bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Zechariah 13
Zechariah 13
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 14 →
1
ସେଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀ- ଗଣର ପ୍ରତି ଏକ ନିର୍ଝର ଖୋଲାଯିବ ।
2
ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ଦେଶରୁ ପ୍ରତିମାଗଣର ନାମ ଉଚ୍ଛିନ୍ନ କରିବା ଓ ସେମାନେ ଆଉ ସ୍ମରଣ କରା ଯିବେ ନାହିଁ ଆହୁରି, ଆମ୍ଭେ ଦେଶରୁ ଭବିଷ୍ୟଦ୍ବକ୍ତାଗଣଙ୍କୁ ଓ ଅଶୁଚିତାର ଆତ୍ମାକୁ ବାହାର କରାଇବା ।
3
ଆଉ, କେହି ଯେବେ ପୁନର୍ବାର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ, ତେବେ ତାହାର ଜନ୍ମଦାତା ପିତା ଓ ମାତା ତାହାକୁ କହିବେ, ତୁମ୍ଭେ ବଞ୍ଚିବ ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ନାମରେ ମିଥ୍ୟା କହୁଅଛ; ଆଉ, ସେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା ବେଳେ, ତାହାର ଜନ୍ମଦାତା ପିତା ଓ ମାତା ତାହାକୁ ଅସ୍ତ୍ରବିଦ୍ଧ କରିବେ ।
4
ପୁଣି, ସେଦିନ ଭବିଷ୍ୟଦ୍ବକ୍ତାଗଣ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା ବେଳେ, ପ୍ରତ୍ୟେକ ଆପଣା ଆପଣା ଦର୍ଶନ ବିଷୟରେ ଲଜ୍ଜିତ ହେବେ ଓ ପ୍ରତାରଣା କରିବା ପାଇଁ ସେମାନେ ଲୋମଶ ବସ୍ତ୍ର ପରିଧାନ କରିବେ ନାହିଁ;
5
ମାତ୍ର ସେ କହିବ, ମୁଁ ଭବିଷ୍ୟଦ୍ବକ୍ତା ନୁହେଁ, ମୁଁ କୃଷକ; କାରଣ ବାଲ୍ୟକାଳରୁ କ୍ରୀତଦାସ ହୋଇଅଛି ।
6
ପୁଣି, ତୁମ୍ଭର ଦୁଇ ବାହୁ ମଧ୍ୟରେ ଏହି କ୍ଷତଦାଗସବୁ କଅଣ? ଏହା କେହି ତାହାକୁ ପଚାରିଲେ, ସେ ଉତ୍ତର କରିବ, ମୁଁ ଆପଣା ବନ୍ଧୁମାନଙ୍କ ଗୃହରେ ଯେଉଁ ଆଘାତ ପାଇଥିଲି, ଏସବୁ ସେହି ।
7
ହେ ଖଡ଼୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ପାଳକକୁ ଆଘାତ କର, ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା ।
8
ପୁଣି, ସଦାପ୍ରଭୁ କହନ୍ତି, ସମୁଦାୟ ଦେଶର ଦୁଇ ଅଂଶ ଲୋକ ଉଚ୍ଛିନ୍ନ ହୋଇ ମରିବେ; ମାତ୍ର ତୃତୀୟାଂଶ ତହିଁ ମଧ୍ୟରେ ଛଡ଼ାଯିବେ।
9
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁବର୍ଣ୍ଣ ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା । ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା । ଆମ୍ଭେ କହିବା, ଏମାନେ ଆମ୍ଭର ଲୋକ; ଆଉ, ସେମାନେ କହିବେ, ସଦାପ୍ରଭୁ ଆମ୍ଭର ପରମେଶ୍ଵର ଅଟନ୍ତି ।
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 14 →
All chapters:
1
2
3
4
5
6
7
8
9
10
11
12
13
14