bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Song of Solomon 8
Song of Solomon 8
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
1
ହେ ମୋହର ପ୍ରିୟତମ, ତାହାସବୁ ମୁଁ ତୁମ୍ଭ ପାଇଁ ରଖିଅଛି । ଆହା, ଯେ ମୋʼ ମାତାଙ୍କର ସ୍ତନ୍ୟ ପାନ କରିଅଛି, ଏପରି ମୋʼ ସହୋଦର ତୁଲ୍ୟ ଯେବେ ତୁମ୍ଭେ ହୁଅନ୍ତଣ! ତେବେ ମୁଁ ତୁମ୍ଭକୁ ବାହାରେ ଦେଖିଲେ, ତୁମ୍ଭକୁ ଚୁମ୍ଵନ ଦିଅନ୍ତି; ଆଉ, କେହି ମୋତେ ତୁଚ୍ଛ କରନ୍ତା ନାହିଁ ।
2
ମୁଁ ତୁମ୍ଭକୁ ପଥ କଢ଼ାଇ ଆପଣା ମାତାଙ୍କ ଗୃହକୁ ଘେନି ଆସନ୍ତି, ସେ ମୋତେ ଶିକ୍ଷା ଦିଅନ୍ତେ; ମୁଁ ତୁମ୍ଭକୁ ସୁଗନ୍ଧି ମିଶ୍ରିତ ଦ୍ରାକ୍ଷାରସ, ମୋହର ଡାଳିମ୍ଵରସ ପାନ କରାନ୍ତି ।
3
ତାଙ୍କ ବାମ ହସ୍ତ ମୋʼ ମସ୍ତକ ତଳେ ରହିବ ଓ ତାଙ୍କ ଦକ୍ଷିଣ ହସ୍ତ ମୋତେ ଆଲିଙ୍ଗନ କରିବ ।
4
ଆଗୋ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜନା କର ନାହିଁ ।
5
ଆପଣା ପ୍ରିୟତମଙ୍କ ଉପରେ ଆଉଜି ପଡ଼ି ପ୍ରାନ୍ତରରୁ ଆସୁଅଛି ଯେ, ସେ କିଏ?ନାଗରଙ୍ଗ ବୃକ୍ଷ ତଳେ ମୁଁ ତୁମ୍ଭକୁ ଜଗାଇଲି; ସେଠାରେ ତୁମ୍ଭ ମାତା ତୁମ୍ଭ ପାଇଁ ପ୍ରସବ ବେଦନାଗ୍ରସ୍ତା ହେଲେ, ସେଠାରେ ସେ ପ୍ରସବବେଦନାଗ୍ରସ୍ତା ହୋଇ ତୁମ୍ଭକୁ ପ୍ରସବ କଲେ ।
6
ତୁମ୍ଭେ ମୋତେ ମୋହର ତୁଲ୍ୟ ଆପଣା ହୃଦୟରେ, ମୋହର ତୁଲ୍ୟ ଆପଣା ବାହୁରେ ଧାରଣ କର; କାରଣ ପ୍ରେମ ମୃତ୍ୟୁ ପରି ବଳବାନ; ଅନ୍ତର୍ଜ୍ଵାଳା ପାତାଳ ପରି ଦୃଢ଼; ତହିଁର ଶିଖା ଅଗ୍ନିଶିଖା, ଅତି ଭୟଙ୍କର ଅଗ୍ନିଶିଖା ।
7
ଅପାର ଜଳରାଶି ପ୍ରେମକୁ ନିର୍ବାଣ କରି ନ ପାରେ, କିଅବା ବଢ଼ି ତାହା ବୁଡ଼ାଇ ନ ପାରେ; ଯେବେ କେହି ପ୍ରେମ ନିମନ୍ତେ ଆପଣା ଗୃହର ସର୍ବସ୍ଵ ଦେବ, ତେବେ ସେ ଲୋକ ନିତା; ତୁଚ୍ଛୀକୃତ ହେବ ।
8
ଆମ୍ଭମାନଙ୍କର ଗୋଟିଏ ସାନ ଭଗିନୀ ଅଛି, ତାହାର ସ୍ତନ ହୋଇ ନାହିଁ; ଲୋକେ ଆମ୍ଭମାନଙ୍କ ଭଗିନୀକି ମାଗିବା ଦିନରେ ଆମ୍ଭେମାନେ ତାହା ପାଇଁ କଅଣ କରିବା?
9
ଯେବେ ସେ ପ୍ରାଚୀର ସ୍ଵରୂପା ହୁଏ, ତେବେ ଆମ୍ଭେମାନେ ତାହା ଉପରେ ରୂପାର ଦୁର୍ଗ ନିର୍ମାଣ କରିବା; ଆଉ, ଯେବେ ସେ ଦ୍ଵାର ସ୍ଵରୂପା ହୁଏ, ତେବେ ଆମ୍ଭେମାନେ ଏରସ ପଟାରେ ତାହାକୁ ଆବରଣ କରିବା ।
10
ମୁଁ ପ୍ରାଚୀର ସ୍ଵରୂପା ଓ ମୋହର ସ୍ତନ ତହିଁର ଦୁର୍ଗ ସ୍ଵରୂପ; ସେସମୟରେ ତାଙ୍କ ଦୃଷ୍ଟିରେ ମୁଁ ଶାନ୍ତିପ୍ରାପ୍ତାର ତୁଲ୍ୟ ଥିଲି ।
11
ବାଲ-ହାମୋନରେ ଶଲୋମନଙ୍କର ଏକ ଦ୍ରାକ୍ଷାକ୍ଷେତ୍ର ଥିଲା; ସେ ରକ୍ଷକମାନଙ୍କୁ ତାହା ଭଡ଼ା ଦେଇଥିଲେ; ପ୍ରତ୍ୟେକ ରକ୍ଷକକୁ ତହିଁର ଫଳ ପାଇଁ ଏକ ଏକ ସହସ୍ର ରୂପା ମୁଦ୍ରା ଦେବାକୁ ପଡ଼ିଲା ।
12
ମୋହର ଦ୍ରାକ୍ଷାକ୍ଷେତ୍ର ମୋʼ ସମ୍ମୁଖରେ ଅଛି; ହେ ଶଲୋମନ, ସେହି ସହସ୍ର ମୁଦ୍ରା ତୁମ୍ଭେ ପାଇବ ଓ ତହିଁର ଫଳରକ୍ଷକମାନେ ଦୁଇ ଶତ ମୁଦ୍ରା ପାଇବେ ।
13
ହେ ଉପବନବାସିନୀ, ମିତ୍ରଗଣ ତୁମ୍ଭର ରବ ଶୁଣନ୍ତି; ତାହା ମୋତେ ଶ୍ରବଣ କରାଅ ।
14
ହେ ମୋହର ପ୍ରିୟତମ, ଚଞ୍ଚଳ ହୁଅ, ସୁଗନ୍ଧିମୟ ପର୍ବତଶ୍ରେଣୀ ଉପରେ ତୁମ୍ଭେ ମୃଗ ବା ହରିଣଶାବକ ତୁଲ୍ୟ ହୁଅ ।
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
All chapters:
1
2
3
4
5
6
7
8