bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Zechariah 8
Zechariah 8
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 9 →
1
ଏଉତ୍ତାରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
2
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ସିୟୋନର ପାଇଁ ମହା ଅନ୍ତର୍ଜ୍ଵାଳାରେ ଜ୍ଵଳୁଅଛୁ ଓ ତାହା ପାଇଁ ଆମ୍ଭେ ପ୍ରଚଣ୍ତ କୋପରେ ଜ୍ଵଳୁଅଛୁ ।
3
ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ସିୟୋନକୁ ଫେରି ଆସିଅଛୁ ଓ ଯିରୂଶାଲମ ମଧ୍ୟରେ ବାସ କରିବା; ଆଉ, ଯିରୂଶାଲମ ସତ୍ୟନଗରୀ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ପର୍ବତ ପବିତ୍ର ପର୍ବତଜ ରୂପେ ବିଖ୍ୟାତ ହେବ ।
4
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଯେଉଁମାନେ ବହୁବୟସ୍କ ହେତୁ ପ୍ରତ୍ୟେକେ ଆପଣା ଆପଣା ହାତରେ ବାଡ଼ି ଧରନ୍ତି, ଏପରି ବୃଦ୍ଧ ମନୁଷ୍ୟଓ ବୃଦ୍ଧା ସ୍ତ୍ରୀମାନେ ଯିରୂଶାଲମର ସବୁ ପଥରେ ବାସ କରିବେ ।
5
ପୁଣି, ଦାଣ୍ତରେ ଖେଳା କରିବା ବାଳକ ଓ ବାଳିକାରେ ନଗରର ପଥସବୁ ପରିପୂର୍ଣ୍ଣ ହେବ ।
6
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଏହି ଲୋକମାନଙ୍କର ଅବଶିଷ୍ଟାଂଶର ଦୃଷ୍ଟିରେ ତାହା ସେହି ସମୟରେ ଆଶ୍ଚର୍ଯ୍ୟ ହେଲେ ହେଁ ଆମ୍ଭ ଦୃଷ୍ଟିରେ କି ତାହା ଆଶ୍ଚର୍ଯ୍ୟ ହେବ? ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି ।
7
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଆପଣା ଲୋକମାନଙ୍କୁ ପୂର୍ବ ଦେଶରୁ ଓ ପଶ୍ଚିମ ଦେଶରୁ ଉଦ୍ଧାର କରିବା;
8
ପୁଣି, ଆମ୍ଭେ ସେମାନଙ୍କୁ ଆଣିବା, ତହିଁରେ ସେମାନେ ଯିରୂଶାଲମ ମଧ୍ୟରେ ବାସ କରିବେ; ଆଉ, ସେମାନେ ସତ୍ୟ ଓ ଧାର୍ମିକତାରେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା ।
9
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହ, ଅର୍ଥାତ୍, ମନ୍ଦିରର ନିର୍ମାଣ ନିମନ୍ତେ ଯେଉଁ ଦିନ ତହିଁର ଭିତ୍ତିମୂଳ ସ୍ଥାପିତ ହୋଇଥିଲା, ସେସମୟରେ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଥିଲେ, ସେମାନଙ୍କ ମୁଖରୁ ଏହି ସକଳ କଥା ବର୍ତ୍ତମାନ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କର ହସ୍ତ ସବଳ ହେଉ ।
10
କାରଣ ସେହି ସମୟର ପୂର୍ବେ ମନୁଷ୍ୟ ପାଇଁ ବେତନ ନ ଥିଲା, କିଅବା ପଶୁ ପାଇଁ ଭଡ଼ା ନ ଥିଲା; ଅଥବା ଯେଉଁ ଜନ ବାହାରକୁ ଗଲା, ଅବା ଭିତରକୁ ଆସିଲା, ବିପକ୍ଷ ସକାଶୁ ତାହାର କିଛି ଶାନ୍ତି ନ ଥିଲା; କାରଣ ଆମ୍ଭେ ପ୍ରତ୍ୟେକ ଜଣକୁ ଆପଣା ଆପଣା ପ୍ରତିବାସୀର ବିପକ୍ଷ କରାଇଲୁ ।
11
ମାତ୍ର ଏବେ ଆମ୍ଭେ ଏହି ଲୋକମାନଙ୍କର ଅବଶିଷ୍ଟାଂଶ ପ୍ରତି ପୂର୍ବକାଳର ପରି ହେବା ନାହିଁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
12
କାରଣ ଶାନ୍ତିଯୁକ୍ତ ବୀଜ ହେବ; ଦ୍ରାକ୍ଷାଲତା ଫଳବତୀ ହେବ ଓ ଭୂମି ଆପଣା ଫଳ ଉତ୍ପନ୍ନ କରିବ, ଆଉ ଆକାଶ ଆପଣା ଶିଶିର ଦାନ କରିବ ଓ ଆମ୍ଭେ ଏହି ଲୋକମାନଙ୍କର ଅବଶିଷ୍ଟାଂଶକୁ ଏହି ସମସ୍ତର ଅଧିକାରୀ କରାଇବା ।
13
ପୁଣି, ହେ ଯିହୁଦା-ବଂଶ ଓ ଇସ୍ରାଏଲ-ବଂଶ, ତୁମ୍ଭେମାନେ ନାନା ଗୋଷ୍ଠୀ ମଧ୍ୟରେ ଯେପରି ଅଭିଶାପ ସ୍ଵରୂପ ହୋଇଥିଲ, ସେପରି ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ତୁମ୍ଭେମାନେ ଆଶୀର୍ବାଦ ସ୍ଵରୂପ ହେବ; ଭୟ କର ନାହିଁ, ମାତ୍ର ତୁମ୍ଭମାନଙ୍କର ହସ୍ତ ସବଳ ହେଉ ।
14
କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଙ୍କୁ କ୍ରୁଦ୍ଧ କରାଇବା ବେଳେ ଆମ୍ଭେ ଯେପରି ତୁମ୍ଭମାନଙ୍କର ଅମଙ୍ଗଳ କରିବାକୁ ସଙ୍କଳ୍ପ କଲୁ ଓ ଦୁଃଖିତ ନ ହେଲୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି;
15
ସେପରି ଆମ୍ଭେ ବର୍ତ୍ତମାନ ସମୟରେ ଯିରୂଶାଲମ ପ୍ରତି ଓ ଯିହୁଦା-ବଂଶ ପ୍ରତି ମଙ୍ଗଳ କରିବା ପାଇଁ ପୁନର୍ବାର ସଙ୍କଳ୍ପ କରିଅଛୁ; ତୁମ୍ଭେମାନେ ଭୟ କର ନାହିଁ ।
16
ତୁମ୍ଭମାନଙ୍କୁ ଏହିସବୁ କାର୍ଯ୍ୟ କରିବାକୁ ହେବ; ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ନିକଟରେ ସତ୍ୟ କହ; ଆପଣା ଆପଣା ନଗର-ଦ୍ଵାରରେ ସତ୍ୟ ଓ ଶାନ୍ତିଜନକ ବିଚାର ସାଧନ କର;
17
ପୁଣି, ତୁମ୍ଭମାନଙ୍କର କେହି ମନେ ମନେ ଆପଣା ପ୍ରତିବାସୀର ବିରୁଦ୍ଧରେ ଅନିଷ୍ଟ ଚିନ୍ତା ନ କରୁ; କୌଣସି ମିଥ୍ୟା ଶପଥ ଭଲ ପାଅ ନାହିଁ; କାରଣ ଏହିସବୁ ବିଷୟକୁ ଆମ୍ଭେ ଘୃଣା କରୁ, ଏହା ସଦାପ୍ରଭୁ କହନ୍ତି ।
18
ଅନନ୍ତର ସୈନ୍ୟାଧିପତି ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
19
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଚତୁର୍ଥ ମାସର ଉପବାସ ଓ ପଞ୍ଚମ ମାସର ଉପବାସ ଓ ସପ୍ତମ ମାସର ଉପବାସ ଓ ଦଶମ ମାସର ଉପବାସ ଯିହୁଦା-ବଂଶ ପ୍ରତି ଆନନ୍ଦ ଓ ଆହ୍ଲାଦଜନକ ଓ ଆମୋଦଜନକ ଉତ୍ସବ ହେବଜ; ଏଥିପାଇଁ ତୁମ୍ଭେମାନେ ସତ୍ୟ ଓ ଶାନ୍ତି ଭଲ ପାଅ।। ।
20
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ନାନାଗୋଷ୍ଠୀ ଓ ଅନେକ ନଗରର ନିବାସୀମାନେ ଆସିବେ;
21
ପୁଣି, ଏକ ନଗରର ନିବାସୀମାନେ ଅନ୍ୟ ନଗରକୁ ଯାଇ କହିବେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଶୀଘ୍ର ଯାଉ; ମୁଁ ମଧ୍ୟ ଯିବି ।
22
ହଁ, ଅନେକ ଦେଶର ଲୋକେ ଓ ବଳବାନ ଗୋଷ୍ଠୀଗଣ ଯିରୂଶାଲମରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଓ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆସିବେ ।
23
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ସେସମୟରେ ଏପରି ଘଟିବ ଯେ, ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ୟରୁ ଦଶ ଜଣ ପୁରୁଷ ଏକ ଯିହୁଦୀ ଲୋକର ବସ୍ତ୍ରର ଅଞ୍ଚଳ ଧରି ଏହି କଥା କହିବେ, ଆମ୍ଭେମାନେ ତୁମ୍ଭ ସଙ୍ଗରେ ଯିବୁ, କାରଣ ପରମେଶ୍ଵର ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି ବୋଲି ଆମ୍ଭେମାନେ ଶୁଣିଅଛୁ ।
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 9 →
All chapters:
1
2
3
4
5
6
7
8
9
10
11
12
13
14