bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Romans 9
Romans 9
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 10 →
1
ମୋହର ହୃଦୟରେ ଯେ ଗଭୀର ଦୁଃଖ ଓ ନିରନ୍ତର ବେଦନା ହେଉଅଛି,
2
ଏହା ମୁଁ ଖ୍ରୀଷ୍ଟଙ୍କ ସାକ୍ଷାତରେ ସତ୍ୟ କହୁଅଛି, ମିଥ୍ୟା କହୁ ନାହିଁ, ମୋହର ବିବେକ ପବିତ୍ର ଆତ୍ମାଙ୍କ ପ୍ରଭାବରେ ମୋʼ ସହିତ ସାକ୍ଷ୍ୟ ଦେଉଅଛି ।
3
କାରଣ ଯେଉଁମାନେ ଶାରୀରିକଭାବେ ମୋହର ଆତ୍ମୀୟ, ଏପରି ମୋହର ଭାଇମାନଙ୍କ ନିମନ୍ତେ ମୁଁ ନିଜେ ଖ୍ରୀଷ୍ଟଙ୍କଠାରୁ ପୃଥକ ରହି ଶାପଗ୍ରସ୍ତ ହେବା ପାଇଁ ଇଚ୍ଛା କରି ପାରନ୍ତି ।
4
ସେମାନେ ତ ଇସ୍ରାଏଲୀୟ; ପୁତ୍ରତ୍ଵ, ଗୌରବ, ନିୟମସମୂହ, ବ୍ୟବସ୍ଥାପ୍ରଦାନ, ଉପାସନା ଓ ପ୍ରତିଜ୍ଞା-ସମୂହ ସେମାନଙ୍କର;
5
ପିତୃପୁରୁଷମାନେ ସେମାନଙ୍କର, ଆଉ ଶାରୀରିକ- ଭାବେ ସେମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଉତ୍ପନ୍ନ; ସେହି ସର୍ବାଧିପତି ଈଶ୍ଵର ଯୁଗେ ଯୁଗେ ଧନ୍ୟ, ଆମେନ୍ ।
6
କିନ୍ତୁ ଈଶ୍ଵରଙ୍କ ବାକ୍ୟ ଯେ ବିଫଳ ହୋଇଅଛି, ଏପରି ନୁହେଁ । କାରଣ ଯେଉଁମାନେ ଇସ୍ରାଏଲ ବଂଶରେ ଜାତ, ସେମାନେ ଯେ ସମସ୍ତେ ଇସ୍ରାଏଲ,
7
କିଅବା ଅବ୍ରହାମଙ୍କ ବଂଶ ବୋଲି ଯେ ସମସ୍ତେ ସନ୍ତାନ, ତାହା ନୁହେଁ; କିନ୍ତୁ “ଇସ୍ହାକଠାରେ ତୁମ୍ଭର ବଂଶ ଖ୍ୟାତ ହେବ” ।
8
ଏଥିର ଅର୍ଥ ଏହି, ଶାରୀରିକଭାବେ ଯେଉଁମାନେ ସନ୍ତାନ, ସେମାନେ ଯେ ଈଶ୍ଵରଙ୍କ ସନ୍ତାନ, ତାହା ନୁହେଁ, କିନ୍ତୁ ପ୍ରତିଜ୍ଞାର ସନ୍ତାନ ବଂଶ ରୂପେ ଗଣିତ ହୁଅନ୍ତି ।
9
କାରଣ ଏହା ତ ପ୍ରତିଜ୍ଞାର ବାକ୍ୟ, ଏହି ଋତୁରେ ଆମ୍ଭେ ଆସିବା, ଆଉ ସାରା ଗୋଟିଏ ପୁତ୍ର ପ୍ରାପ୍ତ ହେବ ।
10
ଆଉ କେବଳ ତାହା ନୁହେଁ, କିନ୍ତୁ ରିବିକା ମଧ୍ୟ ଜଣେ ବ୍ୟକ୍ତିଙ୍କ ଦ୍ଵାରା, ଅର୍ଥାତ୍ ଆମ୍ଭମାନଙ୍କ ପିତୃପୁରୁଷ ଇସ୍ହାକଙ୍କ ଦ୍ଵାରା ଗର୍ଭବତୀ ହେଲା ଉତ୍ତାରେ,
11
ଯେତେବେଳେ ସନ୍ତାନମାନେ ଜନ୍ମ ହୋଇ ନ ଥିଲେ, ଆଉ ଭଲ କିମ୍ଵା ମନ୍ଦ କିଛି କରି ନ ଥିଲେ, ସେତେବେଳେ କର୍ମ ହେତୁ ନୁହେଁ, ମାତ୍ର ଆହ୍ଵାନକାରୀଙ୍କ ଇଚ୍ଛା ହେତୁ ନିର୍ବାଚନାନୁସାରେ ଈଶ୍ଵରଙ୍କ ସଂକଳ୍ପ ଯେପରି ସ୍ଥିର ରହେ,
12
ଏଥିନିମନ୍ତେ ଏହି କଥା ତାଙ୍କୁ କୁହା ଯାଇଥିଲା, “ଜ୍ୟେଷ୍ଠ କନିଷ୍ଠର ଦାସ ହେବ;
13
ଯେପରି ଲେଖାଅଛି, “ଯାକୁବକୁ ଆମ୍ଭେ ପ୍ରେମ କଲୁ, କିନ୍ତୁ ଏଷୌକୁ ଘୃଣା କଲୁ ।”
14
ତେବେ ଆମ୍ଭେମାନେ କଅଣ କହିବା? ଈଶ୍ଵରଙ୍କଠାରେ କି ଅନ୍ୟାୟ ଅଛି? ତାହା କେବେ ହେଁ ନ ହେଉ ।
15
କାରଣ ସେ ମୋଶାଙ୍କୁ କହନ୍ତି, ଯାହା ଉପରେ ଆମ୍ଭର ଦୟା ଅଛି, ତାହାକୁ ଆମ୍ଭେ ଦୟା କରିବା, ଆଉ ଯାହା ଉପରେ ଆମ୍ଭର କୃପା ଅଛି, ତାହାକୁ ଆମ୍ଭେ କୃପା କରିବା ।
16
ଅତଏବ, ଯେ ଇଚ୍ଛା କରେ, କିମ୍ଵା ଯେ ଚେଷ୍ଟା କରେ, ତାହାଠାରୁ ଏହା ହୁଏ ନାହିଁ, ମାତ୍ର ଦୟାଳୁ ଈଶ୍ଵରଙ୍କଠାରୁ ହୁଏ ।
17
ଯେଣୁ ଶାସ୍ତ୍ର ଫାରୋଙ୍କୁ କହେ, ଆମ୍ଭେ ଯେପରି ତୁମ୍ଭଠାରେ ଆମ୍ଭର ଶକ୍ତି ଦେଖାଉ, ଆଉ ଯେପରି ସମସ୍ତ ପୃଥିବୀରେ ଆମ୍ଭର ନାମ ଘୋଷିତ ହୁଏ, ଏହି ଅଭିପ୍ରାୟରେ ତ ଆମ୍ଭେ ତୁମ୍ଭକୁ ଉତ୍ଥାପନ କଲୁ ।
18
ଅତଏବ, ସେ ଯାହାକୁ ଇଚ୍ଛା କରନ୍ତି, ତାହାକୁ ଦୟା କରନ୍ତି, ପୁଣି ଯାହାକୁ ଇଚ୍ଛା କରନ୍ତି, ତାହାକୁ କଠିନ କରନ୍ତି ।
19
ଏଥିରେ ତୁମ୍ଭେ ମୋତେ କହିବ, ତେବେ ସେ ଆଉ ଦୋଷ ଧରନ୍ତି କାହିଁକି? କାରଣ ତାହାଙ୍କର ଇଚ୍ଛା କିଏ ପ୍ରତିରୋଧ କରିପାରେ?
20
କିନ୍ତୁ ହେ ମନୁଷ୍ୟ, ତୁମ୍ଭେ କିଏ ଯେ ଈଶ୍ଵରଙ୍କ ପ୍ରତିବାଦ କର? ନିର୍ମିତ ବସ୍ତୁ କି ନିର୍ମାତାଙ୍କୁ କହିବ, ମୋତେ ଏପରି ଗଢ଼ିଲ କାହିଁକି?
21
କିମ୍ଵା ଗୋଟିଏ ମାଟିପିଣ୍ତୁଳାରୁ ଗୋଟିଏ ପାତ୍ର ଆଦର ନିମନ୍ତେ ଓ ଅନ୍ୟଟି ଅନାଦର ନିମନ୍ତେ ଗଢ଼ିବା ପାଇଁ କି ମାଟି ଉପରେ କୁମ୍ଭକାରର ଅଧିକାର ନାହିଁ?
22
କିନ୍ତୁ ଈଶ୍ଵର ଆପଣା କ୍ରୋଧ ପ୍ରଦର୍ଶନ କରିବା ନିମନ୍ତେ ଓ ଆପଣା ଶକ୍ତି ଜ୍ଞାତ କରାଇବା ନିମନ୍ତେ ଇଚ୍ଛା କଲେ ସୁଦ୍ଧା ଯଦି ବିନାଶାର୍ଥେ ପ୍ରସ୍ତୁତ ହୋଇଥିବା କ୍ରୋଧର ପାତ୍ରଗୁଡ଼ାକପ୍ରତି ଦୀର୍ଘସହିଷ୍ଣୁତା ସହ ଧୈର୍ଯ୍ୟ ଧରିଅଛନ୍ତି,
23
ଆଉ, ଯଦି ଗୌରବ ନିମନ୍ତେ ତାହାଙ୍କ ଦ୍ଵାରା ପୂର୍ବରୁ ପ୍ରସ୍ତୁତ ହୋଇଥିବା ଦୟାର ପାତ୍ର ଯେ ଆମ୍ଭେମାନେ, ଆମ୍ଭମାନଙ୍କ ନିକଟରେ ଆପଣା ଗୌରବରୂପ ଧନ ପ୍ରକାଶ କରିବା ନିମନ୍ତେ ତାହା କରିଅଛନ୍ତି; ତାହାହେଲେ ତୁମ୍ଭେ କଅଣ କହିବ?
24
ସେଥିନିମନ୍ତେ ତ ସେ କେବଳ ଯିହୁଦୀମାନଙ୍କ ମଧ୍ୟରୁ ନୁହେଁ, ମାତ୍ର ବିଜାତିମାନଙ୍କ ମଧ୍ୟରୁ ସୁଦ୍ଧା ଆମ୍ଭମାନଙ୍କୁ ଆହ୍ଵାନ କରିଅଛନ୍ତି,
25
ଯେପରି ସେ ହୋଶେୟଙ୍କ ପୁସ୍ତକରେ ମଧ୍ୟ କହନ୍ତି, “ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ ଆମ୍ଭର ଲୋକ ବୋଲି କହିବା; ଆଉ, ଯେ ଅପ୍ରିୟ ଥିଲା, ତାହାକୁ ପ୍ରିୟ ବୋଲି କହିବା ।”
26
“ପୁଣି, ଯେଉଁ ସ୍ଥାନରେ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ବୋଲି ସେମାନଙ୍କୁ କୁହାଯାଇଥିଲା, ସେହି ସ୍ଥାନରେ ସେମାନେ ଜୀବନ୍ତ ଈଶ୍ଵରଙ୍କ ପୁତ୍ରଗଣ ବୋଲି ଖ୍ୟାତ ହେବେ ।”
27
ପୁଣି, ଯିଶାଇୟ ଇସ୍ରାଏଲ ସମ୍ଵନ୍ଧରେ ଉଚ୍ଚ ସ୍ଵରରେ କହନ୍ତି, “ଇସ୍ରାଏଲର ସନ୍ତାନମାନଙ୍କ ସଂଖ୍ୟା ସମୁଦ୍ରର ବାଲି ପରି ହେଲେ ସୁଦ୍ଧା କେବଳ ଅବଶିଷ୍ଟାଂଶ ପରିତ୍ରାଣ ପ୍ରାପ୍ତ ହେବେନ୍ତ”
28
“ଯେଣୁ ପ୍ରଭୁ ପୃଥିବୀରେ ଆପଣା ବାକ୍ୟ ସାଧନ କରିବେ, ସେ ତାହା ସମ୍ପୂର୍ଣ୍ଣ ରୂପେ ସଂକ୍ଷିପ୍ତରେ କରିବେ ।”
29
ପୁଣି, ଯେପରି ଯିଶାଇୟ ପୂର୍ବେ କହିଅଛନ୍ତି, “ବାହିନୀମାନଙ୍କ ପ୍ରଭୁ ଯଦି ଆମ୍ଭମାନଙ୍କ ନିମନ୍ତେ ଗୋଟିଏ ଅବଶିଷ୍ଟାଂଶ ରଖି ନ ଥାଆନ୍ତେ, ତେବେ ଆମ୍ଭେମାନେ ସଦୋମ ପରି ହୋଇଥାଆନ୍ତୁ ଓ ଗମୋରା ତୁଲ୍ୟ କରାଯାଇଥାଆନ୍ତୁ ।”
30
ତେବେ, ଆମ୍ଭେମାନେ କଅଣ କହିବା? ଯେଉଁ ବିଜାତିମାନେ ଧାର୍ମିକତାର ଅନୁଗମନ କରୁ ନ ଥିଲେ, ସେମାନେ ଧାର୍ମିକତା, ଏପରିକି ବିଶ୍ଵାସମୂଳକ ଧାର୍ମିକତା ଲାଭ କରିଅଛନ୍ତି ।
31
କିନ୍ତୁ ଇସ୍ରାଏଲ ଧାର୍ମିକତାର ବ୍ୟବସ୍ଥା ଅନୁଗମନ କରୁ କରୁ ସେହି ବ୍ୟବସ୍ଥା ପର୍ଯ୍ୟନ୍ତ ପହଞ୍ଚିଲା ନାହିଁ ।
32
କାହିଁକି? କାରଣ ସେମାନେ ବିଶ୍ଵାସ ଦ୍ଵାରା ତାହା ନ ଖୋଜି କର୍ମ ଦ୍ଵାରା ଖୋଜୁଥିଲେ । ସେମାନେ ସେହି ବାଧାଜନକ ପ୍ରସ୍ତରରେ ଝୁଣ୍ଟି ପଡ଼ିଲେ,
33
ଯେପରି ଲେଖାଅଛି, “ଦେଖ, ଆମ୍ଭେ ସିୟୋନରେ ଗୋଟିଏ ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ଥାପନ କରୁଅଛୁ, ଆଉ, ଯେ ତାହାଙ୍କଠାରେ ବିଶ୍ଵାସ କରେ, ସେ ଲଜ୍ଜିତ ହେବ ନାହିଁ ।”
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 10 →
All chapters:
1
2
3
4
5
6
7
8
9
10
11
12
13
14
15
16