bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Song of Solomon 6
Song of Solomon 6
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 7 →
1
ଆଗୋ ନାରୀଗଣ ମଧ୍ୟରେ ପରମା ସୁନ୍ଦରୀ, ତୁମ୍ଭର ପ୍ରିୟତମ କେଉଁଆଡ଼େ ଯାଇଅଛନ୍ତି? ତୁମ୍ଭ ସଙ୍ଗେ ଆମ୍ଭେମାନେ ଯେପରି ଖୋଜିପାରିବା, ଏଥିପାଇଁ ତୁମ୍ଭ ପ୍ରିୟତମ କେଉଁ ଦିଗ ଧରିଅଛନ୍ତି?
2
ମୋହର ପ୍ରିୟତମ ଆପଣା ଉଦ୍ୟାନକୁ, ସୁଗନ୍ଧି ଲତାର କିଆରିକି, ଉଦ୍ୟାନସମୂହରେ (ପଲ) ଚରାଇବାକୁ ଓ ଶୋଶନ୍ ପୁଷ୍ପ ସଂଗ୍ରହ କରିବାକୁ ଯାଇଅଛନ୍ତି ।
3
ମୁଁ ଆପଣା ପ୍ରିୟତମଙ୍କର ଓ ମୋʼ ପ୍ରିୟତମ ମୋହର; ସେ ଶୋଶନ୍ ପୁଷ୍ପ ବନରେ ଆପଣା ପଲ ଚରାନ୍ତି ।
4
ଆଗୋ ମୋହର ପ୍ରିୟେ, ତୁମ୍ଭେ ତିର୍ସା ପରି ସୁନ୍ଦରୀ, ଯିରୂଶାଲମ ପରି ଶୋଭାବତୀ, ଧ୍ଵଜାଧାରୀ ସୈନ୍ୟ ପରି ଭୟଙ୍କରୀ ।
5
ତୁମ୍ଭେ ମୋʼ ଆଡ଼ୁ ଆପଣା ଆଖି ଫେରାଅ, କାରଣ ତଦ୍ଦ୍ଵାରା ମୁଁ ପରାସ୍ତ ହୋଇଅଛି । ତୁମ୍ଭର କ୍ଳେଶ ଗିଲିୟଦ ପାର୍ଶ୍ଵରେ ଆରାମକାରୀ ଛେଳିପଲ ତୁଲ୍ୟ ।
6
ତୁମ୍ଭର ଦନ୍ତ-ପଂକ୍ତି ସ୍ନାନରୁ ଉତ୍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଅାଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ ।
7
ତୁମ୍ଭ ଘୁମୁଟା ତଳେ ତୁମ୍ଭ ଗଣ୍ତଦେଶ ଡାଳିମ୍ଵଖଣ୍ତ ସଦୃଶ ।
8
ଷାଠିଏ ରାଣୀ ଓ ଅଶୀ ଉପପନିୀ ଓ ଅସଂଖ୍ୟ ଯୁବତୀ ଅଛନ୍ତି ।
9
ମାତ୍ର ମୋʼ କପୋତୀ, ମୋʼ ଶୁଦ୍ଧମତି ଅଦ୍ଵିତୀୟା; ସେ ଆପଣା ମାତାର ଏକମାତ୍ର; ସେ ଆପଣା ଗର୍ଭଧାରିଣୀର ମନୋନୀତା । କନ୍ୟାମାନେ ତାହାକୁ ଦେଖି ଧନ୍ୟା ବୋଲି କହିଲେ; ହଁ, ରାଣୀ ଓ ଉପପନିୀଗଣ ତାହାକୁ ପ୍ରଶଂସା କଲେ ।
10
ଏହି ଯେ ଅରୁଣ ତୁଲ୍ୟ ଉଦୀୟମାନା, ଚନ୍ଦ୍ରମା ତୁଲ୍ୟ ସୁନ୍ଦରୀ, ସୂର୍ଯ୍ୟ ତୁଲ୍ୟ ବିଶୁଦ୍ଧା, ଧ୍ଵଜାବିଶିଷ୍ଟ ସୈନ୍ୟ ତୁଲ୍ୟ ଭୟଙ୍କରୀ, ସେ କିଏ?
11
ମୁଁ ଉପତ୍ୟକାର ନବୀନ ବୃକ୍ଷସବୁ ଦେଖିବାକୁ, ଦ୍ରାକ୍ଷାଲତା ପଲ୍ଲବିତ ହୋଇଅଛି କି ନାହିଁ ଓ ଡାଳିମ୍ଵ ଫୁଲ ଧରିଅଛି କି ନାହିଁ, ଦେଖିବାକୁ ଆକ୍ରୋଟ୍ ଉଦ୍ୟାନକୁ ଗଲି ।
12
ମୁଁ ଜ୍ଞାତ ହେବା ପୂର୍ବେ ମୋହର ପ୍ରାଣ ମୋʼ ରାଜକୀୟ ଲୋକମାନଙ୍କ ରଥ ମଧ୍ୟରେ ମୋତେ ରଖିଲା ।
13
ହେ ଶୂଲମିୟେ, ଫେର, ଫେର; ଆମ୍ଭେମାନେ ତୁମ୍ଭକୁ ଦେଖିବା, ଫେର, ଫେର ।
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 7 →
All chapters:
1
2
3
4
5
6
7
8