bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Titus 2
Titus 2
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 1
Jump to:
Chapter 1
Chapter 2
Chapter 3
Chapter 3 →
1
କିନ୍ତୁ ତୁମ୍ଭେ ହିତଜନକ ଶିକ୍ଷାର ଉପଯୁକ୍ତ କଥା କୁହ ।
2
ବୟୋଧିକ ପୁରୁଷମାନଙ୍କୁ ମିତଭୋଗୀ, ଗମ୍ଭୀର, ଆତ୍ମସଂଯମୀ ପୁଣି ବିଶ୍ଵାସ, ପ୍ରେମ ଓ ଧୈର୍ଯ୍ୟରେ ସବଳ ହେବାକୁ,
3
ପୁଣି ବୟୋଧିକା ସ୍ତ୍ରୀମାନଙ୍କୁ ସେହିପରି ପରନିନ୍ଦୁକା ଓ ମଦ୍ୟପାନରେ ଆସକ୍ତା ନ ହୋଇ ଶୁଦ୍ଧାଚାରିଣୀ ହେବାକୁ ଓ ସୁଶିକ୍ଷା ଦେବାକୁ ଅନୁରୋଧ କର;
4
ଈଶ୍ଵରଙ୍କ ବାକ୍ୟ ଯେପରି ନିନ୍ଦିତ ନ ହୁଏ, ଏଥିନିମନ୍ତେ ସେମାନେ ଯୁବତୀମାନଙ୍କୁ ପତିବ୍ରତା,
5
ସନ୍ତାନବତ୍ସଳା, ଆତ୍ମସଂଯମୀ, ସତୀ, ସୁଗୃହିଣୀ, ସୁଶୀଳା ଓ ଆପଣା ଆପଣା ସ୍ଵାମୀର ବଶୀଭୂତା ହେବାକୁ ଶିକ୍ଷା ଦିଅନ୍ତୁ;
6
ସେହିପରି ଯୁବକମାନଙ୍କୁ ସର୍ବ ବିଷୟରେ ଆତ୍ମସଂଯମୀ ହେବା ପାଇଁ ଉତ୍ସାହ ଦିଅ;
7
ତୁମ୍ଭେ ନିଜେ ଆପଣା ଆଚରଣରେ ଉତ୍ତମତାର ଆଦର୍ଶ ଦେଖାଅ, ଶିକ୍ଷାରେ ଅକୃତ୍ରିମ ଓ ଗଭୀର ଭାବ ଏବଂ ହିତଜନକ ଅଖଣ୍ତନୀୟ ବାକ୍ୟ ପ୍ରକାଶ କର,
8
ଯେପରି ବିପକ୍ଷ ଲୋକ ଆମ୍ଭମାନଙ୍କ ବିଷୟରେ କୌଣସି ମନ୍ଦ କଥା କହି ନ ପାରି ଲଜ୍ଜିତ ହେବ ।
9
ଦାସମାନଙ୍କୁ ଶିକ୍ଷା ଦିଅ ଯେ, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କର ବଶୀଭୂତ ହୋଇ ରୁହନ୍ତୁ, ସମସ୍ତ ବିଷୟରେ ସେମାନଙ୍କର ସନ୍ତୋଷଭାଜନ ହୁଅନ୍ତୁ,
10
ପ୍ରତିବାଦ ନ କରନ୍ତୁ, କିଛି ହିଁ ଚୋରି ନ କରି ବରଂ ସମ୍ପୂର୍ଣ୍ଣ ବିଶ୍ଵସ୍ତତା ପ୍ରକାଶ କରନ୍ତୁ, ଯେପରି ସେମାନେ ସବୁ ବିଷୟରେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ଵରଙ୍କ ଶିକ୍ଷାର ଅଳଙ୍କାର ସ୍ଵରୂପ ହୁଅନ୍ତି ।
11
କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ଵରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି,
12
ପୁଣି, ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନ ଯାପନ କରୁ,
13
ଆଉ ସେହି ଆନନ୍ଦଦାୟକ ଭରସା ପୁଣି ଆମ୍ଭମାନଙ୍କ ମହାନ ଈଶ୍ଵର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥିନିମନ୍ତେ ଆମ୍ଭମାନଙ୍କୁ ଶିକ୍ଷା ଦେଉଅଛି ।
14
ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ଉତ୍ତମତାରେ ଉଦ୍ଯୋଗୀ ନିଜସ୍ଵ ଲୋକ ସ୍ଵରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ ।
15
ଏହି ସମସ୍ତ କଥା କହି ପୂର୍ଣ୍ଣ କ୍ଷମତା ସହ ଉତ୍ସାହ ଦିଅ ଓ ଅନୁଯୋଗ କର । କେହି ତୁମ୍ଭକୁ ତୁଚ୍ଛ ନ କରୁ ।
← Chapter 1
Jump to:
Chapter 1
Chapter 2
Chapter 3
Chapter 3 →
All chapters:
1
2
3
Recommended Reading
Commentary
Titus Commentaries
→
Devotional
Titus Devotional Guide
→
Get This Bible
Re-edited Study Bible
→