bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Zechariah 3
Zechariah 3
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 4 →
1
ଅନନ୍ତର ସଦାପ୍ରଭୁଙ୍କ ଦୂତ ସମ୍ମୁଖରେ ଠିଆ ହୋଇଥିବା ଯିହୋଶୂୟ ମହାଯାଜକଙ୍କୁ, ଆଉ ତାଙ୍କ ବିପକ୍ଷ ହେବା ନିମନ୍ତେ ତାଙ୍କର ଦକ୍ଷିଣ ପାର୍ଶ୍ଵରେ ଠିଆ ହୋଇଥିବାର ଶୟତାନକୁ ସେ ମୋତେ ଦେଖାଇଲେ ।
2
ପୁଣି, ସଦାପ୍ରଭୁ ଶୟତାନକୁ କହିଲେ, ହେ ଶୟତାନ, ସଦାପ୍ରଭୁ ତୁମ୍ଭକୁ ଧମକାଉନ୍ତୁ; ହଁ, ଯେ ଯିରୂଶାଲମକୁ ମନୋନୀତ କରିଅଛନ୍ତି, ସେ ସଦାପ୍ରଭୁ ତୁମ୍ଭକୁ ଧମକାଉନ୍ତୁ; ଏ କି ଅଗ୍ନିରୁ କଢ଼ା ଖଣ୍ତେ ପୋଡ଼ଖୁଣ୍ଟା ନୁହେଁ?
3
ଏହି ସମୟରେ ଯିହୋଶୂୟ ମଳିନ ବସ୍ତ୍ର ପିନ୍ଧି ଦୂତ ସମ୍ମୁଖରେ ଠିଆ ହୋଇଥିଲେ ।
4
ଏଥିରେ ଦୂତ ଆପଣା ସମ୍ମୁଖରେ ଠିଆ ହୋଇଥିବା ଲୋକମାନଙ୍କୁ ଏହି କଥା କହିଲେ, ଏହାଙ୍କଠାରୁ ମଳିନ ବସ୍ତ୍ର କାଢ଼ି ନିଅ । ପୁଣି, ତାଙ୍କୁ ସେ କହିଲେ, ଦେଖ, ଆମ୍ଭେ ତୁମ୍ଭର ଅଧର୍ମ ତୁମ୍ଭଠାରୁ ଦୂର କରାଇଲୁ ଓ ଆମ୍ଭେ ତୁମ୍ଭକୁ ବହୁମୂଲ୍ୟ ବସ୍ତ୍ର ପିନ୍ଧାଇବା।
5
ସେତେବେଳେ ମୁଁ କହିଲି, ଲୋକମାନେ ଏହାର ମସ୍ତକରେ ସୁନ୍ଦର ପାଗ ଦିଅନ୍ତୁ । ତହିଁରେ ସେମାନେ ତାଙ୍କ ମସ୍ତକରେ ସୁନ୍ଦର ପାଗ ଦେଲେ ଓ ତାଙ୍କୁ ବସ୍ତ୍ର ପିନ୍ଧାଇଲେ; ପୁଣି, ନିକଟରେ ସଦାପ୍ରଭୁଙ୍କ ଦୂତ ଠିଆ ହୋଇଥିଲେ ।
6
ପୁଣି, ସଦାପ୍ରଭୁଙ୍କ ଦୂତ ଯିହୋଶୂୟଙ୍କୁ ଦୃଢ଼ ରୂପେ କହିଲେ,
7
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି: ଯେବେ ତୁମ୍ଭେ ଆମ୍ଭ ପଥରେ ଚାଲିବ ଓ ଯେବେ ତୁମ୍ଭେ ଆମ୍ଭର ରକ୍ଷଣୀୟ ରକ୍ଷା କରିବ, ତେବେ ତୁମ୍ଭେ ମଧ୍ୟ ଆମ୍ଭ ଗୃହର ବିଚାର କରିବ ଓ ଆମ୍ଭ ପ୍ରାଙ୍ଗଣର ରକ୍ଷକ ହେବ, ଆଉ ନିକଟରେ ଠିଆ ହେବାର ଏହି ବ୍ୟକ୍ତିମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ପ୍ରବେଶର ଅଧିକାର ଦେବା ।
8
ହେ ଯିହୋଶୂୟ ମହାଯାଜକ, ତୁମ୍ଭେ ଏବେ ଶୁଣ ଓ ତୁମ୍ଭ ସମ୍ମୁଖରେ ଉପବିଷ୍ଟ ତୁମ୍ଭର ସଙ୍ଗୀଗଣ ଶୁଣନ୍ତୁ; କାରଣ ସେମାନେ ଚିହ୍ନ ସ୍ଵରୂପ ଲୋକ ଅଟନ୍ତି; ଯେହେତୁ ଦେଖ, ଆମ୍ଭେ ଆପଣାର ଶାଖା ନାମକ ଦାସକୁ ଆଣିବା ।
9
କାରଣ, ଆମ୍ଭେ ଯିହୋଶୂୟ ସମ୍ମୁଖରେ ଯେଉଁ ପ୍ରସ୍ତର ସ୍ଥାପନ କରିଅଛୁ, ତାହା ଦେଖ; ଏକ ପ୍ରସ୍ତରର ଉପରେ ସାତ ଚକ୍ଷୁ ଅଛି; ଦେଖ, ତହିଁର ମୁଦ୍ରା ଆମ୍ଭେ ଖୋଦିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ଓ ଆମ୍ଭେ ଏକ ଦିନରେ ସେହି ଦେଶର ଅଧର୍ମ ଦୂର କରିବା।
10
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକି ଦ୍ରାକ୍ଷାଲତା ଓ ଡିମିରି ବୃକ୍ଷ ତଳେ ନିମନ୍ତ୍ରଣ କରିବ ।
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 4 →
All chapters:
1
2
3
4
5
6
7
8
9
10
11
12
13
14