bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Song of Solomon 4
Song of Solomon 4
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 5 →
1
ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ; ଦେଖ, ତୁମ୍ଭେ ସୁନ୍ଦରୀ; ଘୁମୁଟା ତଳେ ତୁମ୍ଭ ନେତ୍ର କପୋତ ତୁଲ୍ୟ; ତୁମ୍ଭର କେଶ ଗିଲିୟଦ ପର୍ବତ ପାର୍ଶ୍ଵରେ ଆରାମକାରୀ ଛେଳିପଲ ତୁଲ୍ୟ ।
2
ତୁମ୍ଭର ଦନ୍ତ-ପଂକ୍ତି ନୂତନ ଲୋମକଟା, ସ୍ନାନରୁ ଉତ୍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଆଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ ।
3
ତୁମ୍ଭର ଓଷ୍ଠାଧର ସିନ୍ଦୂରବର୍ଣ୍ଣ ସୂତ୍ର ତୁଲ୍ୟ ଓ ତୁମ୍ଭର ମୁଖ ମନୋହର; ଘୁମୁଟା ତଳେ ତୁମ୍ଭ ଗଣ୍ତଦେଶ ଡାଳିମ୍ଵଖଣ୍ତ ତୁଲ୍ୟ ।
4
ତୁମ୍ଭର ଗଳଦେଶ ଅସ୍ତ୍ରାଗାର ନିମନ୍ତେ ନିର୍ମିତ ଦାଉଦଙ୍କ ଦୁର୍ଗ ତୁଲ୍ୟ, ସେହି ଦୁର୍ଗ ମଧ୍ୟରେ ଏକ ସହସ୍ର ଚର୍ମ, ବୀରଗଣର ସକଳ ଢାଲ ଟଙ୍ଗାଗଲା ।
5
ଶୋଶନ୍ ପୁଷ୍ପବନରେ ଚରିବାର ଯାଆଁଳା ହରିଣଛୁଆ ତୁଲ୍ୟ ତୁମ୍ଭର ସ୍ତନଯୁଗଳ ।
6
ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ ମୁଁ ଗନ୍ଧରସ-ପର୍ବତ ଓ କୁନ୍ଦୁରୁ-ଉପପର୍ବତକୁ ଯିବି ।
7
ଆଗୋ ମୋହର ପ୍ରିୟେ, ତୁମ୍ଭେ ସର୍ବାଙ୍ଗ ସୁନ୍ଦରୀ; ତୁମ୍ଭଠାରେ କୌଣସି ଖୁଣ ନାହିଁ ।
8
ଆଗୋ ମୋହର କନ୍ୟେ, ମୋʼ ସଙ୍ଗେ ଲିବାନୋନରୁ, ମୋʼ ସଙ୍ଗେ ଲିବାନୋନରୁ ଆସ; ଅମାନାର ଶୃଙ୍ଗରୁ, ଶନୀର ଓ ହର୍ମୋଣର ଶୃଙ୍ଗରୁ, ସିଂହମାନଙ୍କ ଗହ୍ଵରରୁ, ଚିତାବାଘମାନଙ୍କ ପର୍ବତରୁ ଦୃଷ୍ଟିପାତ କର ।
9
ଆଗୋ ମୋହର ଭଗିନୀ, ଆଗୋ ମୋହର କନ୍ୟେ, ତୁମ୍ଭେ ମୋହର ଚିତ୍ତ ହରଣ କରିଅଛ; ତୁମ୍ଭେ ଆପଣାର ଏକ ଦୃଷ୍ଟିରେ, ଆପଣା ଗଳାର ଏକ ହାରରେ ମୋହର ଚିତ୍ତ ହରଣ କରିଅଛ ।
10
ଆଗୋ ମୋହର ଭଗିନୀ, ମୋହର କନ୍ୟେ, ତୁମ୍ଭର ପ୍ରେମ କିପରି ମନୋରମ! ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା କିପରି ଉତ୍ତମ! ପୁଣି, ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧିଦ୍ରବ୍ୟ ଅପେକ୍ଷା କିପରି ଉତ୍ତମ!
11
ଆଗୋ ମୋହର କନ୍ୟେ, ତୁମ୍ଭ ଓଷ୍ଠାଧରରୁ ମଧୁଚାକ ପରି ଟୋପା ଟୋପା କ୍ଷରେ; ମଧୁ ଓ ଦୁଗ୍ଧ ତୁମ୍ଭ ଜିହ୍ଵା ତଳେ ଥାଏ; ତୁମ୍ଭ ବସ୍ତ୍ରର ସୁଗନ୍ଧ ଲିବାନୋନର ସୁଗନ୍ଧ ତୁଲ୍ୟ ।
12
ମୋହର ଭଗିନୀ, ମୋହର କନ୍ୟା ଏକ ରୁଦ୍ଧ ଉଦ୍ୟାନ; ଏକ ରୁଦ୍ଧ ନିର୍ଝର, ଏକ ମୁଦ୍ରାଙ୍କିତ ଜଳାକର ।
13
ତୁମ୍ଭର ପଲ୍ଲବ ବହୁମୂଲ୍ୟ ଫଳବିଶିଷ୍ଟ ଡାଳିମ୍ଵ ଉପବନ; ମେହେନ୍ଦି, ଜଟାମାଂସୀ ଚାରାବିଶିଷ୍ଟ,
14
ଜଟାମାଂସୀ ଓ କୁଙ୍କୁମ, ବଚ ଓ ଦାରୁଚିନି, ସର୍ବପ୍ରକାର କୁନ୍ଦୁରୁ ବୃକ୍ଷବିଶିଷ୍ଟ ଗନ୍ଧରସ ଓ ଅଗୁର, ସର୍ବପ୍ରକାର ପ୍ରଧାନ ପ୍ରଧାନ ସୁଗନ୍ଧି ବୃକ୍ଷବିଶିଷ୍ଟ ।
15
ତୁମ୍ଭେ ଉଦ୍ୟାନସମୂହର ଜଳାକର, ଅମୃତ ଜଳର କୂପ ଓ ଲିବାନୋନରୁ ପ୍ରବାହିତ ସ୍ରୋତ ।
16
ହେ ଉତ୍ତରୀୟ ବାୟୁ, ଜାଗ; ହେ ଦକ୍ଷିଣ ବାୟୁ, ଆସ; ମୋʼ ଉଦ୍ୟାନର ସୁଗନ୍ଧି ଯେପରି ନିର୍ଗତ ହେବ, ଏଥିପାଇଁ ତହିଁ ଉପରେ ବହ ।
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 5 →
All chapters:
1
2
3
4
5
6
7
8