆସନ୍ତେ ପାପ ଜୀବିତ ହେଲା, ପୁଣି ମୁଁ ମୃତ ହେଲି;
10
ସେଥିରେ ଜୀବନଦାୟକ ଯେଉଁ ଆଜ୍ଞା, ତାହା ମୋʼ ପକ୍ଷରେ ମୃତ୍ୟୁଦାୟକ ବୋଲି ଜଣାଗଲା ।
11
କାରଣ ପାପ ସୁଯୋଗ ପାଇ ଆଜ୍ଞା ଦ୍ଵାରା ମୋତେ ପ୍ରତାରଣା କଲା, ପୁଣି ତାହା ଦ୍ଵାରା ମୋତେ ବଧ କଲା ।
12
ଅତଏବ, ବ୍ୟବସ୍ଥା ପବିତ୍ର, ପୁଣି ଆଜ୍ଞା ପବିତ୍ର, ନ୍ୟାୟସଙ୍ଗତ ଓ ଉତ୍ତମ ।
13
ତେବେ, ଯାହା ଉତ୍ତମ, ତାହା କି ମୋʼ ପକ୍ଷରେ ମୃତ୍ୟୁଦାୟକ ହେଲା? ତାହା କେବେ ହେଁ ନ ହେଉ । କିନ୍ତୁ ପାପ ମୃତ୍ୟୁଦାୟକ ହେଲା, ଯେପରି ଯାହା ଉତ୍ତମ, ତାହା ଦେଇ ମୋʼ ପ୍ରତି ମୃତ୍ୟୁ ସାଧନ କରିବା ଦ୍ଵାରା ପାପ, ପାପ ବୋଲି ପ୍ରକାଶ ପାଏ, ପୁଣି ଯେପରି ଆଜ୍ଞା ଦ୍ଵାରା ପାପ ଅତିଶୟ ପାପମୟ ହୁଏ ।
14
ଯେଣୁ, ବ୍ୟବସ୍ଥା ଯେ ଆତ୍ମିକ, ଏହା ଆମ୍ଭେମାନେ ଜାଣୁ; କିନ୍ତୁ ମୁଁ ଶାରୀରିକ, ପାପର କ୍ରୀତଦାସ ।
15
କାରଣ ମୁଁ ଯାହା କରେ, ତାହା ଜାଣେ ନାହିଁ; ଯେଣୁ ମୁଁ ଯାହା ଇଚ୍ଛା କରେ, ତାହା କରେ ନାହିଁ, ବରଂ ଯାହା ମୁଁ ଘୃଣା କରେ, ତାହା ହିଁ କରେ ।
16
କିନ୍ତୁ ଯାହା ମୁଁ ଇଚ୍ଛା କରେ ନାହିଁ, ତାହା ଯଦି କରେ, ତେବେ ବ୍ୟବସ୍ଥା ଯେ ଉତ୍ତମ, ତାହା ମୁଁ ସ୍ଵୀକାର କରେ ।
17
ଏଣୁ ମୁଁ ଆଉ ତାହା କରୁ ନାହିଁ, କିନ୍ତୁ ମୋʼଠାରେ ବାସ କରୁଥିବା ପାପ ତାହା କରୁଅଛି ।
18
କାରଣ ମୋʼଠାରେ, ଅର୍ଥାତ୍, ମୋʼ ଶରୀରରେ ଯେ କୌଣସି ଉତ୍ତମ ବିଷୟ ବାସ କରେ ନାହିଁ, ଏହା ମୁଁ ଜାଣେ, ଯେଣୁ ମୁଁ ଇଚ୍ଛା କରି ପାରୁଅଛି, କିନ୍ତୁ ଯାହା ଉତ୍ତମ, ତାହା କରିବା ନିମନ୍ତେ ମୋହର ସାମର୍ଥ୍ୟ ନାହିଁ ।
19
କାରଣ ଯେଉଁ ଉତ୍ତମ କର୍ମ କରିବାକୁ ମୁଁ ଇଚ୍ଛା କରେ, ତାହା କରେ ନାହିଁ, କିନ୍ତୁ ଯେଉଁ ମନ୍ଦ କର୍ମ କରିବାକୁ ମୁଁ ଇଚ୍ଛା କରେ ନାହିଁ, ତାହା କରେ ।
20
କିନ୍ତୁ ଯାହା ମୁଁ ଇଚ୍ଛା କରେ ନାହିଁ, ତାହା ଯଦି କରେ, ତେବେ ମୁଁ ନିଜେ ତାହା ଆଉ କରେ ନାହିଁ, ମାତ୍ର ମୋʼଠାରେ ବାସ କରୁଥିବା ପାପ ତାହା କରେ ।
21
ଅତଏବ, ଉତ୍ତମ କର୍ମ କରିବାକୁ ଇଚ୍ଛୁକ ଯେ ମୁଁ, ମୋʼ ନିକଟରେ ଯେ ମନ୍ଦ ଉପସ୍ଥିତ, ଏହି ବ୍ୟବସ୍ଥା ମୁଁ ଦେଖୁଅଛି ।
22
କାରଣ ଆନ୍ତରିକ ପୁରୁଷର ଭାବାନୁସାରେ ମୁଁ ଈଶ୍ଵରଙ୍କ ବ୍ୟବସ୍ଥାରେ ଆନନ୍ଦ କରେ,
23
କିନ୍ତୁ ମୁଁ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଗୋଟିଏ ଭିନ୍ନ ବ୍ୟବସ୍ଥା ଦେଖେ, ତାହା ମୋହର ମନର ବ୍ୟବସ୍ଥା ବିପକ୍ଷରେ ଯୁଦ୍ଧ କରେ, ଆଉ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଯେଉଁ ପାପର ବ୍ୟବସ୍ଥା ଅଛି, ମୋତେ ସେଥିର ବନ୍ଦୀ କରିଦିଏ ।
24
ହାୟ, ଦୁର୍ଭାଗ୍ୟ ମନୁଷ୍ୟ ଯେ ମୁଁ, ମୋତେ ଏହି ମୃତ୍ୟୁର ଶରୀରରୁ କିଏ ଉଦ୍ଧାର କରିବ?
25
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଈଶ୍ଵରଙ୍କର ଧନ୍ୟବାଦ ହେଉ । ଅତଏବ, ମୁଁ ନିଜେ ମନ ଦ୍ଵାରା ଈଶ୍ଵରଙ୍କ ବ୍ୟବସ୍ଥାର ଦାସ, କିନ୍ତୁ ଶରୀର ଦ୍ଵାରା ପାପ ବ୍ୟବସ୍ଥାର ଦାସ ଅଟେ ।
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 8 →
All chapters:
1
2
3
4
5
6
7
8
9
10
11
12
13
14
15
16