bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Song of Solomon 3
Song of Solomon 3
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 4 →
1
ଯାହାଙ୍କୁ ମୋହର ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ରାତ୍ରିକାଳେ ଆପଣା ଶଯ୍ୟାରେ ଖୋଜିଲି; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ ।
2
ମୁଁ କହିଲି, ମୁଁ ଏବେ ଉଠି ନଗର ଭ୍ରମଣ କରିବି, ଯାହାଙ୍କୁ ମୋʼ ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ଗଳି ଗଳି ଓ ଛକେ ଛକେ ଖୋଜିବି; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ ।
3
ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ; ମୁଁ ସେମାନଙ୍କୁ ପଚାରିଲି, ଯାହାଙ୍କୁ ମୋʼ ପ୍ରାଣ ପ୍ରେମ କରେ, ତାଙ୍କୁ କି ତୁମ୍ଭେମାନେ ଦେଖିଲ?
4
ସେମାନଙ୍କୁ ଛାଡ଼ିବାର ଅଳ୍ପକ୍ଷଣ ଉତ୍ତାରେ ଯାହାଙ୍କୁ ମୋʼ ପ୍ରାଣ ପ୍ରେମ କରେ, ତାଙ୍କୁ ପାଇଲି; ମୁଁ ଆପଣା ମାତୃଗୃହକୁ ଓ ମୋʼ ଗର୍ଭଧାରିଣୀଙ୍କ ଅନ୍ତଃପୁରକୁ ନ ଆଣିବା ପର୍ଯ୍ୟନ୍ତ ତାଙ୍କୁ ଧରି ରଖିଲି, ଆଉ ଯିବାକୁ ଦେଲି ନାହିଁ ।
5
ଆଗୋ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜନା କର ନାହିଁ ।
6
ଗନ୍ଧରସ ଓ କୁନ୍ଦୁରୁରେ, ଗନ୍ଧବଣିକର ସର୍ବପ୍ରକାର ସୁଗନ୍ଧି ଚୂର୍ଣ୍ଣରେ ସୁବାସିତ ହୋଇ ଧୂମସ୍ତମ୍ଭ ତୁଲ୍ୟ ପ୍ରାନ୍ତରରୁ ଯେ ଆସୁଅଛନ୍ତି, ସେ କିଏ?
7
ଦେଖ, ତାହା ଶଲୋମନଙ୍କର ଚତୁର୍ଦ୍ଦୋଳ; ତହିଁ ଚତୁର୍ଦ୍ଦିଗରେ ଇସ୍ରାଏଲୀୟ ବୀରଗଣ ମଧ୍ୟରୁ ଷାଠିଏ ଜଣ ବୀର ଅଛନ୍ତି ।
8
ସେ ସମସ୍ତେ ଖଡ଼୍ଗଧାରୀ ଓ ଯୁଦ୍ଧରେ ନିପୁଣ; ରାତ୍ରିକାଳର ଆଶଙ୍କା ହେତୁ ପ୍ରତ୍ୟେକର କଟିଦେଶରେ ସ୍ଵ ସ୍ଵ ଖଡ଼୍ଗ ବନ୍ଧା ଥାଏ ।
9
ଶଲୋମନ ରାଜା ଆପଣା ପାଇଁ ଲିବାନୋନର କାଷ୍ଠର ଏକ ପାଲିଙ୍କି ନିର୍ମାଣ କଲେ ।
10
ସେ ତହିଁର ସ୍ତମ୍ଭସବୁ ରୂପାର, ତହିଁର ତଳଭାଗ ସୁନାର, ତହିଁର ଆସନ ବାଇଗଣିଆ ରଙ୍ଗର କଲେ, ତହିଁର ମଧ୍ୟଭାଗ ଯିରୂଶାଲମର କନ୍ୟାମାନଙ୍କର ଦ୍ଵାରା ପ୍ରେମରେ ମଣ୍ତିତ ।
11
ଆଗୋ ସିୟୋନର କନ୍ୟାଗଣ, ତୁମ୍ଭେମାନେ ବାହାରେ ଯାଇ ମୁକୁଟଭୂଷିତ ଶଲୋମନ ରାଜାଙ୍କୁ ଦେଖ, ତାଙ୍କ ବିବାହ ଦିନରେ ଓ ତାଙ୍କ ମନର ଆନନ୍ଦ ଦିନରେ ତାଙ୍କ ମାତା ତାଙ୍କୁ ସେହି ମୁକୁଟ ପିନ୍ଧାଇଅଛନ୍ତି ।
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 4 →
All chapters:
1
2
3
4
5
6
7
8