bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Song of Solomon 1
Song of Solomon 1
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 2 →
1
ଶଲୋମନଙ୍କର ପରମ ଗୀତ ।
2
ସେ ଆପଣା ମୁଖ-ଚୁମ୍ଵନରେ ମୋତେ ଚୁମ୍ଵନ କରନ୍ତୁ; କାରଣ ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା ଉତ୍ତମ ।
3
ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ; ତୁମ୍ଭ ନାମ ଢଳା ସୁଗନ୍ଧି ତୈଳ ସ୍ଵରୂପ; ତେଣୁ କୁମାରୀଗଣ ତୁମ୍ଭକୁ ପ୍ରେମ କରନ୍ତି ।
4
ମୋତେ ଆକର୍ଷଣ କର; ଆମ୍ଭେମାନେ ତୁମ୍ଭ ପଛେ ପଛେ ଧାଇଁବା; ରାଜା ଆପଣା ଅନ୍ତଃପୁରକୁ ମୋତେ ଆଣିଅଛନ୍ତି; ଆମ୍ଭେମାନେ ତୁମ୍ଭଠାରେ ଆନନ୍ଦିତ ହେବା ଓ ଉଲ୍ଲାସ କରିବା । ଆମ୍ଭେମାନେ ଦ୍ରାକ୍ଷାରସ ଅପେକ୍ଷା ତୁମ୍ଭ ପ୍ରେମ ବିଷୟ ଅଧିକ କହିବା; ଯଥାର୍ଥରେ ଲୋକେ ତୁମ୍ଭକୁ ପ୍ରେମ କରନ୍ତି ।
5
ଆଗୋ ଯିରୂଶାଲମର କନ୍ୟାଗଣ, ମୁଁ କେଦାରର ତମ୍ଵୁ ତୁଲ୍ୟ, ଶଲୋମନଙ୍କର ଯବନିକା ତୁଲ୍ୟ କୃଷ୍ଣବର୍ଣ୍ଣା, ତଥାପି ସୁନ୍ଦରୀ ।
6
ମୁଁ କୃଷ୍ଣବର୍ଣ୍ଣା, ସୂର୍ଯ୍ୟ ମୋତେ ବିବର୍ଣ୍ଣା କରିଅଛି ବୋଲି ମୋʼ ପ୍ରତି କୁଦୃଷ୍ଟି କର ନାହିଁ । ମୋʼ ମାତାର ସନ୍ତାନଗଣ ମୋʼ ପ୍ରତି କୁପିତ ହେଲେ, ସେମାନେ ମୋତେ ଦ୍ରାକ୍ଷାକ୍ଷେତ୍ରସମୂହର ରକ୍ଷିକା କଲେ; ମାତ୍ର ମୁଁ ନିଜ ଦ୍ରାକ୍ଷାକ୍ଷେତ୍ର ରକ୍ଷା କରି ନାହିଁ ।
7
ହେ ମୋʼ ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ପଲ ଚରାଉଅଛ, ମଧ୍ୟାହ୍ନ କାଳେ ଯେଉଁଠାରେ ଶୟନ କରାଉଅଛ, ତାହା ମୋତେ ଜଣାଅ; କାରଣ ତୁମ୍ଭ ସଖାଗଣର ପଲ ନିକଟରେ ମୁଁ କାହିଁକି ଆବରକ ବସ୍ତ୍ର ପରିଧାନକାରିଣୀ ତୁଲ୍ୟ ହେବି?
8
ଆଗୋ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ, ଯେବେ ତୁମ୍ଭେ ନ ଜାଣ, ତେବେ ତୁମ୍ଭେ ପଲର ପଦଚିହ୍ନ ଧରି ଗମନ କର ପ.ଗୀ.୫:୯ ଓ ମେଷପାଳମାନଙ୍କ ତମ୍ଵୁ ନିକଟରେ ଆପଣା ଛେଳିଛୁଆମାନଙ୍କୁ ଚରାଅ ।
9
ଆଗୋ ମୋହର ପ୍ରିୟେ, ମୁଁ ଫାରୋର ରଥର ଅଶ୍ଵିନୀ ସଙ୍ଗେ ତୁମ୍ଭର ଉପମା ଦେଇଅଛି ।
10
ତୁମ୍ଭର ଗଣ୍ତଯୁଗଳ ବେଣୀରେ, ତୁମ୍ଭ ଗଳଦେଶ ରନିହାରରେ ସୁଶୋଭିତ ।
11
ଆମ୍ଭେମାନେ ତୁମ୍ଭ ପାଇଁ ରୂପା ଭୁଣ୍ତିଲଗା ସୁବର୍ଣ୍ଣ ବେଣୀ ପ୍ରସ୍ତୁତ କରିବା ।
12
ରାଜା ଭୋଜନାସନରେ ଉପବିଷ୍ଟ ଥିବା ବେଳେ ମୋʼ ଜଟାମାଂସୀର ସୁବାସ ବ୍ୟାପ୍ତ ହେଲା ।
13
ମୋହର ପ୍ରିୟତମ ମୋʼ ବକ୍ଷସ୍ଥଳ ମଧ୍ୟରେ ଥିବା ଗନ୍ଧରସ ବୃକ୍ଷର ଥୋପା ତୁଲ୍ୟ ମୋʼ ପ୍ରତି ଅଟନ୍ତି ।
14
ମୋʼ ପ୍ରିୟତମ ମୋʼ ପ୍ରତି ଐନ୍ଗଦୀର ଦ୍ରାକ୍ଷାକ୍ଷେତ୍ରସ୍ଥ ମେହେନ୍ଦିପୁଷ୍ପ ଥୋପା ତୁଲ୍ୟ ଅଟନ୍ତି ।
15
ଆଗୋ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ, ଦେଖ, ତୁମ୍ଭେ ସୁନ୍ଦରୀ ଅଟ; ତୁମ୍ଭର ନେତ୍ରଯୁଗଳ କପୋତ ତୁଲ୍ୟ ।
16
ଦେଖ, ହେ ମୋହର ପ୍ରିୟତମ, ତୁମ୍ଭେ ସୁନ୍ଦର, ହଁ, ତୁମ୍ଭେ ମନୋହର; ଆହୁରି, ଆମ୍ଭମାନଙ୍କ ଆସନ ହରିଦ୍ବର୍ଣ୍ଣ ।
17
ଏରସ କାଷ୍ଠ ଆମ୍ଭମାନଙ୍କ ଗୃହର କଡ଼ି
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 2 →
All chapters:
1
2
3
4
5
6
7
8